Posted inଖେଳ

ହନୁମାନ ମନ୍ଦିର ଯାଏ ରେସ୍‌ଲରଙ୍କ ଶୋଭାଯାତ୍ରା

ନୂଆଦିଲ୍ଳୀ,୧୮ା୫(ପି.ଟି.): ଭାରତୀୟ ରେସ୍‌ଲିଂ ଫେଡେରେଶନ (ଡବ୍ଲ୍ୟୁଏଫ୍‌ଆଇ) ସଭାପତି ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ଯୌନ ନିର୍ଯାତନା ମାମଲାରେ ନୂଆଦିଲ୍ଲୀର ଯନ୍ତରମନ୍ତର ଆନ୍ଦୋଳନରତ ଖେଳାଳିମାନେ ସମର୍ଥକଙ୍କ ସହିତ କନ୍ନଟ ପ୍ଲେସ୍‌ର ହନୁମାନ ମନ୍ଦିର ପର୍ଯ୍ୟନ୍ତ ଏକ ଶୋଭାଯାତ୍ରାରେ ବାହାରିଥିଲେ। ଏହା ସହିତ ବଙ୍ଗଲା ସାହିବ ଗୁରୁଦ୍ୱାରରେ ଖେଳାଳିମାନେ ପ୍ରାର୍ଥନା କରିଥିଲେ। ଯନ୍ତରମନ୍ତରଠାରେ ଖେଳାଳିଙ୍କ ଆନ୍ଦୋଳନ ୨୫ ଦିନରେ ପହଞ୍ଚିଛି। ଭାରତର ଅଲିମ୍ପିକ୍ସ ପଦକ ବିଜୟୀ ରେସ୍‌ଲର ସାକ୍ଷୀ ମଲିକ୍‌ ଓ ବଜରଙ୍ଗ ପୁନିଆଙ୍କ ସମେତ ଏସିଆନ୍‌ ଗେମ୍ସ ସ୍ବର୍ଣ୍ଣ ପଦକ ବିଜୟିନୀ ଭିନେଶ ଫୋଗତ ଯନ୍ତରମନ୍ତରଠାରେ ଧାରଣାରେ ବସିଛନ୍ତି। ଧାରଣା ସମ୍ପର୍କରେ ସାଧାରଣ ଲୋକଙ୍କୁ ଅବଗତ କରାଇବା ପାଇଁ ବିଗତ ଦୁଇ ଦିନ ଧରି ଆଥ୍‌ଲେଟମାନେ କନ୍ନଟ ପ୍ଲେସ୍‌ ଓ ଏହାର ଆଖପାଖ ଅଞ୍ଚଳକୁ ଯାଉଛନ୍ତି। ବୁଧବାର ଖେଳାଳିମାନେ ନିଜର ସମର୍ଥକଙ୍କ ସହିତ କନ୍ନଟ ପ୍ଲେସ୍‌ ସ୍ଥିତ ହନୁମାନ ମନ୍ଦିରକୁ ଯାଇଥିଲେ। ଶୋଭାଯାତ୍ରା ପରେ ଖବରଦାତା ସମ୍ମିଳନୀରେ ମହିଳା ରେସ୍‌ଲରଙ୍କୁ ନ୍ୟାୟ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଅନୁରୋଧ କରିଥିଲେ ବଜରଙ୍ଗ ପୁନିଆ। ସରକାର ‘ବେଟି ବଚାଓ, ବେଟି ପଢାଓ’ ନାରା ଦେଉଛନ୍ତି। ଏଠାରେ ଦେଶର ଝିଅ ନ୍ୟାୟ ପାଇଁ ସଂଘର୍ଷ କରୁଥିବା ବେଳେ ସରକାର ନୀରବଦ୍ରଷ୍ଟା ସାଜିଛନ୍ତି ବୋଲି କହିଥିଲେ ବଜରଙ୍ଗ ପୁନିଆ। ଦେଶର ଝିଅମାନଙ୍କୁ ନ୍ୟାୟ ଦେବା ପାଇଁ ଆମେ ବଜରଙ୍ଗ ବଲୀଙ୍କ ଆଶୀର୍ବାଦ ଗ୍ରହଣ କରିବାକୁ ଆସିଛୁ ବୋଲି ସେ କହିଛନ୍ତି। ବିଶ୍ୱ ଚାମ୍ପିୟନଶିପ୍‌ ପଦକ ବିଜେତା ଭିନେଶ ଫୋଗତ କହିଛନ୍ତି, ନ୍ୟାୟ ପାଇଁ କ’ଣ ସବୁ ମହିଳାଙ୍କୁ ଧାରଣାରେ ବସିବାକୁ ପଡିବ। ଆମ ଦେଶ ଏତେ ଦୁର୍ବଳ ନୁହେଁ ଯେ, ଦୋଷୀଙ୍କୁ ଦଣ୍ଡ ଦେଇପାରିବା ନାହିଁ। ରେସଲରମାନଙ୍କ ଏହି ଶୋଭାଯାତ୍ରାରେ ଅନେକ ସାଧାରଣ ଲୋକ ମଧ୍ୟ ସାମିଲ ହୋଇଥିଲେ। ଆମେ ଆଥ୍‌ଲେଟମାନଙ୍କ ସହିତ ଅଛୁ ଓ ବ୍ରିଜ୍‌ ଭୂଷଣଙ୍କୁ ଗିରଫ କର ନାରା ମଧ୍ୟରେ ଶୋଭାଯାତ୍ରା ସମ୍ପୂର୍ଣ୍ଣ ହୋଇଥିଲା। ଅନ୍ୟତମ ଅଲିମ୍ପିକ୍ସ ପଦକ ବିଜେତା ସାକ୍ଷୀ ମଲିକ୍‌ ମଧ୍ୟ ଆନ୍ଦୋଳନ ସମ୍ପର୍କରେ ଟୁଇଟ୍‌ କରିଥିଲେ। ଭିଡିଓଗ୍ରାଫି ବା ଫଟୋଗ୍ରାଫି କରୁଥିବା କିଛି ସ୍ବେଚ୍ଛାସେବୀ ଆମକୁ ଆବଶ୍ୟକ। ଇଚ୍ଛୁକ ବ୍ୟକ୍ତି ଡିଏମ୍‌ କରିପାରନ୍ତି। ମଙ୍ଗଳବାର ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦ ଖେଳାଳିମାନଙ୍କ ସହିତ ଆଲୋଚନା କରିବା ସହିତ ଏହାକୁ ଏକ ଜାତୀୟ ଆନ୍ଦୋଳନରେ ପରିଣତ କରିବାକୁ ପ୍ରସ୍ତାବ ଦେଇଥିଲେ। ଯନ୍ତରମନ୍ତର ଅପେକ୍ଷା ରାମଲୀଳା ମଇଦାନ ଏକ ବଡ ଜାଗା। ଫଳରେ ଅଧିକ ଲୋକ ଏହି ଆନ୍ଦୋଳନରେ ସାମିଲ ହୋଇପାରିବେ ବୋଲି ସେ କହିଥିଲେ। ଉଲ୍ଲେଖଯୋଗ୍ୟ, ମହିଳା ରେସ୍‌ଲରଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ବ୍ରିଜ୍‌ଭୂଷଣଙ୍କ ନାମରେ ମାମଲା ରୁଜୁ କରାଯାଇଛି। ୭ ଜଣ ମହିଳା ଆଥ୍‌ଲେଟ ଅଭିଯୋଗ ଆଣିଥିବା ବେଳେ ଏହା ମଧ୍ୟରେ ଜଣେ ନାବାଳିକା ମଧ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?