Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଲେଖିବା ପଡିଲା ମହଙ୍ଗା, ଗଲା ଚାକିରି

ଥିରୁଭାନନ୍ତପୁରମ୍‌,୨୭।୧୨: କେରଳରେ ଜଣେ ବିମାନବନ୍ଦର କର୍ମଚାରୀ ଫେସବୁକରେ ରାଜ୍ୟ ସରକାରଙ୍କ ବିରୋଧରେ ଲେଖିବା ମହଙ୍ଗା ପଡିଛି। ଫଳରେ ତାଙ୍କ ଚାକିରି ଯାଇଛି। କନ୍ନୁର ଅନ୍ତର୍ଜାତୀୟ ବିମାନବନ୍ଦର ଲିମିଟେଡର ଜଣେ କର୍ମଚାରୀ କେରଳ ସରକାରଙ୍କ ବିରୋଧରେ ଫେସବୁକରେ ଏକ ପୋଷ୍ଟ ଲେଖିଥିଲେ, ଯାହା ପରେ ତାଙ୍କୁ ଚାକିରିରୁ ବରଖାସ୍ତ କରାଯାଇଥିବା ଅଭିଯୋଗ ହୋଇଛି। କେ.ଏଲ ରମେଶ ନାମକ ଏହି କର୍ମଚାରୀ ନିଜ ଫେସ୍‌ବୁକ୍‌ ପୋଷ୍ଟରେ କେରଳର ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କୁ ସମାଲୋଚନା କରିଥିଲେ। ଯାହା ପରେ କନ୍ନୁର ଅନ୍ତର୍ଜାତୀୟ ବିମାନବନ୍ଦର ଲିମିଟେଡ ପରିଚାଳନା ନିର୍ଦ୍ଦେଶକ ଭି ଥୁଲାସିଦାସ ରମେଶଙ୍କୁ ନେଇ ଏକ ନୋଟିସ ଜାରି କରିଥିଲେ। ରମେଶ କନ୍ନୁର ଅନ୍ତର୍ଜାତୀୟ ବିମାନବନ୍ଦରରେ ଅଗ୍ନିଶମ ଏବଂ ରେସକ୍ୟୁ ୱିଙ୍ଗର ଅଧୀକ୍ଷକ ଭାବରେ କାର୍ଯ୍ୟ କରୁଥିଲେ। ଏଥିସହ ଏହି ନିଷ୍ପତ୍ତି ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ରମେଶ କହିଛନ୍ତି। ରମେଶଙ୍କୁ ଚାକିରିରୁ ହଟାଇବା ନିଷ୍ପତ୍ତି ବିରୋଧରେ ଏକ କର୍ମଚାରୀ ଦଳ କନ୍ନୁର ଅନ୍ତର୍ଜାତୀୟ ବିମାନବନ୍ଦରର ଏମଡିଙ୍କୁ ମଧ୍ୟ ଚିଠି ଲେଖିଛନ୍ତି। ସୂଚନାଯୋଗ୍ୟ, ରମେଶ ତାଙ୍କ ଫେସବୁକ ପୋଷ୍ଟରେ ପଦ୍ମନାଭସ୍ବାମୀ ମନ୍ଦିର ସମ୍ପର୍କରେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ପ୍ରଶଂସା କରିଥିବାବେଳେ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଥିଲେ।
ଚଳିତ ବର୍ଷ ଜୁଲାଇରେ ଜଷ୍ଟିସ ୟୁୟୁ ଲଲିତ ଏବଂ ଇନ୍ଦୁ ମଲହୋତ୍ରାଙ୍କ ନେତୃତ୍ୱରେ ଦୁଇ ଜଣିଆ ଖଣ୍ଡପୀଠ ୨୦୧୧ କେରଳ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ପ୍ରତ୍ୟାଖ୍ୟାନ କରି ରାଜ୍ୟ ସରକାରଙ୍କୁ ମନ୍ଦିରର ପରିଚାଳନା ତଥା ସମ୍ପତ୍ତି ନିୟନ୍ତ୍ରଣ କରିବାକୁ ଅନୁମତି ଦେବା ପାଇଁ ଏକ ଟ୍ରଷ୍ଟ ସ୍ଥାପନ କରିବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?