Posted inଖେଳ

ଚୁର୍‌ମାର୍‌ ହେଲା କୋହଲିଙ୍କ ସ୍ବପ୍ନ: ଗୋଟିଏ ବି ଆଇସିସି ଟ୍ରଫି ନ ଜିତିପାରି କଲେ ହ୍ୟାଟ୍ରିକ୍‌

ସାଉଥାମ୍ପଟନ୍‌,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ନ୍ୟୁଜିଲାଣ୍ଡ ଟିମ ଇଣ୍ଡିଆକୁ ୮ ଉଇକେଟରେ ପରାସ୍ତ କରିଛି। ଫଳରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ପୁଣି ଥରେ ନରାଶ ହେବାକୁ ପଡିଛି। ଅଧିନାୟକ ଭାବରେ ବିରାଟଙ୍କୁ ଇତିହାସ ସୃଷ୍ଟି କରିବାର ସୁଯୋଗ ମିଳିଥିଲା କିନ୍ତୁ ତାହା ହୋଇପାରିଲା ନାହିଁ। କେବଳ ଏତିକି ନୁହେଁ, ବିରାଟ କୋହଲି ପୁଣି ଥରେ ଆଇସିସି ଟ୍ରଫି ଜିତିବାରେ ବିଫଳ ହୋଇଥିଲେ। କୋହଲି ଆଇସିସି ଟ୍ରଫି ହରାଇ ହ୍ୟାଟ୍ରିକ କରିଛନ୍ତି। କ୍ରମାଗତ ତୃତୀୟ ଥର ପାଇଁ ଆଇସିସି ଟ୍ରଫିରେ ପହଞ୍ଚିବା ପରେ ବିରାଟଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ହାରିଛି।
ଚାମ୍ପିଅନ୍ସ ଟ୍ରଫି ୨୦୧୭ : ୨୦୧୭ ମସିହାରୁ ଅଧିନାୟକ ଭାବରେ ଆଇସିସି ଟ୍ରଫିରେ ବିରାଟଙ୍କ ହାରିବା ଧାରା ଆରମ୍ଭ ହୋଇଥିଲା। ଏହି ବର୍ଷ ଭାରତୀୟ ଦଳ ଚାମ୍ପିଅନ୍ସ ଟ୍ରଫିର ଫାଇନାଲରେ ପହଞ୍ଚି ଥିଲା। କିନ୍ତୁ ଫାଇନାଲ୍‌ରେ ପାକିସ୍ତାନଠାରୁ ହାରିଯାଇଥିଲା। ଫାଇନାଲ୍‌ରେ ପାକିସ୍ତାନ ୪ ଉଇକେଟ୍‌ ହରାଇ ୩୩୮ ରନ ସଂଗ୍ରହ କରିଥିଲା, ଏହାର ଜବାବରେ ଟିମ ଇଣ୍ଡିଆ ୧୫୮ରନରେ ଅଲଆଉଟ୍‌ ହୋଇଯାଇଥିଲା।
ବିଶ୍ୱକପ ୨୦୧୯: ବିରାଟ କୋହଲିଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ପୁଣି ଥରେ ୨୦୧୯ ଦିନିକିଆ ବିଶ୍ୱକପ୍‌ର ସେମିଫାଇନାଲରେ ପହଞ୍ଚିଥିଲା। ଗୋଟିଏ ମ୍ୟାଚ ନ ହରାଇ ଭାରତୀୟ ଦଳ ସେମିଫାଇନାଲରେ ପ୍ରବେଶ କରିଥିଲା। ଦଳ ଅଷ୍ଟ୍ରେଲିଆ, ଦକ୍ଷିଣ ଆଫ୍ରିକା, ପାକିସ୍ତାନ ଭଳି ଶକ୍ତିଶାଳୀ ଦଳକୁ ପରାସ୍ତ କରିଥିଲା କିନ୍ତୁ ସେମିଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ପରାସ୍ତ ହୋଇଥିଲା। ମଞ୍ଚେଷ୍ଟରରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚରେ ନ୍ୟୁଜିଲାଣ୍ଡ ୫୦ ଓଭରରେ ମାତ୍ର ୨୩୯ ରନ ସ୍କୋର କରିଥିଲା, କିନ୍ତୁ ବିରାଟ, ରୋହିତ, ଧୋନୀଙ୍କ ଭଳି କିମ୍ବଦନ୍ତୀ ବିଶିଷ୍ଟ ଟିମ୍‌ ଇଣ୍ଡିଆ ୨୨୧ ରନ୍‌ରେ ଅଲଆଉଟ୍‌ ହୋଇଥିଲା। ଫଳରେ ପୁଣି ଥରେ ଆଇସିସି ଟ୍ରଫି ଜିତିବାର ସୁଯୋଗ ହାତଛଡ଼ା କରିଥିଲା।

ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିଅନସିପ: ୨୦୧୯ରେ ଆରମ୍ଭ ହୋଇଥିବା ଏହି ଟୁର୍ନାମେଣ୍ଟରେ ଟିମ ଇଣ୍ଡିଆ କ୍ରମାଗତ ଭଲ ପ୍ରଦର୍ଶନ କରିଥିଲା। ଏହି ଦଳ ଅଷ୍ଟ୍ରେଲିଆକୁ ନିଜ ଘରେ ପରାସ୍ତ କରିବାର କୀର୍ତ୍ତିମାନ କରିଥିଲା, କିନ୍ତୁ ଫାଇନାଲରେ ନ୍ୟୁଜିଲାଣ୍ଡ ପୁଣି ଥରେ ଜିତିବା ବାଟରେ ବାଧା ସୃଷ୍ଟି କରିଥିଲା। ସାଉଥାମ୍ପଟନ୍‌ରେ ଖେଳାଯାଇଥିବା ଅନ୍ତିମ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡଠାରୁ ଅଧିକ ଶକ୍ତିଶାଳୀ ଭାରତୀୟ ଦଳ ବିଜୟରୁ ବଞ୍ଚିତ ହୋଇଥିଲେ।

ଭାରତ କ୍ରମାଗତ ପଞ୍ଚମ ଥର ପାଇଁ ଆଇସିସି ଟ୍ରଫି ହାତଛଡା କରିଛି। ଭାରତ ଟି -୨୦ ବିଶ୍ୱକପ ୨୦୧୪ର ଫାଇନାଲରେ ହାରିଥିଲା, ୨୦୧୬ ଟି-୨୦ ବିଶ୍ୱକପର ସେମିଫାଇନାଲରେ ହାରଥିଲା। ଏବଂ ପରେ ଚାମ୍ପିଅନ୍ସ ଟ୍ରଫି ୨୦୧୭, ଆଇସିସି ବିଶ୍ୱକପ ୨୦୧୯ ଏବଂ ଏବେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପରେ ହାରିଗଲା।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri