ଜଣଙ୍କୁ ପଥରରେ ଛେଚି ହତ୍ୟା, ମୃତଦେହ ନିକଟରେ ଦୁର୍ବୃତ୍ତ ରକ୍ତରେ ଲେଖିଲେ ପରବର୍ତ୍ତୀ ଟାର୍ଗେଟଙ୍କ ନାଁ

ପୁରୁଷୋତ୍ତମପୁର,୨୦ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଚିଙ୍ଗୁଡିଘାଇ ଗ୍ରାମରେ ଜଣେ ବ୍ୟକ୍ତିଙ୍କୁ ରବିବାର ରାତିରେ ଶୋଇଥିବା ଅବସ୍ଥାରେ ଅତି ବୀଭତ୍ସ ଭାବରେ ମୁଣ୍ଡକୁ ପଥର ଛେଚି ହତ୍ୟା କରାଯାଇଛି। ମୃତକ ଜଣଙ୍କ ହେଲେ ବିନାୟକ ପ୍ରଧାନ (୪୮)।

ପୁରୁଷୋତ୍ତମପୁର ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ଓ ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟ ଘଟଣାସ୍ଥଳକୁ ଯାଇ ମୃତଦେହ ଜବତ କରି ତଦନ୍ତ ଚଲାଇଛନ୍ତି। ଏହି ହତ୍ୟାକାଣ୍ଡ ପୂର୍ବଶତ୍ରୁତା ଓ ମଦ ବେପାରକୁ କେନ୍ଦ୍ରକରି ଘଟିଥିବା ଏବଂ ହତ୍ୟାକାଣ୍ଡର ପାରିପାଶର୍‌ବିକ ସ୍ଥିତିରୁ ଏଥିରେ ଏକାଧିକ ବ୍ୟକ୍ତି ସମ୍ପୃକ୍ତ ଥିବାର ସନ୍ଦେହ କରାଯାଉଛି। ହତ୍ୟା କରିବା ପରେ ହତ୍ୟାକାରୀ ମୃତ ବ୍ୟକ୍ତିଙ୍କ ରକ୍ତରେ ନେକ୍ସଟ୍‌ ଟାର୍ଗେଟଙ୍କ ନାଁ ଡ୍ରାଇଭର ଗୌଡ଼ ଘଟଣାସ୍ଥଳରେ ଲେଖିଥିବା ବେଳେ ଏକ ଖାତାରେ ପ୍ରଭା ଗୌଡ଼ଙ୍କ ନାଁ ଲେଖିଛନ୍ତି।ଟାର୍ଗେଟରେ ଲେଖାଯାଇଥିବା ଯୁବକ ଜଣକ ସୁରଟରେ ରହୁଥିବା ବେଳେ ଗତ କିଛି ମାସ ହେଲା ଗ୍ରାମକୁ ଆସିଛନ୍ତି। ଏହି ଯୁବକଙ୍କୁ ମଧ୍ୟ ହତ୍ୟାକାରୀ କେଉଁ କାରଣରୁ ଟାର୍ଗେଟ କରିଛନ୍ତି ସେନେଇ ପୋଲିସ ତଦନ୍ତର ଦିଗକୁ ନେଇ ହତ୍ୟାକାରୀମାନଙ୍କୁ ଧରିବା ଲାଗି ବିଭିନ୍ନ ସ୍ଥାନରେ ଚଢ଼ାଉ କରିବାରେ ଲାଗିଛି।

ଗ୍ରାମରେ ରବିବାର ରାତିରେ ଗୋଟିଏ ସାହିରେ ଗଣେଶ ମେଢ଼ରେ ଭୋଜି ଚାଲିଥିବା ବେଳେ ଅନ୍ୟ ଏକ ସାହିର ମେଢ଼ ଭସାଣି ଚାଲିଥିଲା । ମୃତ ବ୍ୟକ୍ତି ଜଣକ ଭୋଜିରେ ଖାଇ ସବୁଦିନ ଭଳି ଗ୍ରାମ ନିକଟସ୍ଥ ଠାକୁରାଣୀ ମନ୍ଦିର ପାଖରେ ଥିବା ଏକ କୋଠଘରକୁ ଯାଇ ବିଶ୍ରାମ ନେଇଥିଲେ। ପ୍ରତ୍ୟେକ ଦିନ ସେଠାରେ ଗ୍ରାମର କିଛି ନା କିଛି ବ୍ୟକ୍ତି ବସାଉଠା କରୁଥିବା ବେଳେ ଘଟଣା ସମୟରେ ସମସ୍ତେ ଭୋଜି ଓ ଭସାଣିରେ ବ୍ୟସ୍ତ ରହିଥିବାରୁ କୋଠଘରକୁ କେହି ଯାଇ ନ ଥିଲେ। ଏହାର ସୁଯୋଗ ନେଇ ହତ୍ୟାକାରୀ ଏଭଳି କାଣ୍ଡ ଭିଆଇଛନ୍ତି। ରାତି ୧୨ଟାରେ ଭୋଜିରେ ବ୍ୟବହୃତ ହଣ୍ଡା ସଫା କରିବାକୁ କୋଠଘର ନିକଟରେ ଥିବା ପୋଖରୀକୁ ଯାଇଥିବା ଲୋକେ ଏହା ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri