Posted inଜାତୀୟ

‘ହଁ ମୁଁ ଅମିତ ଶାହାଙ୍କୁ ଭେଟିଛି…’ ବିରୋଧ ପ୍ରଦର୍ଶନ ଛାଡିବା ଖବର ଉପରେ ଏଭଳି ଜବାବ ଦେଲେ ସାକ୍ଷୀ ମଲିକ

ନୂଆଦିଲ୍ଲୀ,୫।୬: ଭାରତୀୟ କୁସ୍ତି ମହାସଂଘ(ଡବ୍ଲୁଏଫଆଇ)ର ଅଧ୍ୟକ୍ଷ ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ବିରୋଧରେ ପ୍ରଦର୍ଶନ ଜାରି ରଖିଥିବା କୁସ୍ତିଯୋଦ୍ଧା ରବିବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି। ଯାହାକୁ ନେଇ ବର୍ତ୍ତମାନ ସାକ୍ଷୀ ମଲିକ କହିଛନ୍ତି ଆମେ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଭେଟିଛୁ। ଏହା ଏକ ସାଧାରଣ ବାର୍ତ୍ତାଳାପ ଥିଲା। ବ୍ରିଜ୍‌ଭୂଷଣଙ୍କୁ ଗିରଫ କରିବା ଆମର ଦାବି । ମୁଁ ରେଳବାଇରେ ଓଏସ୍‌ଡି ଭାବରେ କାର୍ଯ୍ୟ ଆରମ୍ଭ କରିଛି। ମୁଁ ବିରୋଧରୁ ପଛଘୁଞ୍ଚା ଦେଇ ନାହିଁ। ମୁଁ ଏହା ସ୍ପଷ୍ଟ କରିବାକୁ ଚାହୁଁଛି ଯେ ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ଆମେ ଏହି ବିରୋଧ ଜାରି ରଖିବୁ। ଆମେ ପଛକୁ ହଟିବୁ ନାହିଁ । ନାବାଳିକା କୌଣସି ଏଫ୍‌ଆଇଆର୍‌ ପ୍ରତ୍ୟାହାର କରିନାହାଁନ୍ତି, ଏହା ସବୁ ମିଛ।

ଧାରଣାରୁ ଓହରିଯିବା ରିପୋର୍ଟକୁ ଭୁଲ ବୋଲି ବର୍ଣ୍ଣନା କରି ସାକ୍ଷୀ ମଲିକ କହିଛନ୍ତି ଯେ ଏହି ଖବର ସଂପୂର୍ଣ୍ଣ ଭୁଲ ଅଟେ। ନ୍ୟାୟ ସଂଗ୍ରାମରେ ଆମ ମଧ୍ୟରୁ କେହି ପଛଘୁଞ୍ଚା ଦେଇ ନାହାଁନ୍ତି କିମ୍ବା ଏହା ମଧ୍ୟ କରିବେ ନାହିଁ। ସତ୍ୟଗ୍ରାହ ସହିତ ମୁଁ ରେଳବାଇରେ ମୋର ଦାୟିତ୍ୱ ପୂରଣ କରୁଛି। ଆମେ ନ୍ୟାୟ ପାଇବା ପର୍ଯ୍ୟନ୍ତ ଆମର ସଂଗ୍ରାମ ଜାରି ରହିଛି। ଦୟାକରି କୌଣସି ଭୁଲ ଖବର ପ୍ରସାରଣ କରନ୍ତୁ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri