Posted inଖେଳ

‘କାହା କ୍ୟାରିୟରକୁ କ୍ଷତି ପହଞ୍ଚାଇବା ମୋ ଉଦ୍ଦେଶ୍ୟ ନୁହେଁ’

ମୁମ୍ବାଇ,୨୨।୨: ଶ୍ରୀଲଙ୍କା ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଲାଗି ଘୋଷିତ ଭାରତୀୟ ଦଳରୁ ବାଦ୍‌ ପଡ଼ିବା ପରେ ଉଇକେଟକିପର ରିଦ୍ଧିମାନ ଶାହାଙ୍କୁ ସାକ୍ଷାତ୍‌କାର ଦେବା ପାଇଁ ଧମକାଇ ଥିଲେ ଜଣେ ଜର୍ନାଲିଷ୍ଟ। ଖବରଦାତାଙ୍କ ଧମକପୂର୍ଣ୍ଣ ହ୍ବାଟ୍ସଆପ୍‌ ମେସେଜର ସ୍କ୍ରିନଶଟ୍‌କୁ ଟୁଇଟରରେ ଶେୟାର କରିଥିଲେ। ସେହି ଟୁଇଟ୍‌ ପରେ ଅନେକ ପୂର୍ବତନ କ୍ରିକେଟର ରିଦ୍ଧିମାନଙ୍କ ପ୍ରତି ସମର୍ଥନ ଜାହିର କରିବା ସହ ଉକ୍ତ ଜର୍ନାଲିଷ୍ଟଙ୍କ ନାମ ପ୍ରକାଶ କରିବାକୁ କହିଛନ୍ତି।

ଅନ୍ୟପକ୍ଷରେ ବୋର୍ଡ ଏହି ଘଟଣାର ତଦନ୍ତ କରିବ। ଆମେ ରିଦ୍ଧିମାନଙ୍କ ସହ କଥା ହେବୁ ବୋଲି ବିସିସିଆଇ ଟ୍ରେଜରର ଅରୁଣ ଧୁମାଲ କହିଥିଲେ। କିନ୍ତୁ ଏକ ସାକ୍ଷାତ୍‌କାରରେ ସେହି ଜର୍ନାଲିଷ୍ଟଙ୍କ ପରିଚୟ ପ୍ରକାଶ କରିବାକୁ ମନା କରି ଦେଇଛନ୍ତି ଉଇକେଟକିପର ରିଦ୍ଧିମାନ। ଏହାର କାରଣରେ ସେ କହିଛନ୍ତି, କାହା କ୍ୟାରିୟରକୁ କ୍ଷତି ପହଞ୍ଚାଇବା ମୋ ଉଦ୍ଦେଶ୍ୟ ନୁହେଁ।

“ମୋତେ ବିସିସିଆଇ ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ଯୋଗାଯୋଗ କରାଯାଇ ନାହିଁ। ଯଦି ସେମାନେ ମୋତେ ନାମ ପ୍ରକାଶ କରିବାକୁ କୁହନ୍ତି, ତେବେ ମୁଁ ତାହା କରିବି। କିନ୍ତୁ ତାହା ମୋର ଉଦ୍ଦେଶ୍ୟ ନୁହେଁ। ଏଣୁ ମୋ ଟୁଇଟ୍‌ରେ ଏପର୍ଯ୍ୟନ୍ତ ଉକ୍ତ ଖବରଦାତାଙ୍କ ନାମ ପ୍ରକାଶ କରିନାହିଁ। ହେଉଛି କ୍ରିକେଟରଙ୍କୁ କେଉଁ ଭଳି ଅସମ୍ମାନିତ କରାଯାଉଛି, ତାହା ଦେଖାଇବା ମୋ ଟୁଇଟ୍‌ ପଛର ଉଦ୍ଦେଶ୍ୟ ” ବୋଲି ଶାହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri