Posted inଖେଳ

ଜାଭି ହର୍ନାଣ୍ଡିଜ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୨୫।୭: ପୂର୍ବତନ ସ୍ପେନ୍‌ ଓ ବାର୍ସିଲୋନ ମିଡ୍‌ଫିଲ୍ଡର ତଥା ଅଲ-ସାଦ୍‌ କୋଚ୍‌ ଜାଭି ହର୍ନାଣ୍ଡିଜ କରୋନା ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ଶନିବାର ସେ କରୋନା ପଜିଟିଭ୍‌ ବୋଲି ନିଜେ ସୂଚନା ଦେଇଛନ୍ତି। ତେବେ ତାଙ୍କଠାରେ କୌଣସି ଲକ୍ଷଣ ଦେଖିବାକୁ ମିଳିନାହିଁ। ଗତ ଜୁଲାଇ ୫ ତାରିଖରେ କାତାର କ୍ଳବ ଅଲ-ସାଦ୍‌ ସହ କୋଚ୍‌ ହିସାବରେ ତାଙ୍କ ଚୁକ୍ତିର ନବୀକରଣ କରିଛନ୍ତି। ଏବେ ସେ ସେଲ୍ଫ ଆଇସୋଲେଶନରେ ରହିବେ। କୋଭିଡ୍‌-୧୯ ମହାମାରୀ କାରଣରୁ କାତାର ଷ୍ଟାର୍ସ ଲିଗ୍‌ (କ୍ୟୁଏସ୍‌ଏଲ୍‌) ମାର୍ଚ୍ଚରେ ସସ୍‌ପେଣ୍ଡ ହୋଇଥିଲା। ଦୀର୍ଘଦିନ ପରେ ତାଙ୍କ ଦଳ ଶନିବାର ପ୍ରଥମ ମ୍ୟାଚ୍‌ ଖେଳିବାକୁ ଯାଉଛି। ସୁସ୍ଥ ଥିଲେ ମଧ୍ୟ ସେଲ୍ଫ ଆଇସୋଲେଶନରେ ରହିବି ଓ ପ୍ରତ୍ୟାବର୍ତ୍ତନ ମ୍ୟାଚ୍‌ରେ ଦାୟିତ୍ୱ ନେବିନାହିଁ ବୋଲି ସେ କହିଛନ୍ତି। ପଏଣ୍ଟ ତାଲିକାରେ ଅଲ୍‌-ସାଦ୍‌ ତୃତୀୟ ସ୍ଥାନରେ ରହିଛି। ଶନିବାର ଏହି କ୍ଲବ ଅଲ୍‌-ଖୋର୍‌କୁ ଭେଟିବ। ଲିଗ୍‌ରେ ଆହୁରି ୫ ରାଉଣ୍ଡ ମ୍ୟାଚ୍‌ ବାକି ରହିଛି। ୪୦ ବର୍ଷୀୟ ହର୍ନାଣ୍ଡିଜ ସ୍ପେନ୍‌ ତରଫରୁ ପ୍ରତିନିଧିତ୍ୱ କରି ୧୩୩ଟି ମ୍ୟାଚ୍‌ ଖେଳି ୧୩ଟି ଗୋଲ ସ୍କୋର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା କରି ନଦୀପଠାରେ ଫିଙ୍ଗି ଦେଇଥିଲେ: ୭ ଦିନ ପରେ ବିହାରରୁ ଗିରଫ ହେଲେ ୩ ମୁଖ୍ୟ ଅଭିଯୁକ୍ତ

ରାୟଗଡ଼ା,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ାର ନିଖିଲ ହାଡ଼ପାଙ୍କୁ ଗୁଳିକରି ହତ୍ୟା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ହତ୍ୟାକାଣ୍ଡକୁ ନେଇ ରାୟଗଡ଼ା ସହର ଅଶାନ୍ତ…

ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ରଙ୍କ ଜୀବନ, ବିଦ୍ୟାଳୟ ଛାତ ଦେଇଯାଇଛି ୧୧ କେଭି ବିଦ୍ୟୁତ ତାର

ରିଆମାଳ, ୧୬।୫( ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ ପରା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଲୋହରାକୋଟ ଗ୍ରାମରେ ୧୯୭୨ରେ ସରକାରୀ ଉନ୍ନିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ଥାପିତ…

ଜମିବାଡ଼ି ବିବାଦରୁ ସାନଭାଇଙ୍କୁ ପିଟି ହତ୍ୟା: ବଡ଼ଭାଇ-ଭାଉଜଙ୍କ ସହ ବନ୍ଧା ହେଲେ ୪

ମହାକାଳପଡ଼ା,୧୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ବାରଡ଼ାଙ୍ଗ ନାଉରୀ ସାହିରେ ଗୁରୁବାର ସାରେ ଏକ ପରିବାର ମଧ୍ୟରେ ଜମି ବାଡ଼ି ବିବାଦ ଓ ମାଟି…

୨୦୧୪ରେ କେତେ ଥିଲା ପେଟ୍ରୋଲ-ଡିଜେଲ ଦର? ୧୨ ବର୍ଷରେ କେତେ ବଢିଛି? ଜାଣନ୍ତୁ…

ନୂଆଦିଲ୍ଲୀ, ୧୬।୫: ଅନ୍ତର୍ଜାତୀୟ ବଜାରରେ କ୍ରମାଗତ ଭାବେ କ୍ରୁଡ୍‌ ଅଏଲ ବା ଅଶୋଧିତ ତୈଳ ଦର ବୃଦ୍ଧି ପାଇବାରେ ଲାଗିଛି । ଭାରତରେ ବି ଏବେ ତୈଳ…

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

ଚଳନ୍ତା ଟ୍ରେନ୍‌ ଆଗକୁ ବାଇକ୍‌ ଧରି ପଶିଆସିଲେ ଅଜଣା ବ୍ୟକ୍ତି: ଆଉ ତା’ପରେ ଘଟିଲା…

ଅତାବିରା, ୧୬/୫(ଯୁଧିଷ୍ଠିର ମହାପାତ୍ର):ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ବରଗଡ ସମ୍ବଲପୁର ରେଲୱେ ଡାଉନ ଲାଇନର ଭୋଇପାଲି ଓଭର ବ୍ରିଜ ପାଖରେ ଜୈନେକ ବ୍ୟକ୍ତି କଟି ଯିବାରୁ…

ପୁଣି ଆଉ ଗୋଟିଏ ଦେଶ ଉପରେ ଏୟାରଷ୍ଟ୍ରାଇକ୍‌ କଲା ଆମେରିକା: ISISର ଦ୍ୱିତୀୟ ସର୍ବୋଚ୍ଚ କମାଣ୍ଡର ନିହତ

ଓ୍ବାଶିଂଟନ୍‌,୧୬।୫: ଇରାନ ପରେ ପୁଣି ଆଉ ଗୋଟିଏ ଦେଶ ଉପରେ ଆକ୍ରମଣ କରିଛି ଆମେରିକା। ନାଇଜେରିଆ ଉପରେ ଆମେରିକା ଏୟାରଷ୍ଟ୍ରାଇକ୍‌ କରିଥିବା ଜଣାପଡ଼ିଛି। ଅବଶ୍ୟ ଆମେରିକା ଏବଂ…

ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri