Posted inଖେଳ

ସର୍ବସାଧାରଣରେ ରେସଲରଙ୍କୁ ଚାପୁଡ଼ା ମାରିଲେ ଫେଡେରେଶନ ମୁଖ୍ୟ

ରାଞ୍ଚି,୧୭।୧୨: ଭାରତୀୟ ରେସଲିଂ ଫେଡେରେଶନ (ଡବ୍ଲ୍ୟୁଏଫ୍‌ଆଇ) ମୁଖ୍ୟ ବ୍ରିଜଭୂଷଣ ଶରନ ସିଂ ସର୍ବସାଧାରଣରେ ଜଣେ ରେସଲରଙ୍କୁ ଚାପୁଡ଼ା ମାରିଛନ୍ତି। ସ୍ଥାନୀୟ ଶହୀଦ ଗନପତ ରାଇ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ୧୫ ବର୍ଷରୁ କମ୍‌ ଜାତୀୟ ରେସଲିଂ ଚାମ୍ପିୟନଶିପ୍‌ ବେଳେ ଘଟିଛି ଏଭଳି ଘଟଣା। ଘଟଣା ପରେ ଉତ୍ତରପ୍ରଦେଶର ଅନେକ ରେସଲର ଡବ୍ଲ୍ୟୁଏଫ୍‌ଆଇ ମୁଖ୍ୟଙ୍କ କାର୍ଯ୍ୟକୁ ବିରୋଧ କରିବା ସହ କ୍ଷମାପ୍ରାର୍ଥନା ଦାବି କରିଥିଲେ। ଶେଷରେ ଝାଡ଼ଖଣ୍ଡ ରେସଲିଂ ଆସୋସିଏଶନ ସଭାପତି ଭୋଲାନାଥ ସିଂଙ୍କ ସମେତ ଅନ୍ୟମାନଙ୍କ ହସ୍ତକ୍ଷେପ ପରେ ଆନ୍ଦୋଳନରୁ ଓହରିଥିଲେ ରେସଲର।

ବୟସ ଯାଞ୍ଚ ବେଳେ ଉତ୍ତରପ୍ରଦେଶର ଜଣେ ରେସଲରଙ୍କ ବୟସ ୧୫ ବର୍ଷରୁ ଊର୍ଦ୍ଧ୍ୱ ବୋଲି ଜଣାପଡ଼ିଥିଲା। ଏଣୁ ତାଙ୍କୁ ପ୍ରତିଯୋଗିତାରେ ଭାଗ ନେବାକୁ ମିଳି ନ ଥିଲା ଅନୁମତି। ପ୍ରଥମେ ଉକ୍ତ ରେସଲର ଏହା ବିରୋଧରେ ଅଭିଯୋଗ କରିଥିଲେ। ପରେ ଷ୍ଟେଜ ଉପରକୁ ଯାଇ ଡବ୍ଲ୍ୟୁଏଫ୍‌ଆଇ ସଭାପତିଙ୍କ ସହ ଯୁକ୍ତି କରିଥିଲେ।

ଉକ୍ତ ରେସଲରଙ୍କୁ ରିଙ୍ଗରୁ ଓହ୍ଲାଇବାକୁ କୁହାଯାଇଥିଲା। କିନ୍ତୁ ସେ ତାହା କରିବାକୁ ମନା କରିବା ସହ ଷ୍ଟେଜ ଉପରେ ଚିତ୍କାର କରିଥିଲେ। ଏଥିଯୋଗୁ ବ୍ରିଜଭୂଷଣ ଉତ୍ତ୍ୟକ୍ତ ହୋଇ ସର୍ବସମ୍ମୁଖରେ ରେସଲରଙ୍କୁ ଚାପୁଡ଼ା ମାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri