Posted inଜାତୀୟ

‘ପୀଡିତାଙ୍କ ଉପରେ ଭୟ ସୃଷ୍ଟି କରାଯାଉଛି’, ମହିଳା କୁସ୍ତିଯୋଦ୍ଧାଙ୍କୁ ବ୍ରଜ୍‌ଭୂଷଣଙ୍କ ଘରକୁ ନିଆଯିବା ଘଟଣା ଉପରେ ତଦନ୍ତ ଦାବି କଲା ଟିଏମସି

ନୂଆଦିଲ୍ଲୀ,୧୦।୬: ଭାରତୀୟ ରେସଲିଂ ଫେଡେରେଶନ (ଡବ୍ଲ୍ୟୁଏଫଆଇ) ପୂର୍ବତନ ସଭାପତି ତଥା ଭାଜପା ଏମ୍‌ପି ବ୍ରିଜ୍‌ଭୂଷଣ ସିଂଙ୍କ ବିରୋଧରେ ଯୌନ ନିର୍ଯ୍ୟାତନା ମାମଲାରେ ତଦନ୍ତ ଚାଲିଛି। ଶୁକ୍ରବାର କ୍ରାଇମ ସିନ ରିକ୍ରିଏଟ୍‌ କରିବା ପାଇଁ ଦିଲ୍ଲୀ ପୋଲିସ ରେସଲର ସଂଗୀତା ଫୋଗାଟଙ୍କୁ ବ୍ରିଜ୍‌ଭୂଷଣଙ୍କ ଘରକୁ ନେଇଥିଲା। ଏହା ଉପରେ ବର୍ତ୍ତମାନ ତୃଳମୂଳ କଂଗ୍ରେସ (ଟିଏମସି) ଦିଲ୍ଲୀ ପୋଲିସକୁ ସମାଲୋଚନା କରିଛି।

ଟିଏମସି ମୁଖପାତ୍ର ସାକେତ ଗୋଖଲେ ଦିଲ୍ଲୀ କମିଶନ ଫର ମହିଳା (ଡିସିଡବ୍ଲୁ) ଅଧ୍ୟକ୍ଷ ସ୍ବାତୀ ମାଲିୱାଲଙ୍କୁ ଏହି ଘଟଣାର ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କହିଛନ୍ତି। ଏହି ଘଟଣାରେ ସମ୍ପୃକ୍ତ ପୋଲିସ କର୍ମଚାରୀଙ୍କ ବିରୋଧରେ ତଦନ୍ତ ଆରମ୍ଭ କରିବାକୁ ମଧ୍ୟ ଅନୁରୋଧ କରାଯାଇଛି।

ସ୍ବାତୀ ମାଲିୱାଲଙ୍କୁ ଲେଖିଥିବା ଏକ ପତ୍ରରେ ଗୋଖଲେ କହିଛନ୍ତି ଯେ, କ୍ରାଇମ ସିନ ରିକ୍ରିଏଟ୍‌ କରିବା ପାଇଁ ଯୌନ ଅଭିଯୋଗ ହୋଇଥିବା ଅଭିଯୁକ୍ତଙ୍କ ଘରକୁ ନିଆଯିବା ଆଶ୍ଚର୍ଯ୍ୟଜନକ। ଟିଏମସି ନେତା ଅଭିଯୋଗ କରିଛନ୍ତି ଯେ, ଏହା କରି ଦିଲ୍ଲୀ ପୋଲିସ ଅଭିଯୋଗକାରୀଙ୍କ ମନରେ ଭୟର ବାତାବରଣ ସୃଷ୍ଟି କରିବାକୁ ସ୍ପଷ୍ଟ ଚେଷ୍ଟା କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର!

ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

‘ସେ ଏହାର ଯୋଗ୍ୟ ଥିଲେ’: ବାରୁଇପୁର ବଳାତ୍କାର-ହତ୍ୟା ଅଭିଯୁକ୍ତଙ୍କ ମୃତଦେହ ନେବାକୁ ମନା କଲେ ମାଆ

କୋଲକାତା,୮।୭: ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରଭାସ ମଣ୍ଡଳଙ୍କ ମାଆ ବୁଧବାର କହିଛନ୍ତି ଯେ ସେ ତାଙ୍କ ପୁଅର ମୃତଦେହ ଦାବି କରିବେ…

ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା

କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍‌ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri