Posted inଖେଳ

ନିର୍ଣ୍ଣାୟକ ଦିନରେ ଫାଇନାଲ; ଫଳାଫଳ ସମ୍ଭାବନା କମ୍‌

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ମ୍ୟାଚ୍‌ ନିର୍ଣ୍ଣାୟକ ଦିନରେ ପ୍ରବେଶ କରିଛି। କିନ୍ତୁ ମ୍ୟାଚ୍‌ର ଫଳାଫଳ ତଥା ବିଜେତା ମିଳିବାର ସମ୍ଭାବନା ଖୁବ୍‌ କମ୍‌। କେବଳ ବ୍ୟାଟିଂ ବିପର୍ଯ୍ୟୟ ହିଁ ଫଳାଫଳ ଦେଇପାରିବ। ୫ମ ଦିନ ଶେଷ ସୁଦ୍ଧା ଭାରତ ଦ୍ୱିତୀୟ ଇନିଂସରେ ୨ ଉଇକେଟ ହରାଇ ୬୪ ରନ୍‌ କରିଛି। ହାତରେ ଆହୁରି ୮ ଉଇକେଟ ଥିବାବେଳେ ମାତ୍ର ୩୨ ରନ୍‌ରେ ଆଗୁଆ ଅଛି ଟିମ୍‌ ଇଣ୍ଡିଆ।

ପ୍ରଥମ ଇନିଂସରେ ଭାରତ ୨୧୭ ରନ୍‌ କରିଥିବାବେଳେ ନ୍ୟୁଜିଲାଣ୍ଡ ୧୦୧/୨ରୁ ଅସମାପ୍ତ ପ୍ରଥମ ଇନିଂସ ବ୍ୟାଟିଂ ଆରମ୍ଭ କରିଥିଲା। ଅଧିନାୟକ କେନ ଓ୍ବିଲିୟମସନ ଖୁଣ୍ଟ ଭଳି କ୍ରିଜରେ ଜମି ରହିଖିଲେ। କିନ୍ତୁ ଅନ୍ୟ ପଟେ ଉଇକେଟ ପତନ ଘଟାଇ ଚାଲିଥିଲେ ଭାରତୀୟ ପେସର। ଫଳରେ ୨୪୯ ରନ୍‌ରେ ସୀମିତ ରହିଥିଲା ନ୍ୟୁଜିଲାଣ୍ଡ। ଦଳ ପାଇଁ ଡେଭନ କନଓ୍ବେ ୫୪ ଓ ଅଧିନାୟକ ଓ୍ବିଲିୟମସନ ୪୯ ରନ୍‌ କରିଥିଲେ। ଭାରତ ପକ୍ଷରୁ ମହମ୍ମଦ ଶାମି ୪, ଇଶାନ୍ତ ଶର୍ମା ୩ ଓ ରବିଚନ୍ଦ୍ରଶନ ଅଶ୍ୱିନ ୨ ଉଇକେଟ ହାତେଇଥିଲେ। ୩୨ ରନ୍‌ରେ ପଛୁଆ ଥିବା ଭାରତ ପାଇଁ ଧୈର୍ଯ୍ୟର ସହ ବ୍ୟାଟିଂ ଆରମ୍ଭ କରିଥିଲେ ରୋହିତ ଶର୍ମା (୩୦) ଓ ଶୁବମାନ ଗିଲ (୮)ଙ୍କ ଓପନିଂ ଯୋଡ଼ି। ଦୁଇ ଓପନରଙ୍କୁ ଅତି ଚତୁରତାର ସହ ଏଲ୍‌ବିଡବ୍ଲ୍ୟୁ ଆଉଟ୍‌ କରିଥିଲେ ଟିମ୍‌ ସୌଦି। ଫଳରେ ୫ମ ଦିନ ଶେଷ ସୁଦ୍ଧା ଟିମ୍‌ ଇଣ୍ଡିଆ ୨ ଉଇକେଟ ହରାଇ ୬୪ ରନ୍‌ କରିଛି। ଚେତେଶ୍ୱର ପୂଜାରା ୧୨ ଓ ଅଧିନାୟକ ବିରାଟ କୋହଲି ୮ ରନ୍‌ କରି କ୍ରିଜରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର…

ଗଣେଶ ଚତୁର୍ଥୀର ଶୁଭ ସଂଯୋଗ, ଗ୍ରହ ଚଳନରେ ଏହି ରାଶିଙ୍କ ଖୋଲିବ ଭାଗ୍ୟ!

ଆଜି ପବିତ୍ର ଗଣେଶ ଚତୁର୍ଥୀ । ଦିନସାରା ଚନ୍ଦ୍ର ତୁଳା ରାଶିରେ ଅବସ୍ଥାନ କରିବେ; ଯଦିଓ ନକ୍ଷତ୍ର ଚିତ୍ରାରୁ ସ୍ୱାତୀକୁ ପରିବର୍ତ୍ତନ ହେବ, ତଥାପି ରାଶିର କୌଣସି…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?