ପୂର୍ବତନ ବିଧାୟକଙ୍କ ପରଲୋକ

ବାଲିଗୁଡ଼ା,୨୩ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ାର ପୂର୍ବତନ ଭାଜପା ବିଧାୟକ ସୁରେନ୍ଦ୍ର କହଁରଙ୍କ ଶନିବାର ପରଲୋକ ହୋଇଯାଇଛି। ଦେହାନ୍ତ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା । ସେ ଶିକ୍ଷକରୁ ଅବସର ଗ୍ରହଣ କରିବା ପରେ ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ବାଲିଗୁଡ଼ା ବିଧାୟକ ଭାବେ କାର୍ଯ୍ୟ କରିଥିଲେ। ସେ ଦୀର୍ଘଦିନ ଧରି ଶଯ୍ୟାଶାୟୀ ହୋଇପଡ଼ିଥିଲେ। ତେବେ ଚିକିତ୍ସିତ ଅବସ୍ଥାରେ ଆଜି ତାଙ୍କର ପରଲୋକ ହୋଇଛି। ତାଙ୍କ ବିୟୋଗରେ ସମଗ୍ର ଜିଲା ଭାଜପା, ବିଜେଡି ଓ କଂଗ୍ରେସର ବହୁ ନେତୃ ସ୍ଥାନୀୟ ବ୍ୟକ୍ତିଙ୍କ ପକ୍ଷରୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ତାଙ୍କ ମୃତ୍ୟୁଶଯ୍ୟା ନିକଟରେ ପୁଅ, ଝିଅ, ଜ୍ୱାଇଁ, ନାତି, ନାତୁଣୀ ପ୍ରମୁଖ ଉପସ୍ଥିତ ଥିଲେ। ସ୍ବର୍ଗତ କହଁରଙ୍କ ମରଶରୀରକୁ ଏକ ବିରାଟ ଶୋଭାଯାତ୍ରାରେ ନିଆଯାଇ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫୫ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଆନନ୍ଦପୁର,୧୨।୪(ସ୍ବ.ପ୍ର.): ବ୍ରାଉନ ସୁଗାର ଚୋରା ଚାଲାଣ ଅଭିଯୋଗରେ ବୁଧବାର ସମ୍ବଲପୁର ଅବକାରୀ ବିଭାଗର ଏକ ସ୍ବତନ୍ତ୍ର ଟିମ ଦ୍ୱାରା ଚଢାଉ କରାଯାଇଛି। ଏହି ଚଢାଉରେ ଆନନ୍ଦପୁର...

ବାଟବଣା ହୋଇଛି ‘ବସୁଧା’

ପରଜଙ୍ଗ, ୮।୧୨(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକରେ ପାନୀୟ ଜଳଯୋଗାଣ ପ୍ରକଳ୍ପ ନିର୍ମାଣରେ ମହାଦୁର୍ନୀତି ହୋଇଥିବା ଅଭିଯୋଗ ଆଣିଛି ଭାଜପା। ବର୍ଷକ ମଧ୍ୟରେ ‘ବସୁଧା’ ଯୋଜନାରେ...

ରାଶନ ଯୋଗାଇଦେବାକୁ ଯୋଗାଣ ନିରୀକ୍ଷକଙ୍କ ନିର୍ଦ୍ଦେଶ

ନୂଆଗାଁ,୨୭ା୩ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ବେରୁହାଁବାରି ଗ୍ରାମର ବାସନ୍ତୀ ନାୟକ ୬ ମାସ ହେଲା ରାଶନ ସାମଗ୍ରୀ ପାଉ ନ ଥିଲେ। ଏ...

ବନ୍ଧୁଙ୍କ ପାଇଁ ମଶାଣି ପାଲଟିଛି ଘର

ମାଥିଲି,୨୯।୩ (ଡି.ଏନ.ଏ.): ମଶାଣି ନାଁ ଶୁଣିଲେ ସାଧାରଣତଃ ଲୋକଙ୍କ ମନରେ ଭୟ ସୃଷ୍ଟି ହୁଏ। ଜଣେ ମୃତ୍ୟୁବରଣ କରିବା ପରେ ସେଠାକୁ କୋକେଇରେ ଯାଏ। ମାତ୍ର...

ସଚେତନତାରେ ଆସିବ ପରିବର୍ତ୍ତନ

ସୋନପୁର,୩୧।୫(ନି.ପ୍ର): ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଶ୍ୱ ତମାଖୁ ମୁକ୍ତ ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଜିଲା ତାଲିମ କେନ୍ଦ୍ରଠାରେ ଅନୁଷ୍ଠିତ ସଚେତନତା ସଭାରେ...

ମାଲକାନଗିରି: ତୃତୀୟ ରାଉଣ୍ଡରେ ଭାଜପାର ଆଦିତ୍ୟ ମାଢ଼ି ଆଗୁଆ

ମାଲକାନଗିରି,୨୩ା୫(ସ୍ବ.ପ୍ର.): ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀରେ ତୃତୀୟ ରାଉଣ୍ଡ ଗଣତିରେ ଭାଜପା ପ୍ରାର୍ଥୀ ଆଦିତ୍ୟ ମାଢ଼ି ଆଗୁଆ ରହିଛନ୍ତି। ତୃତୀୟ ରାଉଣ୍ଡ ସୁଦ୍ଧା ଆଦିତ୍ୟ ମାଢ଼ି...

ମଦଭାଟି ବନ୍ଦ ପାଇଁ ମହିଳାଙ୍କ ଦାବି

ସୋନପୁର, ୩।୧୨(ନି.ପ୍ର.) ସୁବର୍ଣ୍ଣପୁର ଜିଲା ତରଭା ବ୍ଲକର ମରାଡୁଗୋଛା ମଦଭାଟି ବନ୍ଦ ପାଇଁ ପଞ୍ଚାୟତର ଲୋକପ୍ରତିନିଧି ଓ ମହିଳାମାନେ ସୋମବାର ଜିଲାପାଳ ମୋନିଷା ବାନାର୍ଜୀଙ୍କ ନିକଟରେ...

ଯୁକ୍ତ୨ ପରୀକ୍ଷା: ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌

ଭୁବନେଶ୍ୱର,୨୬।୪(ବ୍ୟୁରୋ):ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବ। ମେ’ ୩୧ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ।...

Advertisement
Archives

Model This Week