ରଙ୍ଗ୍‌ରୁଟ୍‌ ଡ୍ରାଇଭିଂ ନେଇଛି ୪୦୨ ଜୀବନ

ଭୁବନେଶ୍ୱର,୩୧ା୫ (ସୂର୍ଯ୍ୟକାନ୍ତ ବେହେରା): ଦୁର୍ଘଟଣା ରୋକିବା ସହ ମୃତ୍ୟୁ ସଂଖ୍ୟା ହ୍ରାସ ପାଇଁ ପରିବହନ ବିଭାଗ ଓ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ ସହ ବ୍ୟାପକ ପଦକ୍ଷେପ ନିଆଯାଉଛି। ଗାଡି ଚାଳକଙ୍କୁ ହେଲମେଟ ପିନ୍ଧିବା, ମୋଟର ସାଇକେଲରେ ୨ଜଣରୁ ଅଧିକ ନ ବସିବା, ଗାଡି ଚଳାଇବାବେଳେ ଫୋନ ବ୍ୟବହାର ନ କରିବା, ରଙ୍ଗରୁଟ୍‌ରେ ନ ଯିବା, ମଦ ପିଇ ଗାଡି ନ ଚଳେଇବା ଭଳି ଟ୍ରାଫିକ ନିୟମ ପାଳନ କରିବାକୁ ସତର୍କ କରାଯାଉଛି। ଏପରିକି ପୋଲିସ ଓ ଆର୍‌ଟିଓ ପକ୍ଷରୁ ଜରିମାନା ମଧ୍ୟ ଆଦାୟ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏହାପରେ ବି ଅମାନିଆ ଗାଡି ଚାଳକ ନିୟମ ଉଲ୍ଲଂଘନ କରି ଗାଡି ଚଳାଉଥିବାରୁ ଦୁର୍ଘଟଣା ଘଟି ଅକାଳରେ ଅନେକ ଜୀବନ ଚାଲିଯାଉଛି। ବିଶେଷକରି ରଙ୍ଗ୍‌ରୁଟ୍‌ରେ ଗାଡି ଚାଳନା ଯୋଗୁ ମୁହଁାମୁହିଁ ଦୁର୍ଘଟଣା ବଢ଼ିବା ସହ ମୃତାହତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ପରିବହନ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନାନୁସାରେ, ୨୦୨୩ରେ ରଙ୍ଗରୁଟ୍‌ ଡ୍ରାଇଭିଂ ଯୋଗୁ ରାଜ୍ୟରେ ୯୮୬ ଦୁର୍ଘଟଣା ଘଟିଛି। ଏଥିରେ ୪୦୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫୫୮ଜଣ ଗୁରୁତର ଆହତ ହୋଇଛନ୍ତି।
ସେହିପରି ମଦ ପିଇ ଗାଡି ଚଲାଇବା କେବଳ ଦଣ୍ଡନୀୟ ଅପରାଧ ନୁହେିଁ, ମୃତ୍ୟୁକୁ ହାତଠାରି ଡାକିବା ସହ ସମାନ। ଏଭଳି ବେଆଇନ କାମ ବିରୋଧରେ ସଚେତନତା ଓ କାର୍ଯ୍ୟାନୁଷ୍ଠାନ ଜାରି ରହିଛି। ତଥାପି କିଛି ଅମାନିଆ ମଦ ପିଇ ଗାଡି ଚଳାଇବାରୁ ରାଜ୍ୟରେ ୬୪୯ ଦୁର୍ଘଟଣା ଘଟିଛି। ଏଥିରେ ୨୫୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪୦୭ ଜଣ ଗୁରୁତର ଆହତ ହୋଇଥିବା ପରିବହନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘୁମୁସରରୁ ଆରମ୍ଭ ହୋଇଥିଲା ପ୍ରଥମ ଆନ୍ଦୋଳନ, ଓଡ଼ିଆ ଭାଷା ଆନ୍ଦୋଳନରୁ ହିଁ…

ଭଞ୍ଜନଗର,୧ା୩(ବାବୁଲା ପ୍ରଧାନ): ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଉପରେ ବୁଧବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସହରରେ ଅନେକ କାର୍ଯ୍ୟକ୍ରମ ହୋଇଥିଲା। ସକାଳେ ଉପଜିଲାପାଳ ଉମାଶଙ୍କର ବେହେରା,…

ବାମୁନି ଗ୍ରାମରେ ମରିଲେଣି ୨୫ରୁ ଉର୍ଦ୍ଧ୍ବ ଗୋରୁ, ମକା କାରଖାନାକୁ ଦାୟୀ କରୁଛନ୍ତି ଗ୍ରାମବାସୀ

ନବରଙ୍ଗପୁର,୧।୪(ସଦାଶିବ ପ୍ରହରାଜ): ମକା କାରଖାନାରୁ ବାହାରୁଛି ଦୂଷିତ ପାଣି । ତେବେ ଏହା ପିଇ ୨୫ରୁ ଉର୍ଦ୍ଧ୍ବ ଗାଈ, ବଳଦ, ବାଛୁରୀର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି…

ମାସକରେ ତୃତୀୟ ଥର ପାଇଁ ବଢ଼ିଲା LPG ଦର, ଜାଣନ୍ତୁ ୧୧ କେଜି ସିଲିଣ୍ଡରର ଦାମ୍?

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ ପରେ, ବିଶ୍ୱର ଅନେକ ଦେଶରେ ତୈଳ ଏବଂ ଘରୋଇ ଗ୍ୟାସ (LPG) ସମ୍ବନ୍ଧୀୟ ସଙ୍କଟ ଦେଖାଦେଇଛି। ପାକିସ୍ତାନ ପୂର୍ବରୁ ଆର୍ଥିକ କ୍ଷେତ୍ରରେ…

ମାଟିରେ ପ୍ଲାଷ୍ଟିକ୍‌ ପୋତିହୋଇ ଜଳଧାରଣ ହ୍ରାସ

ପଟ୍ଟାମୁଣ୍ଡାଇ,୧ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପ୍ଲାଷ୍ଟିକର ବ୍ୟବହାର ବହୁଳ ଭାବରେ ବଢ଼ିଚାଲିଛି। ସହର ସାରା କୁଢ଼ କୁଢ଼ ପ୍ଲାଷ୍ଟିକ ଅଳିଆ ଓ ଆବର୍ଜନା…

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri