Posted inଖେଳ

ରେସ୍‌ଲର ନରସିଂହଙ୍କୁ କରୋନା

ସୋନେପତ, ୨୯ା୧୧ (ପି.ଟି.)-ଡୋପିଂ ପାଇଁ ୪ ବର୍ଷ ବାସନ୍ଦ ଦଣ୍ଡ ଭୋଗି ସାରିବା ପରେ ପ୍ରଥମ ଅନ୍ତର୍ଜାତୀୟ ଇଭେଣ୍ଟରେ ଭାଗନେବା ଲକ୍ଷ୍ୟରେ ଥିବା ରେସଲ୍‌ର ନରସିଂହ ଯାଦବ ଶନିବାର କୋଭିଡ୍‌୍‌ ଟେଷ୍ଟରେ ପଜିଟିଭ ହୋଇଛନ୍ତି। ଗ୍ରୀକୋ ରୋମାନ ରେସ୍‌ଲର ଗୁରପ୍ରୀତ୍‌ ସିଂ ମଧ୍ୟ କରୋନା ସଂକ୍ରମିତ ହୋଇଛନ୍ତି। ନରସିଂହ ବେଲଗ୍ରେଡ୍‌ରେ ଡିସେମ୍ବର ୧୨ରୁ ୧୮ ପର୍ଯ୍ୟନ୍ତ ହେବାକୁଥିବା ବ୍ୟକ୍ତିଗତ ବିଶ୍ୱକପ୍‌ ଇଭେଣ୍ଟରେ ଭାଗ ନେଇଥାନ୍ତୋ। ୭୪କେଜି ଶ୍ରେଣୀରେ ତାଙ୍କୁ ଜିତେନ୍ଦର କିନ୍‌ହାଙ୍କ ସ୍ଥାନରେ ମନୋନୀତ କରାଯାଇଥିଲା। ଉଭୟ ନରସିଂହ ଓ ଗୁରପ୍ରୀତ୍‌ଙ୍କ ପାଖରେ କୌଣସି କରୋନା ଲକ୍ଷଣ ପ୍ରକାଶ ପାଇ ନ ଥିଲା। ଏହି ଦୁଇ ଜଣଙ୍କ ବ୍ୟତୀତ ଫିଜିଓଥେରାପିଷ୍ଟ ବିଶାଲ ରାୟ ମଧ୍ୟ ମହାମାରୀ ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ପ୍ରତିଷେଧମୂଳକ ବ୍ୟବସ୍ଥା ସ୍ବରୂପ ଏହି ୩ ଜଣଙ୍କୁ ସୋନେପତସ୍ଥିତ ଭଗବାନ ମହାବୀର ଦାସ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ହେବନି IPL 2026ର ଉଦଘାଟନୀ ଉତ୍ସବ, ଏହି କାରଣରୁ BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୬ା୩: IPL ୨୦୨୬ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି BCCI । ଉଦଘାଟନୀ ଉତ୍ସବକୁ ବାତିଲ କରାଯାଇଛି । ଗତ ବର୍ଷ ବେଙ୍ଗାଲୁରୁରେ RCBର ବିଜୟ…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଏତେ କୋଟି ଟଙ୍କାରେ ବିକ୍ରି ହେଲା ରାଜସ୍ଥାନ ରୟାଲ୍ସ , ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୨୪।୩: ରାଜସ୍ଥାନ ରୟାଲ୍ସ ଦଳକୁ ୧.୬୩ ବିଲିୟନ ଆମେରିକୀୟ ଡଲାରରେ ବିକ୍ରି କରାଯାଇଛି। ଆମେରିକୀୟ ବ୍ୟବସାୟୀ କାଲ ସୋମାନୀଙ୍କ ନେତୃତ୍ୱରେ ଏକ ସଂଘ ପ୍ରାୟ ୧୫,୨୮୬ କୋଟିରେ…

ଇଂଲଣ୍ଡର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ ମ୍ୟାକୁଲମ

ଲଣ୍ଡନ,୨୪ା୩: ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ ବ୍ରେଣ୍ଡନ ମ୍ୟାକୁଲମ ୩ଟି ଫର୍ମାଟରେ ଇଂଲଣ୍ଡ ଦଳର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ। ଏ ନେଇ ଇଂଲଣ୍ଡ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri