‘ଆମ ଖେଳାଳି ଆମ ଦେଶର ଗୌରବ’, ରେସଲରଙ୍କ ସପକ୍ଷରେ ବାହାରିଲେ ମମତା

କୋଲକାତା,୨୮।୪: ଦିଲ୍ଲୀର ଜନ୍ତର ମନ୍ତରରେ ଧାରଣାରେ ବସିଥିବା ରେସଲରଙ୍କ ପ୍ରତି ସମର୍ଥନ ବଢିବାରେ ଲାଗିଛି। ଏବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଟୁଇଟ କରି ରେସଲରଙ୍କୁ ସପୋର୍ଟ କରିଛନ୍ତି। ସେ ଶୁକ୍ରବାର କହିଛନ୍ତି, ଆମ ସମସ୍ତଙ୍କୁ ଧାରଣା ଦେଇଥିବା ରେସଲରଙ୍କ ସହ ଠିଆ ହେବା ଦରକାର, ସେମାନେ ଏକ ସ୍ବରରେ କହୁଛନ୍ତି, ଆମ ଖେଳାଳି ଆମ ଦେଶର ଗୌରବ, ସେମାନେ ଚାମ୍ପିୟାନ।

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ଦୋଷୀଙ୍କୁ ଆଇନର କାଠଗଡା ମଧ୍ୟକୁ ଆଣିବା ଜରୁରୀ। ଏମାନଙ୍କର ଯେ କୌଣସି ରାଜନୈତିକ ସମ୍ପର୍କ ଥାଉନା କାହିଁକି, ଆଇନ କଡା ହେବା ଦରକାର, ସତ୍ୟର ବିଜୟ ହେବା ଦରକାର। ସୂଚନାଯୋଗ୍ୟ, କେତେଜଣ ରାଷ୍ଟ୍ରୀୟ ପୁରସ୍କାର ବିଜେତା ରେସଲର ଭାରତୀୟ କୁସ୍ତି ମହାସଂଘ(ଡବ୍ଲୁଏଫଆଇ)ର ଅଧ୍ୟକ୍ଷ ବ୍ରୁଜଭୂଷଣ ଶରଣ ସିଂଙ୍କ ବିରୋଧରେ ଯୌନ ଶୋଷଣର ଅଭିଯୋଗ ଆଣି ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରି ଧାରଣାରେ ବସିଛନ୍ତି।
ରେସଲରମାନେ ଯୌନ ଉତ୍ପିଡନ ଅଭିଯୋଗର ଯାଞ୍ଚ କରୁଥିବା ସମିତିର ରିପୋର୍ଟ ସାର୍ବଜନିନ କରିବାକୁ ସରକାରଙ୍କ ନିକଟରେ ଦାବି କରିଛନ୍ତି। ଏହି ରେସଲରମାନଙ୍କୁ ଅନେକେ ନେତା, ପୂର୍ବତନ ଖେଳାଳିମାନେ ବି ସମର୍ଥନ ଜଣାଇଛନ୍ତି। ଶୁକ୍ରବାର ଅଲିମ୍ପିକ ସ୍ବର୍ଣ୍ଣ ପଦକ ବିଜେତା ନିରଜ ଚୋପ୍ରା ଓ ଅଭିନବ ବିନ୍ଦ୍ରା ମଧ୍ୟ ରେସଲରଙ୍କୁ ସମର୍ଥନ ଜଣାଇ ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଅଧିକାରୀଙ୍କ ନିକଟରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri