Posted inଖେଳ

ଏବେଠୁ ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ କ୍ରେଜି ହେଲେଣି ଡବ୍ଲ୍ୟୁଡବ୍ଲ୍ୟୁଇ ସୁପରଷ୍ଟାର; ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୧୯।୧୦: ଟି୨୦ ବିଶ୍ୱକପ୍‌ ୨୦୨୨ରେ ଭାରତ-ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମୁକାବିଲା ଉପରେ ସମସ୍ତ କ୍ରିକେଟ ପ୍ରେମୀଙ୍କ ନଜର। ଉଭୟ ଟିମ୍‌ ଅକ୍ଟୋବର ୨୩ରେ ମୁହାଁମୁହିଁ ହେବେ। ଚିର ପ୍ରତିଦ୍ୱନ୍ଦ୍ୱୀ କୁହାଯାଉଥିବା ଏହି ଟିମ୍‌ ମଧ୍ୟରେ ମ୍ୟାଚ୍‌ର କ୍ରେଜ୍‌ କେବଳ କ୍ରିକେଟଜଗତ ପର୍ଯ୍ୟନ୍ତ ସୀମିତ ନୁହେଁ, ଅନ୍ୟ କ୍ଷେତ୍ର ସହ ଜଡ଼ିତ ଲୋକମାନେ ମଧ୍ୟ ଏଥିରେ ଆଗ୍ରହ ଦେଖାଉଛନ୍ତି। ଏହି କ୍ରମରେ ଓ୍ବାଲର୍‌ଡ ରେସଲିଂ ଏଣ୍ଟରଟେନମେଣ୍ଟ(ଡବ୍ଲ୍ୟୁଡବ୍ଲ୍ୟୁଇ) ସୁପରଷ୍ଟାର ତଥା ହଲିଉଡ୍‌ର ପ୍ରସିଦ୍ଧ ଅଭିନେତା ଡଓ୍ବେନ ଜନ୍‌ସନ(ଦ ରକ୍‌) ଏହି ମୁକାବିଲାକୁ ଅପେକ୍ଷା କରି ରହିଛନ୍ତି। ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ବେଶ ଭାଇରାଲ ହେଉଛି।

ଜନସନ ଏବେ ନିଜର ଫିଲ୍ମ ‘ବ୍ଲାକ୍‌ ଆଡାମ’ର ପ୍ରମୋଶନ କରୁଛନ୍ତି। ଏହି ଅବସରରେ ସେ ଷ୍ଟାର ସ୍ପୋଟ୍ସ ଲାଗି ଏକ ପ୍ରମୋଶନାଲ ଭିଡିଓ ଶୁଟିଂ କରିଛନ୍ତି। ଭିଡିଓରେ ସେ ଭାରତ-ପାକିସ୍ତାନ ମହାମୁକାବିଲା ବିଷୟରେ କହିଛନ୍ତି ଯେ, ‘ଯେତେବେଳେ ସବୁଠାରୁ ବଡ ପ୍ରତିଦ୍ୱନ୍ଦ୍ୱୀ ମୁହାଁମୁହିଁ ହେବେ, ସେତେବେଳେ ସମଗ୍ର ବିଶ୍ୱ ସ୍ଥିର ହୋଇଯିବ। ଏହା ଏକ ସାଧାରଣ କ୍ରିକେଟ ମ୍ୟାଚ୍‌ରୁ ଅଧିକ ରୋମାଞ୍ଚକର ହେବ। ’

ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri