Posted inଖେଳ

ରାମଲୀଳା ମଇଦାନରେ ଧାରଣା ଦେବେ ରେସ୍‌ଲର

ମୁମ୍ବାଇ,୧୭ା୫(ପି.ଟି.): ଭାରତୀୟ ରେସ୍‌ଲିଂ ଫେଡେରେଶନ (ଡବ୍ଲ୍ୟୁଏଫ୍‌ଆଇ) ସଭାପତି ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ଯୌନ ନିର୍ଯାତନା ମାମଲାରେ ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ଖେଳାଳିଙ୍କ ଆନ୍ଦୋଳନ ୨୪ ଦିନରେ ପହଞ୍ଚତ୍ଛି। ଏହି ଆନ୍ଦୋଳନ ବର୍ତ୍ତମାନ ରାମଲୀଳା ମଇଦାନକୁ ଯିବାର ସୂଚନା ଦେଇଛନ୍ତି ରେସ୍‌ଲର। ଭାରତର ଅଲିମ୍ପିକ୍ସ ପଦକ ବିଜୟୀ ରେସ୍‌ଲର ସାକ୍ଷୀ ମଲିକ୍‌ ଓ ବଜରଙ୍ଗ ପୁନିଆଙ୍କ ସମେତ ଏସିଆନ୍‌ ଗେମ୍ସ ସ୍ବର୍ଣ୍ଣ ପଦକ ବିଜୟିନୀ ଭିନେଶ ଫୋଗତ ଯନ୍ତରମନ୍ତରଠାରେ ଧାରଣାରେ ବସିଛନ୍ତି। ମଙ୍ଗଳବାର ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦ ଖେଳାଳିମାନଙ୍କ ସହିତ ଆଲୋଚନା କରିବା ସହିତ ଏହାକୁ ଏକ ଜାତୀୟ ଆନ୍ଦୋଳନରେ ପରିଣତ କରିବାକୁ ପ୍ରସ୍ତାବ ଦେଇଥିଲେ। ଯନ୍ତରମନ୍ତର ଅପେକ୍ଷା ରାମଲୀଳା ମଇଦାନ ଏକ ବଡ ଜାଗା। ଫଳରେ ଅଧିକ ଲୋକ ଏହି ଆନ୍ଦୋଳନରେ ସାମିଲ ହୋଇପାରିବେ ବୋଲି ଆଜାଦ ପ୍ରସ୍ତାବ ଦେଇଥିଲେ। ରେସ୍‌ଲରମାନଙ୍କ ପକ୍ଷରୁ ବ୍ରିଜ୍‌ଭୂଷଣଙ୍କୁ ୨୧ ତାରିଖ ମଧ୍ୟରେ ଗିରଫ ନ କଲେ ଏହି ଆନ୍ଦୋଳନକୁ ବିଶ୍ୱବ୍ୟାପୀ କରାଯିବ ବୋଲି ଧମକ ଦେଇଛନ୍ତି। ଏହି ଧାରଣାରେ ସମଗ୍ର ବିଶ୍ୱକୁ ସାମିଲ କରିବା ପାଇଁ ଭିନ୍ନ ଭିନ୍ନ ଦେଶର ଅଲିମ୍ପିଆନ୍‌ ଓ ଅଲିମ୍ପିକ୍ସ ପଦକ ବିଜେତାଙ୍କୁ ଚିଠି ଲେଖାଯିବ ବୋଲି ରେସ୍‌ଲରମାନେ କହିଛନ୍ତି। ମେ’ ୨୧ ସୁଦ୍ଧା ଯଦି ସରକାର ଦାବିକୁ ନ ମାନିବେ ତେବେ ଏହି ଧାରଣାକୁ ରାମଲୀଳା ମଇଦାନକୁ ନେବାର ପ୍ରସ୍ତାବ ଆଜାଦ ଦେଇଥିବା ବେଳେ ଏହା ଉପରେ ବିଚାର କରି ନିଷ୍ପତ୍ତି ନେବେ ବୋଲି ରେସ୍‌ଲରମାନେ କହିଛନ୍ତି। ସୋମବାର ରେସ୍‌ଲରମାନେ ଯନ୍ତରମନ୍ତରରୁ ବାହାରି କନ୍ନଟ ପ୍ଲେସ୍‌ ଯାଇଥିବା ବେଳେ ମଙ୍ଗଳବାର ମଧ୍ୟ ଯନ୍ତରମନ୍ତରରୁ କନ୍ନଟ ପ୍ଲେସ୍‌ର ହନୁମାନ ମନ୍ଦିର ପର୍ଯ୍ୟନ୍ତ ଏକ ଶୋଭାଯାତ୍ରାରେ ବାହାରିଥିଲେ। ଉଲ୍ଲେଖଯୋଗ୍ୟ, ମହିଳା ରେସ୍‌ଲରଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ବ୍ରିଜ୍‌ଭୂଷଣଙ୍କ ନାମରେ ମାମଲା ରୁଜୁ କରାଯାଇଛି। ୭ ଜଣ ମହିଳା ଆଥ୍‌ଲେଟ ଅଭିଯୋଗ ଆଣିଥିବା ବେଳେ ଏହା ମଧ୍ୟରେ ଜଣେ ନାବାଳିକା ମଧ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri