କୋଭିଡ୍‌ର ବିପଜ୍ଜନକ ଗବେଷଣାରେ ସାମିଲ ଥିଲେ ଉହାନ ବୈଜ୍ଞାନିକ, ଚାଇନା ସେନା

ଓ୍ବାଶିଂଟନ, ୧୨ା୬ : ୨୦୧୯ରେ କୋଭିଡ୍‌ ମହାମାରୀ ବ୍ୟାପିବା ପୂର୍ବରୁ ଚାଇନାର ଉହାନସ୍ଥିତ ଭାଇରୋଲୋଜି ଇନ୍‌ଷ୍ଟିଚ୍ୟୁଟ୍‌ର ବୈଜ୍ଞାନିକ ଏବଂ ଚାଇନା ସେନା ବିଶ୍ୱର ସବୁଠୁ ବିପଜ୍ଜନକ କରୋନା ଭୂତାଣୁଗୁଡ଼ିକର ମିଶ୍ରଣ କରି ନୂଆ ମ୍ୟୁଟାଣ୍ଟ ଭୂତାଣୁ ସୃଷ୍ଟି କରିବାକୁ ବିପଜ୍ଜନକ ପରୀକ୍ଷା ନିରୀକ୍ଷା ଚଳାଇଥିଲେ। ଆମେରିକା ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଏହା କୁହାଯାଇଛି। ଉକ୍ତ ବିପଜ୍ଜନକ ପ୍ରୟୋଗର ଗୁପ୍ତ ପ୍ରକଳ୍ପ ଉହାନ ଇନ୍‌ଷ୍ଟିଚ୍ୟୁଟ୍‌ରୁ ଲିକ୍‌ ହେବା ଯୋଗୁ ମହାମାରୀ ବ୍ୟାପିଥିଲା ବୋଲି ସନ୍‌ଡେ ଟାଇମ୍ସ ରିପୋର୍ଟରେ କୁହାଯାଇଛି। ପୂର୍ବର କେତେକ ଗୋପନ ରିପୋର୍ଟ, ଆଭ୍ୟନ୍ତରୀଣ ମେମୋ, ବୈଜ୍ଞାନିକ ସନ୍ଦର୍ଭ ଏବଂ ଇମେଲ୍‌ ଯୋଗାଯୋଗ ଆଦି ଶତାଧିକ ଦସ୍ତାବିଜକୁ ଆଧାର କରି ଉକ୍ତ ରିପୋର୍ଟ ପ୍ରସ୍ତୁତ ହୋଇଛି। କୋଭିଡ୍‌-୧୯ ମହାମାରୀର ସୃଷ୍ଟି, ପ୍ରସାର ଓ ଏହାକୁ ଗୋପନ ରଖିବା କାର୍ଯ୍ୟରେ ଉହାନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଭାଇରୋଲୋଜି ସମ୍ପୃକ୍ତ ଥିବା ଅଧିକ ସ୍ପଷ୍ଟ ହୋଇଛି ବୋଲି ଜଣେ ଅନୁଧ୍ୟାନକାରୀ କହିଛନ୍ତି। ଚାଇନା ସେନା ସହ ମିଳିତ ଭାବେ ଏହି ପ୍ରୋଜେକ୍ଟ କାର୍ଯ୍ୟ ଚାଲିଥିବାରୁ ଏହାର କୌଣସି ଛାପା ତଥ୍ୟ ରଖାଯାଇ ନାହିଁ। ଜୈବ ଅସ୍ତ୍ର ନିର୍ମାଣ ଲାଗି ଚାଇନା ପରାମର୍ଶ ଦେଇଥିଲା ବୋଲି ଅନୁଧ୍ୟାନକାରୀମାନେ ବିଶ୍ୱାସ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ । ଏହି…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍‌…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ମରିବି ପଛେ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri