Posted inଜାତୀୟ

କୁସ୍ତିଯୋଦ୍ଧାଙ୍କ ସମର୍ଥନରେ ବାହାରିଲେ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୨୯।୫: ଦିଲ୍ଲୀର ନୂଆ ସଂସଦ ଭବନ ସମ୍ମୁଖରେ ରବିବାର କୁସ୍ତିଯୋଦ୍ଧା ଏବଂ ପୋଲିସ ମଧ୍ୟରେ ସଂଘର୍ଷ ହୋଇଥିଲା। ଯାହାକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହୋଉଛି। ଏହି ସମୟରେ ଭାଜପା ଏମ୍‌ପି ବ୍ରିଜ ଭୂଷଣ ଶରଣ ସିଂ ଏବଂ ରେସଲରଙ୍କ ମଧ୍ୟରେ ହୋଇଥିବା ବିବାଦ ଉପରେ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ରେସଲରିଙ୍କ ଦାବି ଉପରେ ତଦନ୍ତ ହେବା ଉଚିତ୍‌। ନିରପେକ୍ଷ ଅନୁସନ୍ଧାନର ଏକ ମାନକ ମାନଦଣ୍ଡ ହେଉଛି ଯେ ଯେଉଁ ବ୍ୟକ୍ତିଙ୍କ ଉପରେ ଅଭିଯୋଗ କରାଯାଉଛି, ସେ ଅଭିଯୁକ୍ତ କି ନୁହେଁ ତାହା କେବଳ ଯାଞ୍ଚ ପରେ ସ୍ଥିର ହେବ, କିନ୍ତୁ ସେହି ବ୍ୟକ୍ତି ତାଙ୍କ ପଦରୁ ଇସ୍ତଫା ଦେଇ ଦେବା ଉଚିତ୍‌। ଯାହା ଦ୍ୱାରା ମାମଲାର ନିରପେକ୍ଷ ଯାଞ୍ଚ ହୋଇପାରିବ। ପ୍ରଶାନ୍ତ କିଶୋର କହିଛନ୍ତି , ଭାରତର ବଡ଼ ବଡ଼ ଖେଳାଳିମାନେ ଅଭିଯୋଗ କରିଛନ୍ତି, ତେଣୁ ଏହି ଅଭିଯୋଗଗୁଡ଼ିକର ସଠିକ୍‌ ଯାଞ୍ଚ ପାଇଁ ସରକାର ଏହି ପ୍ରସଙ୍ଗକୁ ଗମ୍ଭୀରତାର ସହିତ ଗ୍ରହଣ କରିବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri