ବିଶ୍ୱରେ X ସେବା ପୁଣି ଠପ୍‌: ୟୁଜର୍ସ ଆଣିଲେ ଅଭିଯୋଗ

ଓ୍ବାଶିଂଟନ୍‌,୨୪।୫: ଏଲନ ମସ୍କଙ୍କ ସୋସିଆଲ ମିଡିଆ ସାଇଟ X ପୁଣି ଥରେ ଡାଉନ ହୋଇଯାଇଛି। ଅନେକ ଦେଶର ୟୁଜର୍ସ ଏନେଇ ଅଭିଯୋଗ ଆଣିଛନ୍ତି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏଭଳି ଅସୁବିଧା ପରିଲକ୍ଷିତ ହେଉଥିବା କମ୍ପାନୀ ପକ୍ଷରୁ କୁହାଯାଇଛି। ଗତକାଲି ରାତିରେ ମଧ୍ୟ ଏଭଳି ଅସୁବିଧା ଦେଖାଯାଇଥିଲା। ଏହା ଆଜି ମଧ୍ୟ ଜାରି ରହିଛି। କମ୍ପାନୀର ଇଞ୍ଜିନିୟରିଂ ଟିମ୍‌ କହିଛି ଯେ, ଏକ ବଡ଼ ଡାଟା ସେଣ୍ଟରରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଅନେକ ସେବା ଏପର୍ଯ୍ୟନ୍ତ ଠିକ ଭାବରେ କାମ କରୁନାହିଁ। ଏବେ କାମ ଚାଲିଛି।

ଏହି ସମସ୍ୟା ଯୋଗୁ ଅନେକ ଗୁରୁତ୍ୱପୂର୍ଣ୍ଣ ଫିଚର ଠିକ ଭାବରେ କାମ କରୁନାହିଁ। କିଛି ସ୍ଥାନରେ ଧୀରେ ଧୀରେ ଚାଲୁଛି ଏବଂ କିଛି ସ୍ଥାନରେ ହ୍ୟାଙ୍ଗ୍‌ ହୋଇ ରହିଯାଉଛି। ଏହା ବ୍ୟତୀତ, କିଛି ଡିଭାଇସରେ ଏକ୍ସ ଫିଚରଟି ଖୋଲି ପାରୁନାହିଁ। ଏଥିପାଇଁ ୟୁଜର୍ସଙ୍କୁ ଲଗଇନ ଏବଂ ସାଇନ ଆଉଟ୍‌ କରିବାରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। କେବଳ ଏତିକି ନୁହେଁ, ଏକ୍ସ ପ୍ରିମିୟମ ସେବାଗୁଡ଼ିକ ଠିକ ଭାବରେ କାମ କରୁନାହିଁ।

ଏକ୍ସର ଇଞ୍ଜିନିୟରିଂ ଟିମ୍‌ ପକ୍ଷରୁ କୁହାଯାଇଛି ଯେ, ସେମାନେ ଏହି ସମସ୍ୟାର ସମାଧାନ ପାଇଁ ୨୪ ଘଣ୍ଟା ହେବ କାମ କରୁଛନ୍ତି, କିନ୍ତୁ ଏପର୍ଯ୍ୟନ୍ତ ସବୁକିଛି ସ୍ବାଭାବିକ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ୍‌: ଜଣଙ୍କ ଜୀବନ ଗଲା, ୨ ଗୁରୁତର

ପରଜଙ୍ଗ,୧୭ା୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ମହାବିରୋଡ୍‌ ଥାନା କମର-ପଙ୍ଗାତିରା ପୂର୍ତ୍ତ ବିଭାଗ ରାସ୍ତାର କୁଟୁରିଆ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ଗଛରେ…

ରାସ୍ତାକଡ଼ରେ ପଡ଼ିଛି ମୁଣ୍ଡ ନ ଥିବା ମୃତଦେହ, ପାଖରେ ପଡ଼ିଛି ଚପଲ

ରାଜନଗର,୧୭ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ପଟ୍ଟାମୁଣ୍ଡାଇ ମୁଖ୍ୟ ତଳ ରାସ୍ତାର ମଦଭାଟିଠାରୁ କିଛି ଦୂରରେ ରାସ୍ତା ତଳକୁ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଛି।…

ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା: ଡାକ୍ତରଙ୍କ ଉପରେ ଆକ୍ରମଣ କଲେ ସମ୍ପର୍କୀୟ

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସଦରମହକୁମା ମୁଖ୍ୟ ଚିକିତ୍ସାଳୟରେ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ଏଥିସହ ଉକ୍ତ ମହିଳାଙ୍କ ସମ୍ପର୍କୀୟମାନେ ଚିକିତ୍ସାରେ ଅବହେଳା…

ପରସ୍ପରକୁ ଅଣଦେଖା କଲେ ମୋଦି-ଟ୍ରମ୍ପ: ହାତ ମିଳାଇଲେ, ହେଲେ…

ପ୍ୟାରିସ୍‌,୧୭।୬: ଫ୍ରାନ୍ସର ଇଭିଆନଠାରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ସ୍ବଳ୍ପ ବୈଠକ କରିଥିଲେ।…

ପାଠ୍ୟପୁସ୍ତକରେ ତ୍ରୁଟି: ୩ ଜଣିଆ କମିଟି ଗଠନ କରି ମୁଖ୍ୟମନ୍ତ୍ରୀ କହିଲେ ୭ ଦିନରେ ରିପୋର୍ଟ ଦିଅ, ପରେ…

ଭୁବନେଶ୍ୱର,୧୭ା୬: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି।…

ବିଲ୍‌ଓଙ୍କ ଦାୟିତ୍ୱହୀନତା: SIRରୁ ବାଦ୍‌ ପଡ଼ିଲେ ବହୁ ଭୋଟର

ପୁରୁଷୋତ୍ତମପୁର,୧୭ା୬(ସବିତା ମିଶ୍ର): ସରକାର ଭୋଟର ତାଲିକାରେ ସ୍ବଚ୍ଛତା ଆଣିବା ସହ ଠିକ୍‌ସମୟରେ ନୂତନ ଭୋଟରଙ୍କ ନାମ ଯୋଡ଼ିବା ଓ ମୃତ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ ବାଦ୍‌ ଦେବା…

ଉଚ୍ଚ ଜୁଆରରେ ସମୁଦ୍ର ଅଶାନ୍ତ, ଲୀନ ହେବାକୁ ବସିଛି ମା’ଙ୍କ ମନ୍ଦିର

ଗଞ୍ଜାମ,୧୭ା୬(ବିଦ୍ୟାଧର ସାହୁ): ଋଷିକୂଲ୍ୟା ମୁହାଣ ଅଞ୍ଚଳରେ ତାଣ୍ଡବ ରଚୁଛି ଅଶାନ୍ତ ସମୁଦ୍ର। ଜଳ ଲହଡ଼ିରେ ଗଞ୍ଜାମ ବ୍ଲକର ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ କ୍ଷୟ ହେବାରେ ଲାଗିଛି। ପାଳିବନ୍ଧ…

ସାମନ୍ଥାଙ୍କୁ ‘I LOVE YOU’ କହିବାକୁ ମନା କଲେ ସ୍ବାମୀ: ମଞ୍ଚ ଉପରେ ଘଟିଲା…

ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ତାଙ୍କ ଆଗାମୀ ଫିଲ୍ମ ‘ମା ଇଣ୍ଟି ବାଙ୍ଗାରମ’ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏହା ଖୁବଶୀଘ୍ର ସିନେମା ହଲରେ ଆସିବାକୁ ଯାଉଛି। ଯଦିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri