Posted inଖେଳ

ଖେଳାଇ ଦେଉନି ୟୁକେର ପାଗ

ସାଉଥାମ୍ପଟନ, ୧୯।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲର ପ୍ରଥମ ଦିନକୁ ବର୍ଷା ଧୋଇ ଦେବା ପରେ ପର୍ଯ୍ୟାପ୍ତ ଆଲୋକ ଅଭାବରୁ ବାରମ୍ବାର ବାଧାପ୍ରାପ୍ତ ହୋଇଥିଲା ଦ୍ୱିତୀୟ ଦିନ। ଶେଷରେ ୩୩.୨ ଓଭର ପୂର୍ବରୁ ଦ୍ୱିତୀୟ ଦିନର ଖେଳକୁ ରୋକି ଦିଆଯାଇଥିଲା। ଷ୍ଟମ୍ପ୍ସ ଅପସାରଣ ବେଳକୁ ଭାରତ ୩ ଉଇକେଟ ହରାଇ ୧୪୬ ରନ ସଂଗ୍ରହ କରିଥିଲା। ଅଧିନାୟକ ବିରାଟ କୋହଲି ୪୪ ଏବଂ ଅଜିଙ୍କ୍ୟ ରାହାନେ ୨୯ ରନରେ ଅପରାଜିତ ଅଛନ୍ତି। ଦୁହେଁ ଅସମାପ୍ତ ୪ର୍ଥ ଉଇକେଟ ପାଇଁ ଦଳୀୟ ସ୍କୋରରେ ଯୋଡ଼ିଛନ୍ତି ୫୮ ରନ।

ଟସ୍‌ ଜିତି ପ୍ରଥମେ ଫିଲ୍ଡିଂ ନିଷ୍ପତ୍ତି ନେଇଥିଲା ନ୍ୟୁଜିଲାଣ୍ଡ। ଭାରତକୁ ଭଲ ଆରମ୍ଭ ଦେଇଥିଲା ରୋହିତ ଶର୍ମା (୩୪) ଓ ଶୁବମନ ଗିଲ୍‌(୨୮)ଙ୍କ ଓପନିଂ ଯୋଡ଼ି। ଦଳୀୟ ସ୍କୋର ୬୦ ରନ୍‌ ଡେଇଁବା ପରେ ଦୁହେଁ ପ୍ୟାଭିଲିଅନ ଫେରିଥିଲେ। ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରାଙ୍କ ଉପରେ ଏତେ ଚାପ ପଡ଼ିଥିଲା ଯେ, ତାଙ୍କୁ ଖାତା ଖୋଲିବା ପାଇଁ ୩୬ଟି ବଲ ଖେଳିବାକୁ ପଡ଼ିଥିଲା। ଶେଷରେ ୫୪ ବଲ ଖେଳି ୮ ରନରେ ଆଉଟ ହୋଇଥିଲେ ପୂଜାରା। ନ୍ୟୁଜିଲାଣ୍ଡ ପକ୍ଷରୁ କାଏଲ ଜେମିସନ, ନେଲ୍‌ ଓ୍ବାଗନର ଓ ଟ୍ରେଣ୍ଟ ବୋଲ୍ଟ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri