Posted inଖେଳ

ଅଲିମ୍ପିକ୍ସ ପୁରୁଷ ସିଙ୍ଗଲ୍ସ ଟେନିସ୍‌ରେ ଜେଭେରେଭଙ୍କୁ ସ୍ବର୍ଣ୍ଣ

ଟୋକିଓ,୨।୮: ଜର୍ମାନୀର ଆଲେକଜାଣ୍ଡର ଜେଭେରେଭ ଟୋକିଓ ଅଲିମ୍ପିକ୍ସ ପୁରୁଷ ସିଙ୍ଗଲ୍ସ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ବିଶ୍ୱର ୫ ନମ୍ବର ଖେଳାଳି ଜେଭେରେଭ ରୁଷିଆର କରନ ଖାଚାନୋଭଙ୍କୁ ୬-୩, ୬- ୧ ସେଟ୍‌ରେ ପରାସ୍ତ କରି ଚାମ୍ପିୟନ ହୋଇଛନ୍ତି। ଏଥିସହ ସେ କ୍ୟାରିୟରର ସର୍ବବୃହତ୍‌ ଟାଇଟଲ ହାସଲ କରିଛନ୍ତି। ୬ ଫୁଟ୍‌ ୬ ଇଞ୍ଚ ଉଚ୍ଚତାବିଶିଷ୍ଟ ଜେଭେରେଭ ବିଗ୍‌ ସର୍ଭ ଓ ଟୁ ହ୍ୟାଣ୍ଡେଡ ବ୍ୟାକହ୍ୟାଣ୍ଡ ପାଇଁ ସହଜରେ ବିଜୟ ହାସଲ କରିଥିଲେ ଓ ୨୫ତମ ର଼୍ୟାଙ୍କର ଖାଚାନୋଭଙ୍କୁ କୌଣସି ସୁଯୋଗ ଦେଇ ନ ଥିଲେ। ପୂର୍ବରୁ ଜେଭେରେଭ ଗତବର୍ଷ ୟୁଏସ୍‌ ଓପନ ପୁରୁଷ ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରି ଶ୍ରେଷ୍ଠ ପ୍ରଦର୍ଶନ କରିଥିଲେ। ଫାଇନାଲରେ ସେ ଡୋମିନିକ ଥିମ୍‌ଙ୍କଠାରୁ ହାରିଥିଲେ। ପୂର୍ବରୁ ନୋଭାକ ଜୋକୋଭିଚ୍‌ ଓ ରୋଜର ଫେଡରରଙ୍କ ଭଳି ଖେଳାଳି ପରାସ୍ତ ହୋଇ ବିଦା ହୋଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଫାଇନାଲ ମଝିରେ ତିଲକ-ସୂର୍ଯ୍ୟବଂଶୀଙ୍କ ମଧ୍ୟରେ ହାଇଭୋଲଟେଜ୍‌ ଡ୍ରାମା! ମଇଦାନରେ ଘଟିଲା… ଭିଡିଓ ଭାଇରାଲ

ଚେନ୍ନାଇ,୭।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯାଉଛି। ମ୍ୟାଚର ପ୍ରଥମ ଦିନରେ…

ଇତିହାସ ରଚିବା ପରେ ହଠାତ୍‌ ପଡ଼ିଆ ଛାଡ଼ିଦେଲେ ଇଶାନ କିଶାନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୯: ଭାରତୀୟ ଷ୍ଟାର୍‌ କ୍ରିକେଟର୍‌ ତଥା ପୂର୍ବ ଜୋନର ଅଧିନାୟକ ଇଶାନ କିଶାନ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସେ ଜଣେ ମ୍ୟାଚ ବିଜେତା ଖେଳାଳି।…

PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା

ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri