ଗଞ୍ଜେଇ ଚାଲାଣ ବେଳେ ମାଡି ବସିଲା ଅବକାରୀ ବିଭାଗ: ଦୁଇ ଶିକ୍ଷକ ସମେତ ଜଣେ ଗିରଫ

ଭବାନୀପାଟଣା,୨୬।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଦୁଇ ଜଣ ଶିକ୍ଷକ ସମେତ ଜଣେ ଯୁବକ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଶୁକ୍ରବାର ବଲାଙ୍ଗୀର ଜିଲା ସଇଁନ୍ତଲା ଥାନା ନିକଟସ୍ଥ ବରଗାଁ ଛକ୍ ଠାରେ ଅବକାରୀ ବିଭାଗ ପକ୍ଷରୁ ଧରା ପଡ଼ିବା ଘଟଣା ଅଞ୍ଚଳ ରେ ଚର୍ଚ୍ଚା ର ବିଷୟ ପାଲଟିଛି । ମିଳିଥିବା ସୂଚନା ଅନୁସାରେ,କର୍ଲାମୁଣ୍ଡା ବ୍ଲକ ସରଗୁଲ. ମାଲପଡ଼ା ଗ୍ରାମର କିଶୋର କୁମାର ଓ ରିଞ୍ଜା ଗ୍ରାମର ଜୀତେନ୍ଦ୍ର କୁମାର ସାହୁ ଦୁଇ ଶିକ୍ଷକ ସମେତ କର୍ଲାମୁଣ୍ଡା (ବସ୍ତିର) ସଞ୍ଜୟ ବାଗ ଗଞ୍ଜେଇ ଏକ କାର ନଂ(ଓଡ଼ି୦୨ସିଏଲ-୮୫୨୪)ରେ
ଚାଲାଣ କରୁଥିବା ସମୟରେ କୌଣସି ସୁତ୍ର ରୁ ଖବର ପାଇ ଟିଟଲାଗଡ଼ ଓ ତୁଷାର ଅବକାରୀ ବିଭାଗ ମିଳିତ ଉଦ୍ୟମରେ ବରଗାଁ ଛକ୍ ଠାରେ ଧରପଗଡ଼ କରିଥିଲେ। ଏହି ସମୟରେ ସେମାନଙ୍କ ଠାରୁ ଅବକାରୀ ବିଭାଗ ୩୩ କେଜି ଗଞ୍ଜେଇ ସମେତ କାର ଜବତ କରିଥିବା ଜଣାପଡିଛି। ଏହି ଘଟଣାରେ ସେମାନଙ୍କୁ ଗିରଫ କୋର୍ଟ ଚାଲାଣ କରାଯାଇଛି। କିଶୋର ଖଲିଆପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଥିବା ବେଳେ ଜୀତେନ୍ଦ୍ର କୁମାର ସାହୁ ବତିକୁପା ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଅଟନ୍ତି। ଏହା ପୁର୍ବରୁ ଶିକ୍ଷକ କିଶୋର ନକଲି ଶିକ୍ଷା ଗତ ପ୍ରମାଣ ପତ୍ର ଦେଇ ଅନେକ ଯୁବକ ଯୁବତୀ ଙ୍କୁ ପୋଷ୍ଟାଲ ଚାକିରି କରି

ଦେବା ନାମରେ ଧରାପଡିଥିଲେ। ଯାହାର ତଦନ୍ତ ସିବିଆଇ କରୁଥିବା ବେଳେ କିଶୋର ନାମରେ ମଧ୍ୟ ମାମଲା ଚାଲିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ପ୍ରତିଯୋଗିତା ଛାଡ଼ି ଛାତ୍ରୀଙ୍କୁ ରୋଷେଇ କାମ!

ତୁମୁଡ଼ିବନ୍ଧ, ୨୫।୯ (ଦୀପକ କୁମାର ପରାସେଠ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଜନିତ ବର୍ଷା ଗତ ୪ ଦିନ ହେଲା ଲାଗିରହିଛି। ଏହା ମଧ୍ୟରେ ଶୁକ୍ରବାର ତୁମୁଡ଼ିବନ୍ଧସ୍ଥିତ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?