Posted inଖେଳ

ଡବ୍ଲ୍ୟୁପିଏଲ୍‌ ଉଦ୍‌ଘାଟନୀ ମ୍ୟାଚ୍‌: ମୁମ୍ବାଇ ଇଣ୍ଡିଆନ୍ସର ବୃହତ ବିଜୟ

ମୁମ୍ବାଇ,୫ା୩: ଶନିବାର ମହିଳା ପ୍ରିମିୟର୍‌ ଲିଗ୍‌ (ଡବ୍ଲ୍ୟୁପିଏଲ୍‌) ଉଦ୍‌ଘାଟନୀ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସର ବୃହତ ବିଜୟ। ଡି. ଓ୍ବାଇ ପାଟିଲ ଷ୍ଟାଡିୟମରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ୨୦୭ ରନ୍‌ କରିଥିବାବେଳେ ଗୁଜରାଟ ଜାଏଣ୍ଟ୍ସ ୬୪ ରନ୍‌ରେ ଅଲଆଉଟ ହୋଇ ୧୪୩ ରନରେ ହାରିଥିଲା। ଓପନର ହିଲି ମାଥ୍ୟୁସ୍‌ ୪୭ ରନ୍‌ କରିଥିଲେ। ନାଟାଲି ସ୍କିଭର ବ୍ରଣ୍ଟ(୨୩) ଓ ମାଥ୍ୟୁସ୍‌ ୨ୟ ଉଇକେଟରେ ୫୪ ରନ୍‌ ଯୋଡ଼ିଥିଲେ। ଉଭୟ ଖେଳାଳି ମାତ୍ର ୮ ରନ୍‌ ବ୍ୟବଧାନରେ ପ୍ୟାଭିଲିୟନ୍‌ ଫେରିଥିଲେ। ମାଥ୍ୟୁସ୍‌ ୩୧ ବଲ୍‌ ଖେଳି ୩ ଚୌକା ଓ ୪ ଛକା ମାରିଥିଲେ। ପରେ ହରମନ୍‌ପ୍ରୀତ କୌର(୬୫) ଓ ଆମେଲିଆ କେର୍‌ (୪୫*) ଇନିଂସ ସମ୍ଭାଳିଥିଲେ। ହରମନ୍‌ପ୍ରୀତ ୩୦ ବଲ ଖେଳି ୧୪ ଚୌକା ମାରିଥିଲେ। ଶେଷ ଯାଏ ଅପରାଜିତ ରହିଥିବା ଆମେଲିଆ ୨୪ ବଲ୍‌ ଖେଳି ୬ ଚୌକା ଓ ୧ ଛକା ମାରିଥିଲେ। ସ୍ନେହ ରାଣା ୨ ଉଇକେଟ ନେଇଥିଲେ। ଗୁଜରାଟ ଜାଏଣ୍ଟ୍ସର ଆରମ୍ଭ ଅତ୍ୟନ୍ତ ଦୟନୀୟ ରହିଥିଲା। ଦଳ ୨୩ ରନରେ ୭ ବ୍ୟାଟର ଆଉଟ ହୋଇଥିବାବେଳେ କେବଳ ଦୁଇ ଜଣ ବ୍ୟାଟର ଦୁଇ ଅଙ୍କ ଛୁଇଁ ପାରିଥିଲେ। ଡି. ହେମଲତା ୨୯* ଓ ମୋନିକା ପଟେଲ ୧୦ ରନ୍‌ କରିଥିଲେ। ମୁମ୍ବାଇ ପକ୍ଷରୁ ସାଇକା ଇଶାକ୍‌ ୪, ନାଟାଲି ସ୍କିଭର୍‌ ବ୍ରଣ୍ଟ ଓ ଆମେଲିଆ କେର୍‌ ୨ ଉଇକେଟ ନେଇଥିଲେ। ହରମନ୍‌ପ୍ରୀତ୍‌ କୌର ପ୍ଲେୟର୍‌ ଅଫ୍‌ ଦ ମ୍ୟାଚ୍‌ ବିବେଚିତ ହୋଇଥିଲେ।

ସଂକ୍ଷିପ୍ତ ସ୍କୋର
ମୁମ୍ବାଇ ଇଣ୍ଡିଆନ୍ସ: ୨୦ ଓଭରରେ ୨୦୭/୫(ହରମନ୍‌ପ୍ରୀତ କୌର-୬୫, ହିଲି ମାଥ୍ୟୁସ୍‌-୪୭, ଆମେଲିଆ କେର୍‌-୪୫, ସ୍ନେହ ରାଣା-୨/୪୩, ତନୁଜା କଓ୍ବଁର-୧/୧୨।
ଗୁଜରାଟ ଜାଏଣ୍ଟ୍ସ: ୧୫.୧ ଓଭରରେ ୬୪/୧୦ (ଡି. ହେମଲତା-୨୯*, ସାଇକା ଇଶାକ୍‌-୪/୧୧, ନାଟାଲି ସ୍କିଭର ବ୍ରଣ୍ଟ-୨/୫, ଆମେଲିଆ କେର୍‌-୨/୧୨)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୯।୩: ଭାରତର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ପୁଣିଥରେ ତାଙ୍କ ବ୍ୟାଟ ସହିତ ଧମାଲ କରିଛନ୍ତି। IPL 2026 ର ଉଦଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର…

ମା’ ବଡ଼ରାଉଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ: ଝାଲିଆଗୋଛାକୁ ହରାଇଲା ହରିଗଡ଼

ଭଞ୍ଜନଗର,୨୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ନୁଆପଲ୍ଲୀଠାରେ ରବିବାରଠାରୁ ଆରମ୍ଭ ହୋଇଛି ମା’ ବଡ଼ରାଉଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ। ଉଦ୍‌ଘାଟନୀ ମ୍ୟାଚ୍‌ ଝାଲିଆଗୋଛା ଓ ହରିଗଡ଼ ମଧ୍ୟରେ…

ଆଇପିଏଲ୍‌ ଆରମ୍ଭରୁ ବଡ଼ ବିବାଦ: RCB vs SRH ମ୍ୟାଚ୍‌ରେ ଏମିତି କ’ଣ ହେଲା ଯାହାକୁ ନେଇ ଏବେ ବଢୁଛି ହଙ୍ଗାମା…

ନୂଆଦିଲ୍ଲୀ,୨୯।୩: ଶନିବାରଠାରୁ ଆରମ୍ଭ ହୋଇଥିବା IPL 2026ର ଉଦ୍‌ଘାଟନୀ ମ୍ୟାଚ୍‌ ଯେତିକି ରୋମାଞ୍ଚକର ଥିଲା, ସେତିକି ବିବାଦୀୟ ମଧ୍ୟ ହୋଇପଡ଼ିଛି। RCB ଏବଂ SRH ମଧ୍ୟରେ ଖେଳାଯାଇଥିବା…

ବାଃରେ ପାକିସ୍ତାନ! ନସୀମ ଶାହଙ୍କୁ ଏକ କଠୋର ଦଣ୍ଡ ଦେବାକୁ ପ୍ରସ୍ତୁତ ଦେଶ

ଇସଲାମାବାଦ,୨୯।୩: ପାକିସ୍ତାନରେ, କେବେବି କ’ଣ ଘଟିବ ତାହା କେହି ପୂର୍ବାନୁମାନ କରିପାରିବେ ନାହିଁ। ଦେଶଟି ଅଜବ ନିଷ୍ପତ୍ତି ନେବା ଏବଂ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିବାରେ ଲିପ୍ତ ହେବା…

ପଡ଼ିଆରେ ଏମିତି କ’ଣ କଲେ ବିରାଟ ହସ ରୋକି ପାରିଲେନି ଅନୁଷ୍କା, କ୍ୟାମେରାରେ କଏଦ ହେଲା…

ନୂଆଦିଲ୍ଲୀ,୨୯।୩: କ୍ରିକେଟ ପଡ଼ିଆରେ ବିରାଟ କୋହଲିଙ୍କ ଚପଳତା ଏବଂ ଫଇଲ୍ଡିଂ ଦକ୍ଷତାକୁ ପ୍ରାୟତଃ ମାନଦଣ୍ଡ ଭାବରେ ଉଦ୍ଧୃତ କରାଯାଏ; ତଥାପି, IPL 2026 ର ପ୍ରଥମ ମ୍ୟାଚରେ,…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri