Posted inଜାତୀୟ

ଆସନ୍ତା ୨୮ରେ ନୂତନ ସଂସଦ ଭବନ ସମ୍ମୁଖରେ ମହିଳା ମହାପଞ୍ଚାୟତ କରିବେ କୁସ୍ତିଯୋଦ୍ଧା

ନୂଆଦିଲ୍ଲୀ,୨୪।୫: ରେସଲିଂ ଫେଡେରେଶନ ଅଫ ଇଣ୍ଡିଆର ସଭାପତି ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ ଦେଶର କୁସ୍ତିଯୋଦ୍ଧାମନଙ୍କର ଦିଲ୍ଲୀର ଯନ୍ତରମନ୍ତରଠାରେ ଧାରଣା ଜାରି ରହିଛି। ଏହି ସମୟରେ କୁସ୍ତିଯୋଦ୍ଧାମାନେ ଆସନ୍ତା ୨୮ରେ ନୂତନ ସଂସଦ ଭବନ ସମ୍ମୁଖରେ ମହିଳା ମହାପଞ୍ଚାୟତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂତନ ସଂସଦ ଗୃହର ଉଦ୍‌ଘାଟନ କରିବାକୁ ଯାଉଛନ୍ତି।

ମଙ୍ଗଳବାର କୁସ୍ତିଯୋଦ୍ଧାମାନେ ଯନ୍ତରମନ୍ତରରୁ ଇଣ୍ଡିଆ ଗେଟ୍‌ ପର୍ଯ୍ୟନ୍ତ ନ୍ୟାୟ ଦାବି କରିଥିଲେ। ଏହି ପଦଯାତ୍ରା ପରେ ରେସଲର ବିନେଶ ଫୋଗାଟ ଗଣମାଧ୍ୟମକୁ କହିଛନ୍ତି ଯେ, ଆମେ ମେ’ ୨୮ରେ ରେ ନୂତନ ସଂସଦ ଭବନ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ମହିଳା ମହାପଞ୍ଚାୟତ ଆୟୋଜନ କରିବାକୁ ନିଷ୍ପତ୍ତି ନେଇଛୁ। ସେ କହିଛନ୍ତି, ଏହି ସ୍ବର ଯେଉଁ ଉଠାଯାଇଛିି ତାହା ବହୁ ଦୂର ପର୍ଯ୍ୟନ୍ତ ଯିବା ଉଚିତ୍‌। ଯଦି ଆଜି ଦେଶର ଝିମାନେ ନ୍ୟାୟ ପାଇବେ, ତେବେ ଆଗାମୀ ପିଢିଙ୍କୁ ଏଥିରୁ ସାହସ ମିଳିବ।

ବିନେଶ ଫୋଗାଟ, ବଜରଙ୍ଗ ପୁନିଆ ଏବଂ ସାକ୍ସି ମଲିକଙ୍କ ସମେତ ଅନେକ ବରିଷ୍ଠ କୁସ୍ତି ଖେଳାଳି ଏପ୍ରିଲ ୨୩ରୁ ଦିଲ୍ଲୀର ଯନ୍ତରମନ୍ତରରେ ବିରୋଧ ପ୍ରଦର୍ଶନ କରୁଛନ୍ତି। ରେସଲରମାନେ ରେସଲିଂ ଫେଡେରେସନ ଅଫ ଇଣ୍ଡିଆ (ଡବ୍ଲୁଏଫଆଇ) ମୁଖ୍ୟ ତଥା ଭାଜପା ଏମ୍‌ପି ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ ଯୌନ ନିର୍ଯ୍ୟାତନା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri