Posted inଖେଳ

WPL: ଫାଇନାଲରେ ପହଞ୍ଚିଲା ଆର୍‌ସିବି

ଭଦୋଦରା,୨୯ା୧- ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ରେ ଗୁରୁବାର ଖେଳାଯାଇଥିବା ଲିଗ୍‌ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଅତି ସହଜରେ ୮ ଉଇକେଟରେ ୟୁପି ଓ୍ବାରିଅର୍ସକୁ ପରାସ୍ତ କରିଛି। ୟୁପି ପକ୍ଷରୁ ଧାର୍ଯ୍ୟ ୧୪୪ ରନର ବିଜୟ ଲକ୍ଷ୍ୟକୁ ଆର୍‌ସିବି ୧୩.୧ ଓଭରରେ ୨ ଉଇକେଟ ହରାଇ ହାସଲ କରି ନେଇଥିଲା। ଏହି ବିଜୟ ସହ ସ୍ମୃତି ମନ୍ଧାନାଙ୍କ ନେତୃତ୍ୱାଧୀନ ଆର୍‌ସିବି ଫାଇନାଲରେ ସ୍ଥାନ ପକ୍କା କରିଥିବା ବେଳେ ୟୁପି ଓ୍ବାରିଅର୍ସ ପ୍ରଥମ ଦଳ ଭାବେ ପ୍ଲେଅଫ୍‌ରୁ ବାଦ୍‌ ପଡ଼ିଛି।

ପ୍ରଥମେ ବ୍ୟାଟିଂ କରିଥିବା ୟୁପି ଦଳ ପାଇଁ ଅଧିନାୟିକା ମେଗ ଲାନିଂ (୪୧ ରନ, ୬ ଚୌକା ଓ ୧ ଛକା) ଓ ଦୀପ୍ତି ଶର୍ମା ଭଲ ଆରମ୍ଭ ଦେଇଥିଲେ। ଦୁହେଁ ଓପନିଂ ଉଇକେଟରେ ୮.୧ ଓଭରରେ ୭୪ ରନ ଯୋଡ଼ିଥିଲେ। ଏହି ଯୋଡ଼ି ଭାଙ୍ଗିବା ପରେ ଗୋଟିଏ ପଟେ ଦୀପ୍ତି ଭଲ ବ୍ୟାଟିଂ କରୁଥିବା ବେଳେ ଅନ୍ୟ ପଟେ ଉଇକେଟ ପତନ ଜାରି ରହିଥିଲା। ଦୀପ୍ତି ଅର୍ଦ୍ଧଶତକ ପୂରଣ କରିବା ପରେ ୧୯ତମ ଓଭରରେ ଷଷ୍ଠ ବ୍ୟାଟର ଭାବେ ଆଉଟ୍‌ ହୋଇଥିଲେ। ସେ ଆଉଟ୍‌ ହେବା ପୂର୍ବରୁ ୪୩ ବଲରେ ୬ ଚୌକା ଓ ୧ ଛକା ସହିତ ୫୫ ରନ କରିଥିଲେ। ୟୁପି ନିର୍ଦ୍ଧାରିତ ୨୦ ଓଭରରେ ୮ ଉଇକେଟ ହରାଇ ୧୪୩ ରନ କରିବାକୁ ସକ୍ଷମ ହୋଇଥିଲା। ଆର୍‌ସିବି ପାଇଁ ନାଦିନେ ଡି କ୍ଲର୍କ ସର୍ବାଧିକ ୪ ଉଇକେଟ ନେଇଥିଲେ।

ଜବାବରେ ଗ୍ରେସ ହାରିସ ଓ ଅଧିନାୟିକା ମନ୍ଧାନା ୯.୧ ଓଭରରେ ୧୦୮ ରନ କରି ଦଳର ବିଜୟ ନିଶ୍ଚିତ କରିଥିଲେ। ଗ୍ରେସ ୩୭ ବଲରେ ୭୫ (୧୩ ଚୌକା ଓ ୨ ଛକା) ରନ କରି ଆଉଟ୍‌ ହେବା ପରେ ଜର୍ଜିଆ ଭଲଙ୍କ ସହ ମିଶି ମନ୍ଧାନା ଦଳୀୟ ସ୍କୋରକୁ ଆଗେଇ ନେଇଥିଲେ। ୧୨ତମ ଓଭରରେ ଦଳୀୟ ସ୍କୋର ୧୪୩ ହୋଇଥିବା ଜର୍ଜିଆ (୧୬) ଦ୍ୱିତୀୟ ବ୍ୟାଟର ଭାବେ ଆଉଟ୍‌ ହେଇଥିଲେ। ୧୩ ତମ ଓଭରର ପ୍ରଥମ ବଲକୁ ମନ୍ଧାନା ଚୌକା ମାରି ଦଳକୁ ଜିତାଇଥିଲେ। ସେ ୨୭ ବଲରେ ୮ ଚୌକା ଓ ୨ ଛକା ସହ ୫୪ ରନ କରି ଅପରାଜିତ ରହିଥିଲେ। ଆର୍‌ସିବି ୧୩.୧ ଓଭରରେ ୨ ଉଇକେଟ ହରାଇ ୧୪୭ ରନ କରି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?