ପଦ୍ମଶ୍ରୀ ଫେରାଇଲେ ରେସଲର ବଜରଙ୍ଗ ପୁନିଆ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି କଲେ ଘୋଷଣା

ନୂଆଦିଲ୍ଲୀ,୨୨।୧୨: ବ୍ରିଜ ଭୂଷଣ ଶରଣ ସିଂହଙ୍କ ଘନିଷ୍ଠ ସଞ୍ଜୟ ସିଂହ ଭାରତୀୟ କୁସ୍ତି ସଂଘର ଅଧ୍ୟକ୍ଷ ଭାବେ ନିର୍ବାଚିତ ହେବା ପରେ କୁସ୍ତିଯୋଦ୍ଧା ବଜରଙ୍ଗ ପୁନିଆ ବଡ ନିଷ୍ପତ୍ତି ନେଇଛନ୍ତି। ପୁନିଆ ଭାରତ ସରକାରଙ୍କ ଠାରୁ ମିଳିଥିବା ପଦ୍ମଶ୍ରୀ ପୁରସ୍କାରକୁ ଫେରାଇ ଦେବା ପାଇଁ ଘୋଷଣା କରିଛନ୍ତି। ଶୁକ୍ରବାର ଏନେଇ ଏକ ବଡ ଘୋଷଣା କରି ସେ କହିଛନ୍ତି, କୁସ୍ତିଯୋଦ୍ଧାଙ୍କର ଭବିଷ୍ୟତ ଆଉ ସୁରକ୍ଷିତ ନୁହେଁ।

ଏହାପୂର୍ବରୁ ଗୁରୁବାର ରେସଲର ସାକ୍ଷୀ ମଲ୍ଲିକ କୁସ୍ତରୁ ସନ୍ୟାସ ନେବା ନେଇ ଘୋଷଣା କରିଥିଲେ। ଏହାର ଗୋଟିଏ ଦିନ ପରେ ଅର୍ଥାତ୍‌ ଶୁକ୍ରବାର ପୁନିଆ ସୋସିଆଲ ମିଡିଆ ଏକ୍ସରେ ଟ୍ବିଟ୍‌ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଛନ୍ତି।
ଏକ୍ସରେ ଅଢେଇ ପୃଷ୍ଠାର ଚିଠି ପୋଷ୍ଟ କରି ସେ କହିଛନ୍ତି, ମୁଁ ମୋ ପଦ୍ମଶ୍ରୀ ପୁରସ୍କାର ସରକାରଙ୍କୁ ଫେରାଇ ଦେଉଛି। ଚିଠିରେ ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଲ୍ଲେଖ କରାଯାଇଛି। ଚିଠିରେ ସେ ସଞ୍ଜୟ ସିଂହ କୁସ୍ତି ସଂଘ ଅଧ୍ୟକ୍ଷ ନିର୍ବାଚିତ ହେବା ନେଇ ଦୁଃଖ ପ୍ରକାଶ କରିଛନ୍ତି। ମୋତେ ଅର୍ଜ୍ଜୁନ ପୁରସ୍କାର, ଖେଳରତ୍ନ ପୁରସ୍କାର ଓ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରାଯାଇଛି। ଯେଉଁ ଝିଅମାନେ କୁସ୍ତି ଲଢ଼ି ଦେଶର ସମ୍ମାନ ବଢ଼ାଇଥିଲେ ସେମାନେ ଆନ୍ଦୋଳନକୁ ଓହ୍ଲାଇବାକୁ ବାଧ୍ୟ ହେଲେ ଏବେ ସେମାନେ କୁସ୍ତି ଛାଡିଛନ୍ତି। ଆମେ ଏତେବଡ ପୁରସ୍କାରରେ ସମ୍ମାନିତ ହୋଇ ମଧ୍ୟ ସେମାନଙ୍କ ପାଇଁ କିଛି କରିପାରିଲୁ ନାହିଁ। ମହିଳା କୁସ୍ତି ଯୋଦ୍ଧାଙ୍କୁ ଅପମାନିତ କରାଯିବା ପରେ ଏହି ସମ୍ମାନ ନେଇ ମୁଁ ବଞ୍ଚି ପାରିବିି ନାହିଁ। ଏଥିପାଇଁ ମୁଁ ଏହି ସମ୍ମାନ ଫେରାଇ ଦେଉଛି। ଏଥିସହ ଦିନେ ନା ଦିନେ ଅନ୍ୟାୟ ଉପରେ ନ୍ୟାୟର ଜିତ ହେବ ବୋଲି ପୁନିଆ ଚିଠିରେ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡକୁ ହରାଇ କ୍ୱାର୍ଟରରେ ଭାରତ

ଚେଙ୍ଗଡୁ,୩୦ା୪(ପି.ଟି.): ଥୋମାସ୍‌ କପ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ଡିଫେଣ୍ଡିଂ ଚାମ୍ପିୟନ ଭାରତ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ଇଂଲଣ୍ଡକୁ ଏକପାଖିଆ ୫-୦ରେ ପରାସ୍ତ କରିବା ସହ ଗ୍ରୁପ୍‌...

୨୨ ଜଣିଆ ଓଡ଼ିଶା ମହିଳା ଦଳ ଘୋଷଣା

ଭୁବନେଶ୍ୱର,୩୦ା୪, (ସରୋଜ ଜେନା): ରାଜମାତା ଜିଜାବାଈ ଫୁଟବଲ ଟୁର୍ନାମେଣ୍ଟ ପାଇଁ ୨୨ ଜଣିଆ ଓଡ଼ିଶା ମହିଳା ଫୁଟବଲ ଦଳ ସୋମବାର ଘୋଷଣା କରାଯାଇଛି। ମେ ୧ରୁ...

କେଜ୍‌ରିଓ୍ବାଲ, ଆତିଶୀଙ୍କ ନାଁରେ ମାନହାନି ମାମଲା

ନୂଆଦିଲ୍ଲୀ,୩୦।୪: ଭାଜପା ଓ ଏହାର ସଦସ୍ୟମାନଙ୍କୁ ଅପମାନିତ କରିଥିବା ଅଭିଯୋଗରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଓ ମନ୍ତ୍ରୀ ଆତିଶୀଙ୍କ ବିରୋଧରେ ସୋମବାର ଦିଲ୍ଲୀର ଏକ ଅଦାଲତରେ...

ତଳକୋର୍ଟରେ ଜାମିନ ଆବେଦନ କରିନ କାହିଁକି

ନୂଆଦିଲ୍ଲୀ,୩୦ା୪(ପି.ଟି.): ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ଗିରଫ ହୋଇ ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ତଳ କୋର୍ଟରେ ଜାମିନ...

ପନ୍ନୁନଙ୍କୁ ହତ୍ୟା ପାଇଁ ହିଟ୍‌ ଟିମ୍‌କୁ ଲଗାଇଥିଲେ ର’ ଅଫିସର

ନୂଆଦିଲ୍ଲୀ,୩୦ା୪: ଆମେରିକା ମାଟିରେ ଖଲିସ୍ତାନୀ ଆତଙ୍କବାଦୀ ଗୁର୍‌ପତଓ୍ବନ୍ତ ସିଂ ପନ୍ନୁନଙ୍କୁ ହତ୍ୟା କରିବା ପାଇଁ ଭାରତ ଯୋଜନା କରିଥିଲା ବୋଲି ଅଭିଯୋଗ ହୋଇଆସୁଛି। ଆମେରିକା ଗଣମାଧ୍ୟମରେ ନିକଟରେ...

ତୃତୀୟ ପର୍ଯ୍ୟାୟରେ ୯% ମହିଳା ପ୍ରାର୍ଥୀ

ନୂଆଦିଲ୍ଲୀ, ୩୦।୪: ଆସନ୍ତା ମାସ ୭ରେ ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ୯୫ଟି ଲୋକ ସଭା ଆସନରେ ୧୩୫୨...

ମୁଖ୍ୟମନ୍ତ୍ରୀ ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ ପୋଲିସ୍‌ର ସମନ

ନୂଆଦିଲ୍ଲୀ,୨୯ା୪: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ଉପରେ ଏକ ଜାଲିଆତି ଭିଡିଓ ସହ ସମ୍ପୃକ୍ତି ଅଭିଯୋଗରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ ପୋଲିସ...

ଭାଇରାଲ ହେଉଛି ଶାହାଙ୍କ ଫେକ୍‌ ଭିଡ଼ିଓ, ରେଭନ୍ଥ ରେଡ୍ଡୀଙ୍କୁ ସମନ ପଠାଇଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୨୯ା୪ : ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଉପରେ ଏକ ଜାଲିଆତି ଭିଡିଓ ସହ ସମ୍ପୃକ୍ତି ଅଭିଯୋଗରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri