ଲେଖିକା ମୀନାକ୍ଷୀ ଦେବୀଙ୍କ ପରଲୋକ

କଟକ ଅଫିସ, ୩।୬: ବିଶିଷ୍ଟ ଲେଖିକା ତଥା ଉତ୍କଳ ସାହିତ୍ୟ ସମାଜ ସାଧାରଣ ସମ୍ପାଦିକା ମୀନାକ୍ଷୀ ଦେବୀ(୬୬)ଙ୍କର ବୁଧବାର ପରଲୋକ ହୋଇଯାଇଛି। କଟକ ରାଜାବଗିଚା ଚକୋଲେଟ୍‌ ଲେନ୍‌ସ୍ଥିତ ବାସଗୃହରେ ସେ ହଠାତ୍‌ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ଏସ୍‌ସିବି ମେଡ଼ିକାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ଘୋଷଣା କରିଥିଲେ। ମୃତ୍ୟୁଶଯ୍ୟା ନିକଟରେ ସ୍ବାମୀ ଶଶିଭୂଷଣ ତ୍ରିପାଠୀ ଉପସ୍ଥିତ ଥିଲେ। ଗୁରୁବାର ମୀନାକ୍ଷୀଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବ।
୧୯୫୫ ଅଗଷ୍ଟ ୧ରେ ପୁରୀ ଜିଲା ଶ୍ରୀପୁରୁଷୋତ୍ତମପୁର ଗ୍ରାମରେ ମୀନାକ୍ଷୀ ଜନ୍ମଗ୍ରହଣ କରିଥିଲେ। ସେ ହାଇସ୍କୁଲରେ ପଢୁଥିବାବେଳେ ପ୍ରେସିଡେଣ୍ଟ ଗାଇଡ୍‌ ରୂପେ ରାଷ୍ଟ୍ରପତିଙ୍କଠାରୁ ମାନପତ୍ର ଲାଭ କରିଥିଲେ। ଓଡ଼ିଆ ଭାଷା ସାହିତ୍ୟରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିବା ପରେ ୧୯୮୦ରୁ ୧୯୮୩ ପର୍ଯ୍ୟନ୍ତ ଝାରସୁଗୁଡ଼ାସ୍ଥିତ ଲକ୍ଷ୍ମୀନାରାୟଣ ମହାବିଦ୍ୟାଳୟରେ ଅଧ୍ୟାପିକା ଭାବେ ଦାୟିତ୍ୱ ତୁଲାଇଥିଲେ। ଏହାପରେ ୧୯୯୨ରୁ ୨୦୧୫ ପର୍ଯ୍ୟନ୍ତ ସେ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜରେ ଇଣ୍ଡିଆନ କାଉନ୍‌ସିଲ୍‌ ଅଫ୍‌ ମେଡିକାଲ ରିସର୍ଚ୍ଚର ଗବେଷଣା ସହଯୋଗୀ ଭାବେ କାର୍ଯ୍ୟ କରିଥିଲେ। ଏଥିସହ ସେ ‘ଅନ୍ୟ ଜଣେ ସୁଲୋଚନା’, ‘ଝରାପତ୍ରର ଗୀତି’, ‘ମଣିଷ ପରି ମଣିଷ’ ଭଳିି ପ୍ରାୟ ୩୦ ପୁସ୍ତକ ରଚନା କରିଥିଲେ। ସାହିତ୍ୟ ସାଧନା ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ସେ ସମ୍ବର୍ଦ୍ଧିତ ହେବା ସହ ବହୁ ପୁରସ୍କାର ଓ ସମ୍ମାନ ଲାଭ କରିଥିଲେ। ଏଥିସହ ସେ ଦୂରଦର୍ଶନ ଓ ଆକାଶବାଣୀର ସ୍ବୀକୃତିପ୍ରାପ୍ତ ଗୀତିକାର ଓ ଗୀତିକବି ସମାଜର ସମ୍ପାଦକ ଥିଲେ। ତାଙ୍କ ବିୟୋଗରେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓଡ଼ିଆ ପରାମର୍ଶଦାତା ପରିଷଦ ଆବାହକ ବିଜୟାନନ୍ଦ ସିଂ, ସଦସ୍ୟ ଅମରେଶ ପଟ୍ଟନାୟକ, ବିଜୟ କୁମାର ଶତପଥୀ, ଓଡ଼ିଶା ସାହିତ୍ୟ ଏକାଡେମୀ ସଭାପତି ଡ. ହୃଷୀକେଶ ମଲ୍ଲିକ, ଉପସଭାପତି ଡ. ସଂଗ୍ରାମ ଜେନା, ଉତ୍କଳ ସାହିତ୍ୟ ସମାଜର ସଭାପତି ତରୁଣ କୁମାର ସାହୁ, ଉପସଭାପତି ସଞ୍ଜିତ୍‌ ପଟ୍ଟନାୟକ, ଶିଶୁସାହିତ୍ୟ ଲେଖକ ସମ୍ମେଳନର ସାଧାରଣ ସମ୍ପାଦକ ଡ. ଗୋବିନ୍ଦ ଚନ୍ଦ୍ର ଚାନ୍ଦ ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri