କ୍ରୀଡ଼ା ମନ୍ତ୍ରଣାଳୟ ଅଧିକାରୀଙ୍କ ସହ ରେସଲରଙ୍କ ବୈଠକ ଶେଷ

ନୂଆଦିଲ୍ଲୀ,୧୯।୧: ଭାରତୀୟ କୁସ୍ତିରେ ହଠାତ୍‌ ଝଡ ସୃଷ୍ଟି ହୋଇଛି। ବିନେଶ ଫୋଗତ, ବଜରଙ୍ଗ ପୁନିଆ ସମେତ ପ୍ରାୟ ୩୦ ରେସଲର ରେସଲିଂ ଫେଡେରେସନ ଅଫ ଇଣ୍ଡିଆ ଅଧ୍ୟକ୍ଷ ବ୍ରଜଭୂଷଣ ଶରଣ ସିଂଙ୍କ ବିରୋଧରେ ଦିଲ୍ଲୀର ଯନ୍ତରମନ୍ତରରେ ଧାରଣାରେ ବସିଛନ୍ତି। ବର୍ତ୍ତମାନ କ୍ରୀଡ଼ା ମନ୍ତ୍ରଣାଳୟ ଏହି ପ୍ରସଙ୍ଗରେ ରେସଲିଂ ଫେଡେରେସନ ଅଫ ଇଣ୍ଡିଆର ଜବାବ ମାଗିଛି।
ଏବେ ଏହି ଘଟଣା ଦିଲ୍ଲୀର ଯନ୍ତରମନ୍ତରରୁ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟରେ ପହଞ୍ଚିଛନ୍ତି। ରେସଲର ବଜରଙ୍ଗ ପୁନିଆ କ୍ରୀଡ଼ା ମନ୍ତ୍ରଣାଳୟ ସହ ଆଲୋଚନା କରି ବ୍ରଜଭୂଷଣଙ୍କୁ ହଟାଇବାକୁ ଦାବି କରିଥିଲେ।
ସୂଚନା ଅନୁଯାୟୀ, ମନ୍ତ୍ରଣାଳୟର ଅଧିକାରୀଙ୍କ ତରଫରୁ କୁହାଯାଇଛି ଯେ, କେବଳ ଆପଣଙ୍କ କଥା ଦ୍ୱାରା ଆମେ ତୁରନ୍ତ ସେମାନଙ୍କୁ ବରଖାସ୍ତ କରିପାରିବୁ ନାହିଁ। ସେ ଜଣେ ନିର୍ବାଚିତ ପ୍ରତିନିଧୀ ଏବଂ ତାଙ୍କୁ ଉତ୍ତର ଦେବାକୁ ମଧ୍ୟ ସମୟ ଦିଆଯିବା ଉଚିତ୍‌। ଉତ୍ତର ଦେଖିବା ପରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଚାମ୍ପିୟନ ରେସଲର ବବିତା ଫୋଗତ ସରକାର ଏବଂ କୁସ୍ତିମାନଙ୍କ ମଧ୍ୟରେ ମଧ୍ୟସ୍ଥତା କରିବେ।

ବିଶ୍ୱ ପଦକ ବିଜେତା ବିନେଶ ଫୋଗତଙ୍କ ବ୍ରଜଭୂଷଣ ଶରଣ ସିଂଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ବ୍ରଜଭୂଷଣ ଦୀର୍ଘ ବର୍ଷ ଧରି ମହିଳା ରେସଲରମାନଙ୍କ ପ୍ରତି ଯୌନ ଶୋଷଣ କରୁଛନ୍ତି। ଏପରି କି ଲକ୍ଷ୍ନୌରେ ରହିଥିବା କ୍ୟାମ୍ପରେ ଅନ୍ୟ କୋଚ୍‌ମାନେ ମଧ୍ୟ ମହିଳାଙ୍କୁ ଶୋଷଣ କରିଛନ୍ତି। ତାଙ୍କ ସହିତ ଏଭଳି ଘୃଣ୍ୟ ଘଟଣା ଘଟି ନ ଥିଲେ ମଧ୍ୟ ଡବ୍ଲ୍ୟୁଏଫ୍‌ଆଇ ସଭାପତିଙ୍କ ପକ୍ଷରୁ ତାଙ୍କୁ ହତ୍ୟା ଧମକ ପ୍ରଦାନ କରାଯାଇଥିବା ସେ କହିଛନ୍ତି। ଏହା ସହିତ ଏହି ମାମଲାରେ ସେ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri