Posted inଖେଳ

ରୋହିତଙ୍କୁ ପଛରେ ପକାଇଲେ କୋହଲି

ନୂଆଦିଲ୍ଲୀ,୨୭।୧୨: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ୨୦୧୯ରେ ଆରମ୍ଭ ହୋଇଥିଲା ଏବଂ ଏ ପର୍ଯ୍ୟନ୍ତ ଏହାର ଦୁଇଟି ଫାଇନାଲ ଖେଳାଯାଇଛ। ପରବର୍ତ୍ତୀ ଫାଇନାଲ ୨୦୨୫ରେ ଖେଳାଯିବ। ଯେଉଁଥି ପାଇଁ ସମସ୍ତ ଦଳ କଠିନ ପରିଶ୍ରମ କରୁଛନ୍ତି । ପଏଣ୍ଟ ଟେବୁଲର ଶ୍ରେଷ୍ଠ ଦୁଇ ଦଳ ଫାଇନାଲ ଖେଳିବାର ସୁଯୋଗ ପାଆନ୍ତି । ଭାରତୀୟ ଦଳ ଗତ ଦୁଇଥର ଫାଇନାଲ ଖେଳୁଛି। ଦୁଇ କିମ୍ବଦନ୍ତୀ ଅଧିନାୟକ ରୋହିତ ଶର୍ମା ଏବଂ ବିରାଟ କୋହଲି ଟିମ ଇଣ୍ଡିଆର ଏହି ସଫଳତାରେ ବହୁତ ସହଯୋଗ କରିଛନ୍ତି। ଉଭୟେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (୨୦୧୯-୨୫ *)ରେ ସର୍ବାଧିକ ରନ୍‌ କରିଥିବା ଶୀର୍ଷ-୧୫ ତାଲିକାରେ ମଧ୍ୟ ସାମିଲ ଅଛନ୍ତି।

ସେଞ୍ଚୁରିଅନ୍‌ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଉଥିବା ବକ୍ସିଂ ଡେ’ ଟେଷ୍ଟରେ ରୋହିତ ୫ ରନ୍‌ କରିଥିବାବେଳେ ବିରାଟ ୩୮ରନ୍‌ର ଇନିଂସ ଖେଳିଥିଲେ। ଏହି ଇନିଂସ ସହିତ ବିରାଟ ଡବ୍ଲ୍ୟୁଟିସିର ସର୍ବାଧିକ ରନ୍‌ ସ୍କୋରରମାନଙ୍କ ମଧ୍ୟରେ ଦଶମ ସ୍ଥାନରେ ପହଞ୍ଚି ରୋହିତଙ୍କୁ ପଛରେ ପକାଇଦେଇଛନ୍ତି। ବିରାଟଙ୍କ ନାଁରେ ଏହି ଚାମ୍ପିୟନଶିପରେ ୩୫ଟେଷ୍ଟର ୫୭ ଇନିଂସରେ ହାରାହାରି ୩୮.୯୦ରୁ ୨୧୦୧ ରନ୍‌ କରିଛନ୍ତି। ଏଥି ମଧ୍ୟରେ ଚାରି ଶତକ ଏବଂ ନଅ ଅର୍ଦ୍ଧ ଶତକ ଅନ୍ତର୍ଭୁକ୍ତ। ଯେଉଁଠାରେ ରୋହିତ ଏକାଦଶ ସ୍ଥାନରେ ଅଛନ୍ତି। ସେ ୨୬ଟେଷ୍ଟର ୪୨ ଇନିଂସରେ ୨୦୯୭ ରନ୍‌ କରିଛନ୍ତି। ଏହି ଅବଧି ମଧ୍ୟରେ ତାଙ୍କର ହାରାହାରି ୫୨.୪୨ ହୋଇଛି।

ଏହା ବ୍ୟତୀତ ଅନ୍ୟ ଭାରତୀୟମାନେ ହେଉଛନ୍ତି ବିରାଟ-ରୋହିତଙ୍କ ପରେ ଚେତେଶ୍ୱର ପୂଜାରା ଏବଂ ଅଜିଙ୍କ୍ୟ ରାହାଣେ ଅଛନ୍ତି। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପରେ ସର୍ବାଧିକ ରନ ସ୍କୋରରଙ୍କ ମଧ୍ୟରେ ଇଂଲଣ୍ଡର ଜୋ ରୁଟ ଶୀର୍ଷରେ ଅଛନ୍ତି। ସେ ହାରାହାରି ୫୦.୪୬ରେ ୪୭ଟି ଟେଷ୍ଟର ୮୬ଇନିଂସରେ ୩୯୮୭ ରନ୍‌ ସଂଗ୍ରହ କରିଛନ୍ତି। ଏଥିମଧ୍ୟରେ ୧୨ ଶତକ ଏବଂ ୧୬ ଅର୍ଦ୍ଧ ଶତକ ସାମିଲ। ଏଥି ସହିତ ଅଷ୍ଟ୍ରେଲିଆର ମାର୍ନସ ଲାବୁଶେନ ଏବଂ ଷ୍ଟିଭ ସ୍ମିଥ ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri