Posted inଖେଳ

ଅମନ ଜିତିଲେ ବ୍ରୋଞ୍ଜ୍‌

ପ୍ୟାରିସ୍‌, ୧୦ା୮: ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ରେ ଭାରତ ପାଇଁ ଷଷ୍ଠ ପଦକ ଜିତିଛନ୍ତି ରେସ୍‌ଲର ଅମନ ସେରାଓ୍ବତ୍‌। ୫୭ କିଗ୍ରା ଓଜନ ବର୍ଗରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଅମନ୍‌ ଶୁକ୍ରବାର ଅନୁଷ୍ଠିତ ବ୍ରୋଞ୍ଜ ପଦକ ପ୍ଲେ ଅଫ୍‌ ମ୍ୟାଚ୍‌ରେ ପୁଏର୍ଟାରିକୋର କ୍ରୁଜ ଡାରିଆନ୍‌ ଟୋଇଙ୍କୁ ୧୩-୫ରେ ପରାସ୍ତ କରିଛନ୍ତି। ଏହା ସହ ପ୍ୟାରିସ୍‌ ଅଲିମ୍ପିକ୍ସରେ ଭାରତ କୁସ୍ତିରୁ ଏହାର ପ୍ରଥମ ପଦକ ଜିତିବାରେ ସଫଳ ହୋଇଛି। ସେହିପରି ଅମନ (୨୧ ବର୍ଷ) ଅଲିମ୍ପିକ୍ସରେ ସର୍ବକନିଷ୍ଠ ପଦକ ବିଜେତା ହେବାର ଗୌରବ ଅର୍ଜନ କରିଛନ୍ତି। ପ୍ରଥମରୁ ଅମନ ୨ ପଏଣ୍ଟର ଅଗ୍ରଣୀ ହାସଲ କରିଥିବା ବେଳେ କ୍ରୁଜ୍‌ ୩ ପଏଣ୍ଟ ହାସଲ କରିଥିଲେ। ତେବେ ଏହାପରେ ଅମନ ନିରନ୍ତର ଆକ୍ରମଣାତ୍ମକ ପ୍ରଦର୍ଶନ କରିବା ସହ ୧୩-୫ରେ ବିଜୟ ହାସଲ କରିଥିଲେ। ଏହା ସହିତ ଶୁକ୍ରବାର ସୁଦ୍ଧା ଭାରତ ୧ ରୌପ୍ୟ ଓ ୫ ବ୍ରୋଞ୍ଜ ସହ ମୋଟ ୬ ପଦକ ହାସଲ କରିଛି। ଗୁରୁବାର ୨୧ ବର୍ଷୀୟ ଅମନ ଦ୍ୱିତୀୟ ରାଉଣ୍ଡରେ ୨୦୨୨ର ବିଶ୍ୱ ଚାମ୍ପିୟନ ଆଲବାନିଆ ଜେଲିମଖାନ ଆବାକାରୋଭଙ୍କୁ ପରାସ୍ତ କରିଥିଲେ। ପ୍ରଥମ ରାଉଣ୍ଡରେ ନର୍ଥ ମାସେଡୋନିଆର ପୂର୍ବତନ ୟୁରୋପିଆନ ଚାମ୍ପିୟନ ଭ୍ଲାଡିମିର ଇଗୋରୋଭଙ୍କୁ ୧୦-୦ରେ ସହଜରେ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚତ୍ଥିଲେ। ତେବେ ସେମି ଫାଇନାଲରେ ଜାପାନର ହିଗୁଚି ରାଇଙ୍କ ନିକଟରୁ ପରାଜିତ ହେବା ସହ ବ୍ରୋଞ୍ଜ ପଦକ ପ୍ଲେ ଅଫ୍‌ ଖେଳିଥିଲେ। ଅଲିମ୍ପିକ୍ସ ରେସ୍‌ଲିଂରେ ଏହା ଭାରତର ସପ୍ତମ ପଦକ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri