ପେଟ୍ରୋଲ ଢାଳିଦେଲେ ଡାକ୍ତର, ଆଙ୍ଗୁଠି ହରାଇଲେ ଯୁବକ

ଦେବଗଡ,୨୦।୮(ଡି.ଏନ.ଏ.): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଧୀନ ଉଟୁଣିଆ ଗ୍ରାମର ତ୍ରିପୁରାରୀ ପ୍ରଧାନଙ୍କ ପୁଅ ସନ୍ଦୀପ ପ୍ରଧାନ (୧୮) ଡାହାଣ ପାଦର ବୃଦ୍ଧାଙ୍ଗୁଳି ହରାଇଛନ୍ତି। ଡାକ୍ତର ଓ ଫାର୍ମାସିଷ୍ଟଙ୍କ ଭୁଲ୍‌ ଚିକିତ୍ସାରୁ ତାଙ୍କୁ ଏହି ପରିଣାମ ଭୋଗିବାକୁ ପଡିଛି। ଏ ନେଇ ତାଙ୍କ ଘର ଲୋକେ କୁଣ୍ଢେଇଗୋଳା ଥାନାର ଦ୍ୱାରସ୍ଥ ହୋଇଛନ୍ତି। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା ରୁଜୁ କରିଛି। ତେବେ ୧ଲକ୍ଷ ଟଙ୍କା ଦେଇ ମାମଲା ସମାଧାନ କରିବାକୁ ଚାପ ପ୍ରୟୋଗ କରାଯାଉଛି। ଏ ନେଇ ତାଙ୍କ ପରିବାର ଲୋକେ ଦେବଗଡ ଏସ୍‌ପିଙ୍କ କାର୍ଯ୍ୟାଳୟର ଦ୍ୱାରସ୍ଥ ହୋଇଛନ୍ତି।
ଜୁନ୍‌ ୧୭ ତାରିଖ ସନ୍ଦୀପ ପଳସମା କ୍ଷେତ୍ରୀୟ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ଡାକ୍ତର ଚିତ୍ତରଞ୍ଜନ ସାହୁଙ୍କୁ ଦେଖାଇଥିଲେ। ଡାକ୍ତରଙ୍କ ପରାମର୍ଶ କ୍ରମେ ଫର୍ମାସିଷ୍ଟ ପଦ୍ମନାଭ ସାହୁ ଉକ୍ତ ସ୍ଥାନରେ ପେଟ୍ରୋଲ ଢାଳି ଚିକିତ୍ସା କରିଥିଲେ। ଫଳରେ ଘା’ ଠିକ ହେବା ପରିବର୍ତ୍ତେ ବୃଦ୍ଧି ପାଇବା ସହ ଯନ୍ତ୍ରଣା ମଧ୍ୟ ବଢିଥିଲା। ପରିବାର ଲୋକେ ଅଧିକ ଚିକିତ୍ସା ପାଇଁ ଛେଣ୍ଡିପଦା ଓ ଅନୁଗୋଳ ଡାକ୍ତରଖାନା ନେଇଥିଲେ ମଧ୍ୟ କାୈଣସି ସୁଫଳ ମିଳି ନ ଥିଲା। ଶେଷର ସେମାନେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା ପାଇଁ ସନ୍ଦୀପଙ୍କୁ ଭର୍ତ୍ତି କରିଥିଲେ। ଭୁଲ୍‌ ଚିକିତ୍ସା ଲାଗି ସଂକ୍ରମଣ ହେତୁ ଡାକ୍ତର ଶେଷରେ ଏହି ଆଙ୍ଗୁଠି କାଟିବାକୁ ବାଧ୍ୟ ହୋଇଛନ୍ତି। ତେବେ ଏ ନେଇ ପଳସମା କ୍ଷେତ୍ରୀୟ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ସାହୁ କହିଛନ୍ତି ଯେ, ମେଡିକାଲ ସାଇନ୍ସ ଅନୁଯାୟୀ ଚିକିତ୍ସା କରାଯାଇଥିଲା। ପେଟ୍ରୋଲ ଦ୍ୱାରା ଚିକିତ୍ସା କରାଯାଇଥିବା ଅଭିଯୋଗ ମିଛ ଓ ଉଦ୍ଦେଶ୍ୟମୂଳକ। ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ମନୋଜ କୁମାର ଉପାଧ୍ୟାୟ କହିଛନ୍ତି ଯେ, ଅଭିଯୋଗ ପାଇଲେ ଘଟଣାର ତଦନ୍ତ କରି ପଦକ୍ଷେପ ନେବେ। ୧ ଲକ୍ଷ ଟଙ୍କା ନେଇ ମାମଲା ଉଠାଇ ନେବାକୁ ଚାପ ପ୍ରୟୋଗ କରିବା ସମ୍ପର୍କରେ କୁଣ୍ଢେଇଗୋଳା ଥାନା ଅଧିକାରୀଣୀ ନିରୂପମା ଜେନାଙ୍କୁ ପଚାରିବାରୁ ସେ ଏହି ଅଭିଯୋଗ ମିଛ ବୋଲି ଉତ୍ତର ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ସକାଳୁ ସକାଳୁ ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା

ଜାକର୍ତ୍ତା,୧୨।୯: ଇଣ୍ଡୋନେସିଆରେ ଲଗାତାର ଦ୍ୱିତୀୟ ଦିନରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଜାଭା ଦ୍ୱୀପରେ ଶନିବାର ୬.୨ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ଜର୍ମାନ ରିସର୍ଚ୍ଚ…

ଏବେ ଅଭିଜିତ ଦୀପକେଙ୍କ ମିଶି କ’ଣ କରିବାକୁ ଯାଉଛନ୍ତି ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ସେପ୍ଟେମ୍ବର ୧୯…

ନୂଆଦିଲ୍ଲୀ,୧୨।୯: ଲଦାଖରେ ସେପ୍ଟେମ୍ବର ୧୯ରୁ ହେବାକୁ ଥିବା ସୋନମ ୱାଙ୍ଗଚୁକଙ୍କ ପଦଯାତ୍ରାକୁ ନେଇ ଏବେ ପ୍ରତିକ୍ରିୟା ଆସିଛି। ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭିଡିଓ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?