Posted inଜାତୀୟ

ରେସଲରଙ୍କୁ ସମର୍ଥନ କଲେ ମମତା

କୋଲକାତା,୨୮।୫: ରାଜଧାନୀ ଦିଲ୍ଲୀରେ ରବିବାର ଦୁଇଟି ବଡ ଘଟଣା ଦେଖିବାକୁ ମିଳିଛି। ପ୍ରଥମଟି ହେଉଛି ଲୋକତନ୍ତ୍ରର ନୂଆ ମନ୍ଦିର ଅର୍ଥାତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆ ସଂସଦ ଭବନର ଉଦଘାଟନ କରିଛନ୍ତି। ଅନ୍ୟଟି ହେଉଛି ଜନ୍ତର ମନ୍ତରରେ ଭାରତୀୟ ଜନତା ପାର୍ଟି(ଭାଜପା) ଏମପି ତଥା ଭାରତୀୟ କୁସ୍ତି ମହାସଂଘର ଅଧ୍ୟକ୍ଷ ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ ପ୍ରଦର୍ଶନ କରୁଥିବା କୁସ୍ତିଯୋଦ୍ଧାମାନେ ସଂସଦ ଭବନ ଆଡକୁ ପ୍ରବେଶ କରିବାକୁ ଚେଷ୍ଟା କରିବା। ଏହି ସମୟରେ ଦିଲ୍ଲୀ ପୋଲିସ ସେମାନଙ୍କୁ ଅଟକ ରଖିଛି।

ନୂଆ ସଂସଦ ଭବନ ଅଭିମୁଖେ ଯିବା ପାଇଁ ଚେଷ୍ଟା କରିଥିବା ମହିଳା କୁସ୍ତିଯୋଦ୍ଧା ସାକ୍ଷୀ ମଲିକ କହିଛନ୍ତି ଯେ ଆମେ ଶାନ୍ତିପୂର୍ଣ୍ଣ ଭାବେ ପଦଯାତ୍ରା କରୁଛୁ, କିନ୍ତୁ ସେମାନେ ବଳପୂର୍ବକ ଆମକୁ ଟାଣି ନେଇଥିଲେ। ଏ ସମ୍ପର୍କରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଟୁଇଟ କରି ଏହି ଘଟଣାକୁ ନିନ୍ଦା କରିଛନ୍ତି। ସେ କହିଛନ୍ତି ଯେ ଆମ ଚାମ୍ପିୟନଙ୍କ ପ୍ରତି ଯେଉଁଭଳି ବ୍ୟବହାର କରାଯାଇଛି ତାହା ଅତ୍ୟନ୍ତ ଲଜ୍ଜାଜନକ।
ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଟୁଇଟ କରି ଲେଖିଛନ୍ତି, ଦିଲ୍ଲୀ ପୋଲିସ ସାକ୍ଷୀ ମଲିକ, ଭିନେଶ ଫୋଗାଟ ଏବଂ ଅନ୍ୟ କୁସ୍ତିଯୋଦ୍ଧାଙ୍କୁ ଯେଉଁଭଳି ଭାବେ ଆକ୍ରମଣ କରିଛି ମୁଁ ଏହାକୁ ଦୃଢ ନିନ୍ଦା କରୁଛି। ଆମ ଚାମ୍ପିୟାନମାନଙ୍କୁ ଏହିପରି ବ୍ୟବହାର କରାଯିବା ଲଜ୍ଜାଜନକ ବିଷୟ । ଗଣତନ୍ତ୍ର ସହନଶୀଳତା ମଧ୍ୟରେ ଅଛି କିନ୍ତୁ ସ୍ବାଧୀନତାବାଦୀ ଶକ୍ତି ଅସହିଷ୍ଣୁତା ଏବଂ ଅସନ୍ତୋଷକୁ ଦମନ କରିବାରେ ଲାଗିଛନ୍ତି। କୁସ୍ତିଯୋଦ୍ଧାମାନଙ୍କୁ ତୁରନ୍ତ ପୋଲିସ ହେପାଜତରୁ ମୁକ୍ତ କରିବାକୁ ମୁଁ ଦାବି କରୁଛି। ମୁଁ କୁସ୍ତିଯୋଦ୍ଧାମାନଙ୍କ ସହିତ ଛିଡା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଚାଞ୍ଚଲ୍ୟ: ଟ୍ରାଏଲ୍‌ ରୁମ୍‌ରେ ମହିଳା କର୍ମଚାରୀଙ୍କୁ ଗଳାକାଟି ହତ୍ୟା

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ଏକ ପୋଷାକ ଶୋ’ରୁମ୍‌ରେ କାମ କରୁଥିବା ଜଣେ ୧୮ ବର୍ଷୀୟା କର୍ମଚାରୀଙ୍କୁ ଟ୍ରାଏଲ୍‌ ରୁମ୍‌ରେ ଗଳାକାଟି ହତ୍ୟା କରାଯାଇଛି। ବ୍ୟକ୍ତିଗତ ସମ୍ପର୍କରେ ଫାଟ ଏବଂ…

ଏହି ୪ଟି ରାଶି ପାଇଁ ଆଗକୁ ରହିଛି କଠିନ ସମୟ, ସତର୍କ ନ ରହିଲେ ବଡ଼ ବିପଦ…

୧୬ ନଭେମ୍ବର ୨୦୨୬ରେ ସୂର୍ଯ୍ୟଦେବ ବିଛା ରାଶିକୁ ପ୍ରବେଶ କରିବେ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗୋଚରର ପ୍ରଭାବ କିଛି ରାଶିର ଜାତକଙ୍କ ଜୀବନରେ ପଡ଼ିପାରେ। ବିଶେଷକରି…

ଅତି ଖରାପ ସ୍ଥିତିରେ ଦିଲ୍ଲୀ ବାୟୁ ଗୁଣବତ୍ତା, ଘେରି ରହୁଛି ଧୂଳି, ଧୂଆଁର ଘନ ଆସ୍ତରଣ

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ରବିବାର ସକାଳେ ଅଧିକାଂଶ ପର୍ଯ୍ୟବେକ୍ଷଣ କେନ୍ଦ୍ରରେ ଅତି ଖରାପ ଦର୍ଶାଇଥିବା ବେଳେ ୭ଟିରେ ଗମ୍ଭୀର ସ୍ଥିତି ଦର୍ଶାଇଛି। ମୋଟାମୋଟି…

ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ: ଏକାଠି ହେଲେ କନ୍ଧମାଳ,ଗଜପତିର ଆଦିବାସୀ ସମାଜ

ବ୍ରାହ୍ମଣୀଗାଁ,୧୫।୧୧(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଶିବ ମନ୍ଦିର ପଡ଼ିଆରେ ରବିବାର ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି।…

ଗୁଣପୁରରେ ମହିଳାଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ

ଗୁଣପୁର,୧୫।୧୧(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଥାନା ଅନ୍ତର୍ଗତ ହାଉସିଂ ବୋର୍ଡ କଲୋନୀରେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ମିଳିଥିବା ସୂଚନା…

କେରଳ ହାଇକୋର୍ଟଙ୍କ ବଡ଼ ପ୍ରସ୍ତାବ, କିଶୋର ବୟସର ସୀମା ୧୮ରୁ ୧୬ ବର୍ଷକୁ ହ୍ରାସ….

କୋଚି,୧୫ା୧୧: ନାବାଳକ ବୟସ ସୀମାକୁ ନେଇ ବଡ଼ କଥା କହିଛନ୍ତି କେରଳ ହାଇକୋର୍ଟ । ଅପରାଧର ବଦଳୁଥିବା ସ୍ବରୂପ ଏବଂ ପିଲାମାନଙ୍କଠାରେ ଦେଖାଯାଉଥିବା ପରିପକ୍ୱତାକୁ ଦୃଷ୍ଟିରେ ରଖି…

ଠେଙ୍ଗାରେ ଆକ୍ରମଣ କରି ହତ୍ୟା ଉଦ୍ୟମ, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୫।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଶ୍ରୀଚନ୍ଦନପୁର ଗ୍ରାମର ବିରୁପାକ୍ଷ ମହାପାତ୍ରଙ୍କୁ ଗ୍ରାମର ହିନ ଗଉଡ଼(୫୦) ଶନିବାର ଅପରାହ୍ନରେ ଏକ ଠେଙ୍ଗାରେ ଆକ୍ରମଣ କରି…

ମାଡ଼ି ଆସୁଛି ବାତ୍ୟା: ମୁକାବିଲା ପାଇଁ ଗଞ୍ଜାମ ପ୍ରଶାସନର ଆଗୁଆ ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୫।୧୧(ସବିତା ମିଶ୍ର): ପୁଣି ଏକ ସାମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୁରୁଷୋତ୍ତମପୁର ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ସହ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?