Posted inଜାତୀୟ

ଘରକୁ ଫେରିଲେ କୁସ୍ତିଯୋଦ୍ଧା

ନୂଆଦିଲ୍ଲୀ,୧।୬: ଭାରତୀୟ କୁସ୍ତି ମହାସଂଘ(ଡବ୍ଲ୍ୟୁଏଫ୍‌ଆଇ) ସଭାପତି ବ୍ରିଜଭୂଷଣ ଶରଣସିଂହଙ୍କ ଗିରଫ ପ୍ରତିବାଦରେ ଆନ୍ଦୋଳନ ଚଲାଇଥିବା କୁସ୍ତିଯୋଦ୍ଧାଘରକୁ ଫେରି ଆସିଥିବା ଜଣାପଡିଛି। ଆନ୍ଦୋଳନକାରୀ ଭାବେ କେବଳ ସାକ୍ଷୀ ମଲ୍ଲିକ ଦିଲ୍ଲୀରେ ରହିଛନ୍ତି। ଅନ୍ୟପକ୍ଷେ ଆନ୍ଦୋଳନକାରୀମାନେ ନୀରବ ପ୍ରତିବାଦ କରୁଥିବାରୁ ଗଣମାଧ୍ୟମକୁ କୌଣସି ପ୍ରତିକ୍ରିୟା ଦେଇନାହାନ୍ତି।

ଏପ୍ରିଲ ୨୩ରୁ ମେ’ ୨୮ ତାରିଖ ପର୍ଯ୍ୟନ୍ତ ଆନ୍ଦୋଳନକାରୀମାନେ ଯନ୍ତରମନ୍ତରରେ ଆନ୍ଦୋଳନ ଚଲାଇଥିଲେ। ରବିବାର ନୂଆ ସଂସଦ ଭବନ ଆଗରେ ମହିଳା ପଞ୍ଚାୟତ କରିବାକୁ ଯାଉଥିବା ବେଳେ ଦିଲ୍ଲୀ ପୋଲିସ ଖେଳାଳିଙ୍କୁ ଅଟକାଇ ଥିଲା। ଏପରି କି ଆନ୍ଦୋଳନକାରୀଙ୍କୁ ଉଠାଇ ନେଇ ଥାନାରେ ଅଟକ ରଖିଥିଲା। ଆନ୍ଦୋଳନସ୍ଥଳକୁ ଖାଲି କରିବାକୁ କୁସ୍ତିଯୋଦ୍ଧାଙ୍କୁ କୁହାଯାଇଥିଲା। ଅନ୍ୟପକ୍ଷେ କୁସ୍ତିଯୋଦ୍ଧାଙ୍କ ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଥିଲା। ଏପରିକି କୁସ୍ତିଯୋଦ୍ଧାମାନେ ମେଡାଲକୁ ଗଙ୍ଗା ନଦୀରେ ବିସର୍ଜନ କରିବାକୁ ନିଷ୍ପତ୍ତି ନେଇଥିଲେ। ହେଲେ ଭାରତୀୟ କିଷାନ ୟୁନିୟନ ଜାତୀୟ ସଭାପତି ନରେଶ ଟିକାୟତ ଖେଳାଳିଙ୍କୁ ବୁଝାଇ ଫେରାଇ ଆଣିଥିଲେ। କୁସ୍ତିଯୋଦ୍ଧାଙ୍କୁ ୫ ଦିନ ସମୟ ଦେବାକୁ ସେ କହିଥିଲେ। ପରେ ଆନ୍ଦୋଳନ ସାମାନ୍ୟ ଶାନ୍ତ ପଡିଥିଲା।

କ୍ରୀଡାରେ କ୍ଷତି ପହଞ୍ଚିବା ଭଳି ପଦକ୍ଷେପ ନ ନେବାକୁ କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ଅନୁରାଗ ଠାକୁର ଆନ୍ଦୋଳନକାରୀଙ୍କୁ ପରାମର୍ଶ ଦେଇଛନ୍ତି। ଖେଳାଳିମାନେ ଧର୍ଯ୍ୟ ରଖି ତଦନ୍ତ ଉପରେ ବିଶ୍ବାସ ରଖିବାକୁ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri