Posted inଜାତୀୟ

ଭଉଣୀଙ୍କ ସହ ଦୁର୍ବବ୍ୟବହାର କରୁଥିବା ବ୍ୟକ୍ତିଙ୍କୁ ଫାଶୀ ଦିଆଯାଉ: କେଜରିଓ୍ବାଲ

ନୂଆଦିଲ୍ଲୀ,୨୯।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଭାରତୀୟ କୁସ୍ତି ମହାସଂଘର ଅଧ୍ୟକ୍ଷ ବ୍ରିଜଭୂଷଣ ଶରଣ ସିଂଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ଧାରଣାରେ ବସିଥିବା ରେସଲରଙ୍କୁ ସାକ୍ଷାତ୍‌ କରିଛନ୍ତି। ଏହି ସମୟରେ କେଜରିଓ୍ବାଲ କହିଛନ୍ତି, ଭଉଣୀଙ୍କ ସହ ଦୁର୍ବବ୍ୟହାର କରିଥିବା ଲୋକଙ୍କୁ ଫାଶୀ ଦଣ୍ଡ ଦେବା ଦରକାର।

ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଶନିବାର ଜନ୍ତର ମନ୍ତରରେ ପ୍ରଦର୍ଶନ କରୁଥିବା ମହିଳା ରେସଲରଙ୍କୁ ସାକ୍ଷାତ କରିଛନ୍ତି। ଏହି ସମୟରେ କେଜରିଓ୍ବାଲ କହିଛନ୍ତି, ‘ଆମ ଭଉଣୀଙ୍କ ସହ ଦୁର୍ବବ୍ୟହାର ହୋଇଛି। ଏମିତି ବ୍ୟକ୍ତିଙ୍କୁ ତୁରନ୍ତ ଦଣ୍ଡ ଦେଇ ଫାଶୀରେ ଝୁଲାଇ ଦେବା ଦରକାର। ଯିଏ ବି ଭାରତକୁ ଭଲପାଉଛନ୍ତି, ସେମାନେ ରେସଲରଙ୍କ ସହ ଠିଆ ହୋଇଛନ୍ତି। ସମ୍ପୂର୍ଣ୍ଣ ଦେଶ ରେସଲରଙ୍କ ସହ ରହିଛି। ସୂଚନାଯୋଗ୍ୟ, କିଛିଦିନ ହେବ ବଜରଙ୍ଗ ପୁନିଆ, ସାକ୍ଷି ମଲିକ ଓ ଭିନେଶ ଫୋଗାଟଙ୍କ ସମେତ ଅନ୍ୟ ରେସଲରମାନେ ଦିଲ୍ଲୀର ଜନ୍ତର ମନ୍ତରରେ ବ୍ରିଜଭୂଷଣ ଶରଣ ସିଂଙ୍କ ଉପରେ ଯୌନ ଉତ୍ପିଡନ ଓ ଧମକାଇବା ଅଭିଯୋଗ କରି ବିରୋଧ ପ୍ରଦର୍ଶନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri