Posted inଖେଳ

ହନୁମାନ ମନ୍ଦିର ଯାଏ ରେସ୍‌ଲରଙ୍କ ଶୋଭାଯାତ୍ରା

ନୂଆଦିଲ୍ଳୀ,୧୮ା୫(ପି.ଟି.): ଭାରତୀୟ ରେସ୍‌ଲିଂ ଫେଡେରେଶନ (ଡବ୍ଲ୍ୟୁଏଫ୍‌ଆଇ) ସଭାପତି ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ଯୌନ ନିର୍ଯାତନା ମାମଲାରେ ନୂଆଦିଲ୍ଲୀର ଯନ୍ତରମନ୍ତର ଆନ୍ଦୋଳନରତ ଖେଳାଳିମାନେ ସମର୍ଥକଙ୍କ ସହିତ କନ୍ନଟ ପ୍ଲେସ୍‌ର ହନୁମାନ ମନ୍ଦିର ପର୍ଯ୍ୟନ୍ତ ଏକ ଶୋଭାଯାତ୍ରାରେ ବାହାରିଥିଲେ। ଏହା ସହିତ ବଙ୍ଗଲା ସାହିବ ଗୁରୁଦ୍ୱାରରେ ଖେଳାଳିମାନେ ପ୍ରାର୍ଥନା କରିଥିଲେ। ଯନ୍ତରମନ୍ତରଠାରେ ଖେଳାଳିଙ୍କ ଆନ୍ଦୋଳନ ୨୫ ଦିନରେ ପହଞ୍ଚିଛି। ଭାରତର ଅଲିମ୍ପିକ୍ସ ପଦକ ବିଜୟୀ ରେସ୍‌ଲର ସାକ୍ଷୀ ମଲିକ୍‌ ଓ ବଜରଙ୍ଗ ପୁନିଆଙ୍କ ସମେତ ଏସିଆନ୍‌ ଗେମ୍ସ ସ୍ବର୍ଣ୍ଣ ପଦକ ବିଜୟିନୀ ଭିନେଶ ଫୋଗତ ଯନ୍ତରମନ୍ତରଠାରେ ଧାରଣାରେ ବସିଛନ୍ତି। ଧାରଣା ସମ୍ପର୍କରେ ସାଧାରଣ ଲୋକଙ୍କୁ ଅବଗତ କରାଇବା ପାଇଁ ବିଗତ ଦୁଇ ଦିନ ଧରି ଆଥ୍‌ଲେଟମାନେ କନ୍ନଟ ପ୍ଲେସ୍‌ ଓ ଏହାର ଆଖପାଖ ଅଞ୍ଚଳକୁ ଯାଉଛନ୍ତି। ବୁଧବାର ଖେଳାଳିମାନେ ନିଜର ସମର୍ଥକଙ୍କ ସହିତ କନ୍ନଟ ପ୍ଲେସ୍‌ ସ୍ଥିତ ହନୁମାନ ମନ୍ଦିରକୁ ଯାଇଥିଲେ। ଶୋଭାଯାତ୍ରା ପରେ ଖବରଦାତା ସମ୍ମିଳନୀରେ ମହିଳା ରେସ୍‌ଲରଙ୍କୁ ନ୍ୟାୟ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଅନୁରୋଧ କରିଥିଲେ ବଜରଙ୍ଗ ପୁନିଆ। ସରକାର ‘ବେଟି ବଚାଓ, ବେଟି ପଢାଓ’ ନାରା ଦେଉଛନ୍ତି। ଏଠାରେ ଦେଶର ଝିଅ ନ୍ୟାୟ ପାଇଁ ସଂଘର୍ଷ କରୁଥିବା ବେଳେ ସରକାର ନୀରବଦ୍ରଷ୍ଟା ସାଜିଛନ୍ତି ବୋଲି କହିଥିଲେ ବଜରଙ୍ଗ ପୁନିଆ। ଦେଶର ଝିଅମାନଙ୍କୁ ନ୍ୟାୟ ଦେବା ପାଇଁ ଆମେ ବଜରଙ୍ଗ ବଲୀଙ୍କ ଆଶୀର୍ବାଦ ଗ୍ରହଣ କରିବାକୁ ଆସିଛୁ ବୋଲି ସେ କହିଛନ୍ତି। ବିଶ୍ୱ ଚାମ୍ପିୟନଶିପ୍‌ ପଦକ ବିଜେତା ଭିନେଶ ଫୋଗତ କହିଛନ୍ତି, ନ୍ୟାୟ ପାଇଁ କ’ଣ ସବୁ ମହିଳାଙ୍କୁ ଧାରଣାରେ ବସିବାକୁ ପଡିବ। ଆମ ଦେଶ ଏତେ ଦୁର୍ବଳ ନୁହେଁ ଯେ, ଦୋଷୀଙ୍କୁ ଦଣ୍ଡ ଦେଇପାରିବା ନାହିଁ। ରେସଲରମାନଙ୍କ ଏହି ଶୋଭାଯାତ୍ରାରେ ଅନେକ ସାଧାରଣ ଲୋକ ମଧ୍ୟ ସାମିଲ ହୋଇଥିଲେ। ଆମେ ଆଥ୍‌ଲେଟମାନଙ୍କ ସହିତ ଅଛୁ ଓ ବ୍ରିଜ୍‌ ଭୂଷଣଙ୍କୁ ଗିରଫ କର ନାରା ମଧ୍ୟରେ ଶୋଭାଯାତ୍ରା ସମ୍ପୂର୍ଣ୍ଣ ହୋଇଥିଲା। ଅନ୍ୟତମ ଅଲିମ୍ପିକ୍ସ ପଦକ ବିଜେତା ସାକ୍ଷୀ ମଲିକ୍‌ ମଧ୍ୟ ଆନ୍ଦୋଳନ ସମ୍ପର୍କରେ ଟୁଇଟ୍‌ କରିଥିଲେ। ଭିଡିଓଗ୍ରାଫି ବା ଫଟୋଗ୍ରାଫି କରୁଥିବା କିଛି ସ୍ବେଚ୍ଛାସେବୀ ଆମକୁ ଆବଶ୍ୟକ। ଇଚ୍ଛୁକ ବ୍ୟକ୍ତି ଡିଏମ୍‌ କରିପାରନ୍ତି। ମଙ୍ଗଳବାର ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦ ଖେଳାଳିମାନଙ୍କ ସହିତ ଆଲୋଚନା କରିବା ସହିତ ଏହାକୁ ଏକ ଜାତୀୟ ଆନ୍ଦୋଳନରେ ପରିଣତ କରିବାକୁ ପ୍ରସ୍ତାବ ଦେଇଥିଲେ। ଯନ୍ତରମନ୍ତର ଅପେକ୍ଷା ରାମଲୀଳା ମଇଦାନ ଏକ ବଡ ଜାଗା। ଫଳରେ ଅଧିକ ଲୋକ ଏହି ଆନ୍ଦୋଳନରେ ସାମିଲ ହୋଇପାରିବେ ବୋଲି ସେ କହିଥିଲେ। ଉଲ୍ଲେଖଯୋଗ୍ୟ, ମହିଳା ରେସ୍‌ଲରଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ବ୍ରିଜ୍‌ଭୂଷଣଙ୍କ ନାମରେ ମାମଲା ରୁଜୁ କରାଯାଇଛି। ୭ ଜଣ ମହିଳା ଆଥ୍‌ଲେଟ ଅଭିଯୋଗ ଆଣିଥିବା ବେଳେ ଏହା ମଧ୍ୟରେ ଜଣେ ନାବାଳିକା ମଧ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri