Posted inଖେଳ

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମୁକାବିଲା: ବର୍ଷା ଯୋଗୁ ହେବ ନାହିଁ ପ୍ରଥମ ଅଧିବେଶନର ଖେଳ

ସାଉଥାମ୍ପଟନ,୧୮।୬: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଥିବା ବହୁ ପ୍ରତିକ୍ଷୀତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ମ୍ୟାଚ୍‌ର ପ୍ରଥମ ଅଧିବେଶନରେ କୌଣସି ଖେଳ ହେବନାହିଁ। ସାଉଥାମ୍ପଟନରେ ବର୍ଷା ହେଉଥିବା କାରଣରୁ ମ୍ୟାଚ୍‌କୁ ଆଗକୁ ବଢ଼ାଇ ଦିଆଯାଇଛି। ଏହାର ଅର୍ଥ ଟସ୍‌ କିଏ ଜିତିବ ତାହା ଜାଣିବା ପାଇଁ ଗୋଟିଏ ଅଧିବେଶନ ଅପେକ୍ଷା କରିବାକୁ ପଡ଼ିବ ବୋଲି ବିସିସିଆଇ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ପ୍ରଥମ ଟୁଇଟରେ ସାଉଥାମ୍ପଟନର ଦୁଇଟି ଫଟୋ ଆଧିକାରୀକ ଆକାଉଣ୍ଟରେ ଶେୟାର କରିଛି ବିସିସିଆଇ। ଗୋଟିଏ ଫଟୋରେ ଅମ୍ପାୟାର ଏବଂ ରେଫରି ଛତା ଧରି ପଡ଼ିଆ ଭିତରେ ଛିଡ଼ା ହୋଇଥିବା ଦେଖାଯାଇଛି। ଏହାଛଡ଼ା ଦ୍ୱିତୀୟ ଫଟୋରେ ପିଚ୍‌କୁ କଭର୍‌ ଦ୍ୱାରା ଘୋଡ଼ାଇ ଦିଆଯାଇଛି। ସେହିଭଳି ଅନ୍ୟ ଏକ ଟୁଇଟ୍‌ରେ ଦୁର୍ଭାଗ୍ୟବଶତଃ ଫାଇନାଲର ପ୍ରଥମ ଦିନର ପ୍ରଥମ ଅଧିବେଶନ(ସେସନ୍‌)ର ଖେଳ ହେବ ନାହିଁ ବୋଲି ବିସିସିଆଇ କହିଛି। ଏହା ଶୁଣି କ୍ରିକେଟ ପ୍ରଶଂସକ ନିରାଶ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri