Posted inଖେଳ

ରେସ୍‌ଲର ନରସିଂହଙ୍କୁ କରୋନା

ସୋନେପତ, ୨୯ା୧୧ (ପି.ଟି.)-ଡୋପିଂ ପାଇଁ ୪ ବର୍ଷ ବାସନ୍ଦ ଦଣ୍ଡ ଭୋଗି ସାରିବା ପରେ ପ୍ରଥମ ଅନ୍ତର୍ଜାତୀୟ ଇଭେଣ୍ଟରେ ଭାଗନେବା ଲକ୍ଷ୍ୟରେ ଥିବା ରେସଲ୍‌ର ନରସିଂହ ଯାଦବ ଶନିବାର କୋଭିଡ୍‌୍‌ ଟେଷ୍ଟରେ ପଜିଟିଭ ହୋଇଛନ୍ତି। ଗ୍ରୀକୋ ରୋମାନ ରେସ୍‌ଲର ଗୁରପ୍ରୀତ୍‌ ସିଂ ମଧ୍ୟ କରୋନା ସଂକ୍ରମିତ ହୋଇଛନ୍ତି। ନରସିଂହ ବେଲଗ୍ରେଡ୍‌ରେ ଡିସେମ୍ବର ୧୨ରୁ ୧୮ ପର୍ଯ୍ୟନ୍ତ ହେବାକୁଥିବା ବ୍ୟକ୍ତିଗତ ବିଶ୍ୱକପ୍‌ ଇଭେଣ୍ଟରେ ଭାଗ ନେଇଥାନ୍ତୋ। ୭୪କେଜି ଶ୍ରେଣୀରେ ତାଙ୍କୁ ଜିତେନ୍ଦର କିନ୍‌ହାଙ୍କ ସ୍ଥାନରେ ମନୋନୀତ କରାଯାଇଥିଲା। ଉଭୟ ନରସିଂହ ଓ ଗୁରପ୍ରୀତ୍‌ଙ୍କ ପାଖରେ କୌଣସି କରୋନା ଲକ୍ଷଣ ପ୍ରକାଶ ପାଇ ନ ଥିଲା। ଏହି ଦୁଇ ଜଣଙ୍କ ବ୍ୟତୀତ ଫିଜିଓଥେରାପିଷ୍ଟ ବିଶାଲ ରାୟ ମଧ୍ୟ ମହାମାରୀ ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ପ୍ରତିଷେଧମୂଳକ ବ୍ୟବସ୍ଥା ସ୍ବରୂପ ଏହି ୩ ଜଣଙ୍କୁ ସୋନେପତସ୍ଥିତ ଭଗବାନ ମହାବୀର ଦାସ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପୁଣି ପଡ଼ିଆରେ ମୁହାଁମୁହିଁ ହେଲେ ବିରାଟ-ଗମ୍ଭୀର, କିନ୍ତୁ ଅନ୍ଦାଜ ଥିଲା ଅଲଗା

କୋଲକାତା,୨୦।୪: ଆଇପିଏଲ୍ ୨୦୨୩ ରେ କଥା ଭାରତର ଦୁଇ ଷ୍ଟାର ବ୍ୟାଟର ଗୌତମ ଗମ୍ଭୀର ଏବଂ ବିରାଟ କୋହଲି ସାମାନ୍ୟ କିଛି କଥାକୁ ନେଇ ମୁହାଁମୁହିଁ...

Video: କେବଳ ଗୋଟିଏ ବଲ୍‌ରେ ବଡ଼ କାମ କରିଦେଲେ ଧୋନୀ

ନୂଆଦିଲ୍ଲୀ,୨୦।୪: କ୍ରିକେଟ ଇତିହାସରେ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକ କାହିଁରେ କେତେ। ଅନେକଙ୍କର ସେ ପ୍ରେରଣା। ଏଣୁ ସେମାନେ ତାଙ୍କ ଭଳି ହେବାକୁ ଚାହାନ୍ତି। ଅନ୍ତର୍ଜାତୀୟ...

ଲାଇଭ୍‌ ମ୍ୟାଚ୍‌ରେ IPL ନିୟମ ଉଲ୍ଲଂଘନ; ୪୮ ଘଣ୍ଟା ପରେ ମୁମ୍ବାଇ ଟିମ୍‌ର କୋଚ୍‌-ବ୍ୟାଟ୍ସମ୍ୟାନ୍‌ଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୦।୪: ଆଇପିଏଲ୍‌ ନିୟମ ଉଲ୍ଲଂଘନ କରିବା ପଡ଼ିଲା ମହଙ୍ଗା। ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟିଂ କୋଚ୍‌ କିରନ୍‌ ପୋଲାର୍ଡ ଏବଂ ବ୍ୟାଟ୍ସମ୍ୟାନ୍‌ ଟିମ୍‌ ଡେଭିଡ୍‌ଙ୍କୁ ଲାଇଭ୍‌ ମ୍ୟାଚ୍‌ରେ...

ଆକାଶ ଅମ୍ବାନୀଙ୍କ ନିଷ୍ପତ୍ତି ଯୋଗୁ ମୁମ୍ବାଇ ଟିମ୍‌ ଦୁଇ ଫାଳ! ରୋହିତ-ହାର୍ଦ୍ଦିକଙ୍କୁ ଏଭଳି ଦେଖି ହେବେ ଚକିତ…

ଭୁବନେଶ୍ୱର,୨୦।୪: ଆଇପିଏଲ୍‌ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସର ସେତେଟା ଆଖିଦୃଶିଆ ପ୍ରଦର୍ଶନ ହୋଇନାହିଁ। ପ୍ରଥମେ ଦଳ ୧୦ ନଂରେ ରହୁଥିବା ବେଳେ ଏବେ ୭ନଂରେ ପହଞ୍ଚିଛି। ଦଳ...

ବିବାହ ପୂର୍ବରୁ ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିଲେ ଧୋନୀ, ଜାଣିଲେ…

ନୂଆଦିଲ୍ଲୀ,୨୦।୪: ମହେନ୍ଦ୍ର ସିଂ ଧୋନି ଆଜିକାଲି ଆଇପିଏଲ୨୦୨୪ରେ ଖେଳୁଥିବା ନଜର ଆସିଛନ୍ତି । ଧୋନୀ ଚଳିତ ସିଜନରେ ଚେନ୍ନାଇ ପାଇଁ ଅଧିନାୟକ ଭାବରେ ନୁହେଁ ବରଂ...

ଋତୁରାଜ-ରାହୁଲଙ୍କ ଉପରେ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ଗୋଟିଏ ଭୁଲ ଯୋଗୁ ଦେବାକୁ ପଡ଼ିଲା ଜରିମାନା

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ...

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

ସେମିଫାଇନାଲରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍‌ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri