Posted inଖେଳ

ହାତେ ଦୂରରେ ରହିଗଲେ ଅଂଶୁ

ନୂଆଦିଲ୍ଲୀ, ୮।୧୦: ମହିଳା ରେସଲିଂରେ ପ୍ରଥମ ଭାରତୀୟ ଭାବେ ବିଶ୍ୱ ଚାମ୍ପିୟନ ହେବାର ସଫଳତାଠାରୁ ହାତେ ଦୂରରେ ରହିଯାଇଛନ୍ତି ଅଂଶୁ ମଲିକ। ଗୁରୁବାର ନରଓ୍ବେର ଓସଲୋଠାରେ ଖେଳାଯାଇଥିବା ଫାଇନାଲରେ ତାଙ୍କୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ୫୭ କେଜି ବର୍ଗର ଫାଇନାଲରେ ତାଙ୍କୁ ହରାଇ ଦେଇଛନ୍ତି ୨୦୧୬ ରିଓ ଅଲିମ୍ପିକ୍‌ ଚାମ୍ପିୟନ ହେଲେନ ଲୋସି ମାରଲି। ତେବେ ମହିଳା ବିଶ୍ୱ ରେସଲିଂ ଚାମ୍ପିୟନପ୍‌ରେ ରୌପ୍ୟ ପଦକ ଜିତିବାରେ ଅଂଶୁ ପ୍ରଥମ ଭାରତୀୟ।

ପ୍ରଥମ ରାଉଣ୍ଡରେ ଅଂଶୁ ଏକ ପଏଣ୍ଟର ଲିଡ୍‌ ନେଇଥିଲେ। କିନ୍ତୁ ଦ୍ୱିତୀୟ ରାଉଣ୍ଡରେ ସବୁ କିଛି ବଦଳି ଯାଇଥିଲା। ମାରଲିଙ୍କ ଆଟାକିଂ ଖେଳ ଯୋଗୁ ଅଂଶୁ ମ୍ୟାଚ୍‌ ବେଳେ ଯନ୍ତ୍ରଣାରେ ଚିତ୍କାର କରିଥିଲେ। ଏହାସତ୍ତ୍ୱେ ପଏଣ୍ଟ ଛାଡ଼ି ନ ଥିଲେ ଆମେରିକୀୟ ପ୍ରତିଦ୍ୱନ୍ଦ୍ୱୀ। ମାରଲି ୪-୧ରେ ମ୍ୟାଚ୍‌ ଜିତିବା ପରେ ଅଂଶୁଙ୍କୁ ତୁରନ୍ତ ମେଡିକାଲ ସହାୟତା ଦିଆଯାଇଥିଲା। ଉଲ୍ଲେଖଯୋଗ୍ୟ, ବବିତା ଓ ଗୀତା ଫୋଗଟ (୨୦୧୨), ପୂଜା ଧାଙ୍କର (୨୦୧୮) ଏବଂ ଭିନେଶ ଫୋଗଟ (୨୦୧୯) ବିଶ୍ୱ ରେସଲିଂରେ ବ୍ରୋଞ୍ଜ ପଦକ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ…

ଗୋଲକିପରଙ୍କ ଦମ୍‌ଦାର ପ୍ରଦର୍ଶନ, ଇରାନର ନକ୍‌ଆଉଟ୍‌ ଆଶା ଉଜ୍ଜୀବିତ

ଇଙ୍ଗଲଉଡ୍‌,୨୨ା୬: ଚଳିତ ଫିଫା ବିଶ୍ୱକପ୍‌ରେ ସୋମବାର ଶକ୍ତିଶାଳୀ ବେଲଜିୟମ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌କୁ ୦-୦ ଗୋଲରେ ଇରାନ ଡ୍ର’ ରଖିଛି। ଏଥିସହିତ ଦଳ ନକ୍‌ଆଉଟ୍‌ ରାଉଣ୍ଡ ଅଭିମୁଖେ…

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ…

ଜୁନ ୨୯ରୁ ଶିମିଳିପାଳ ବନ୍ଦ: ଜାଣନ୍ତୁ କାହିଁକି

ବାରିପଦା,୨୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ନିମନ୍ତେ ଜୁନ ୨୯ରୁ ବନ୍ଦ ରହିବ । ଏନେଇ ଶିମିଳିପାଳ ବ୍ୟାଘ୍ର…

ଜର୍ମାନୀକୁ ବଡ଼ ଝଟ୍‌କା: ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲେ ଏହି ଡିଫେଣ୍ଡର

ଇଙ୍ଗଲଉଡ୍‌,୨୨ା୬- ଜର୍ମାନୀର ଡିଫେଣ୍ଡର ନିକୋ ସ୍କଲଟରବେକ ଚଳିତ ବିଶ୍ୱକପ୍‌ ଅବଶିଷ୍ଟାଂଶରୁ ବାଦ୍‌ ପଡ଼ିଛନ୍ତି। ଗତ ରବିବାର ଆଇଭରୀ କୋଷ୍ଟ ବିପକ୍ଷ ମ୍ୟାଚ୍‌ରେ ତାଙ୍କ ବାମ ଆଙ୍କଲରେ ଆଘାତ…

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri