Posted inଜାତୀୟ

‘ହଁ ମୁଁ ଅମିତ ଶାହାଙ୍କୁ ଭେଟିଛି…’ ବିରୋଧ ପ୍ରଦର୍ଶନ ଛାଡିବା ଖବର ଉପରେ ଏଭଳି ଜବାବ ଦେଲେ ସାକ୍ଷୀ ମଲିକ

ନୂଆଦିଲ୍ଲୀ,୫।୬: ଭାରତୀୟ କୁସ୍ତି ମହାସଂଘ(ଡବ୍ଲୁଏଫଆଇ)ର ଅଧ୍ୟକ୍ଷ ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ବିରୋଧରେ ପ୍ରଦର୍ଶନ ଜାରି ରଖିଥିବା କୁସ୍ତିଯୋଦ୍ଧା ରବିବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି। ଯାହାକୁ ନେଇ ବର୍ତ୍ତମାନ ସାକ୍ଷୀ ମଲିକ କହିଛନ୍ତି ଆମେ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଭେଟିଛୁ। ଏହା ଏକ ସାଧାରଣ ବାର୍ତ୍ତାଳାପ ଥିଲା। ବ୍ରିଜ୍‌ଭୂଷଣଙ୍କୁ ଗିରଫ କରିବା ଆମର ଦାବି । ମୁଁ ରେଳବାଇରେ ଓଏସ୍‌ଡି ଭାବରେ କାର୍ଯ୍ୟ ଆରମ୍ଭ କରିଛି। ମୁଁ ବିରୋଧରୁ ପଛଘୁଞ୍ଚା ଦେଇ ନାହିଁ। ମୁଁ ଏହା ସ୍ପଷ୍ଟ କରିବାକୁ ଚାହୁଁଛି ଯେ ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ଆମେ ଏହି ବିରୋଧ ଜାରି ରଖିବୁ। ଆମେ ପଛକୁ ହଟିବୁ ନାହିଁ । ନାବାଳିକା କୌଣସି ଏଫ୍‌ଆଇଆର୍‌ ପ୍ରତ୍ୟାହାର କରିନାହାଁନ୍ତି, ଏହା ସବୁ ମିଛ।

ଧାରଣାରୁ ଓହରିଯିବା ରିପୋର୍ଟକୁ ଭୁଲ ବୋଲି ବର୍ଣ୍ଣନା କରି ସାକ୍ଷୀ ମଲିକ କହିଛନ୍ତି ଯେ ଏହି ଖବର ସଂପୂର୍ଣ୍ଣ ଭୁଲ ଅଟେ। ନ୍ୟାୟ ସଂଗ୍ରାମରେ ଆମ ମଧ୍ୟରୁ କେହି ପଛଘୁଞ୍ଚା ଦେଇ ନାହାଁନ୍ତି କିମ୍ବା ଏହା ମଧ୍ୟ କରିବେ ନାହିଁ। ସତ୍ୟଗ୍ରାହ ସହିତ ମୁଁ ରେଳବାଇରେ ମୋର ଦାୟିତ୍ୱ ପୂରଣ କରୁଛି। ଆମେ ନ୍ୟାୟ ପାଇବା ପର୍ଯ୍ୟନ୍ତ ଆମର ସଂଗ୍ରାମ ଜାରି ରହିଛି। ଦୟାକରି କୌଣସି ଭୁଲ ଖବର ପ୍ରସାରଣ କରନ୍ତୁ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ମଇଦାନରେ ଅଛନ୍ତି ଏମାନେ, ଆଜି ଫଳାଫଳ ଘୋଷଣା

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ମୋଦି-ଟ୍ରମ୍ପଙ୍କ ଫୋନ କଲ୍‌ରେ ଏଲନ ମସ୍କଙ୍କ ଉପସ୍ଥିତିକୁ ନେଇ କୂଟନୈତିକ ମହଲରେ ହଇଚଇ

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଉପରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ଫୋନ ଆଲୋଚନା ବହୁତ ଚର୍ଚ୍ଚା ସୃଷ୍ଟି କରୁଛି। କିନ୍ତୁ ଏହି ଆଲୋଚନା…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ଇରାନର ପରମାଣୁ ପ୍ଲାଣ୍ଟ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ, ଚେତାବନୀ ଦେଲେ ଇରାନୀ ମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ରେ ପହଞ୍ଚିଛି। ଗତକାଲି ଇସ୍ରାଏଲୀ ବାୟୁସେନା ଦୁଇଟି ପ୍ରମୁଖ ଇରାନୀ ପରମାଣୁ ପ୍ରତିଷ୍ଠାନ ଏବଂ ଦୁଇଟି ବଡ଼…

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri