ବାରଖମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ୍ସ-ରେ ମେଶିନ ଅଚଳ, ରୋଗୀ ହନ୍ତସନ୍ତ

ବାଲିଗୁଡ଼ା,୨୪ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ବାରଖମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ୍ସ-ରେ’ ମେଶିନ ନ ଥିବାରୁ ରୋଗୀ ହନ୍ତସନ୍ତ ହେଉଛନ୍ତି। ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ବାଲିଗୁଡ଼ା ବ୍ଲକର ୮ରୁ ଅଧିକ ପଞ୍ଚାୟତବାସୀ ନିର୍ଭର କରନ୍ତି। ଏଠାରେ ଏକ୍ସ-ରେ’ ମେଶିନ ନ ଥିବାରୁ ରୋଗୀ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ଓ ଅନ୍ୟତ୍ର ଯାଇଥାନ୍ତି। ପୂର୍ବରୁ ସ୍ବାସ୍ଥ୍ୟକେନ୍ଦ୍ର ପାଇଁ ଦୁଇଟି ଏକ୍ସ-ରେ’ ମେଶିନ କିଣାଯାଇ ଜିଲା ମୁଖ୍ୟ ଚିକିତ୍ସାଳୟ ପଡ଼ିରହିଛି।
ଏ ସମ୍ପର୍କରେ ବିଡିଓ, ଉପଜିଲାପାଳ, ଏମ୍‌ପିଙ୍କ ନିକଟରେ ଲିଖିତ ଅବଗତ କରାଯାଇଛି ତଥାପି ସୁଫଳ ମିଳୁନି। ବାରଖମା ସାସ୍ଥ୍ୟକେନ୍ଦ୍ର ଭିତ୍ତିଭୂମି ବିକାଶ କରି ତୁରନ୍ତ ଏକ୍ସ-ରେ’ ମେଶିନ କାର୍ଯ୍ୟକ୍ଷମ କରା ନ ଗଲେ ସେପ୍ଟେମ୍ବରରେ ଚିକିତ୍ସାଳୟ କେନ୍ଦ୍ର ସମ୍ମୁଖରେ ଗଣଧାରଣା ଦେବୁ ବୋଲି ବାରଖମା ପଞ୍ଚାୟତ ଜନପ୍ରତିନିଧି ତଥା ସମାଜସେବୀ ପରମାନନ୍ଦ ନାୟକ କହିଛନ୍ତି। ଏ ବାବଦରେ ଡାକ୍ତର ଦେବଦାସ କହିଛନ୍ତି, ଏକ୍ସ-ରେ’ ମେଶିନ ନିମନ୍ତେ ସ୍ବତନ୍ତ୍ର ଗୃହ ନଥିବାରୁ ତାହା ସଂଯୋଗ ହୋଇପାରୁନି। ଗୃହ ନିର୍ମାଣ ହେଲେ ମେଶିନ କାର୍ଯ୍ୟକ୍ଷମ ହୋଇପାରିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri