ନାଏବ ସରପଞ୍ଚ ନିର୍ବାଚନ ବେଳେ ଉତ୍ତେଜନା: ପ୍ରିଜାଇଡିଂ ଅଫିସର ଅଟକ

ପୁରୁଷୋତ୍ତମପୁର,୧୧ା୩(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପପୁର ପଞ୍ଚାୟତରେ ଶୁକ୍ରବାର ନାଏବ ସରପଞ୍ଚ ନିର୍ବାଚନ ବେଳେ ଉତ୍ତେଜନା ପରିସ୍ଥିତି ଉପୁଜିଛି। ମୋଟ ୧୧ ୱାର୍ଡ ବିଶିଷ୍ଟ ଏହି ପଞ୍ଚାୟତରେ ନାଏବ ସରପଞ୍ଚ ଲାଗି ୱାର୍ଡ ନଂ ୧ର ସଭ୍ୟା ହରପ୍ରିୟା ପାତ୍ର ଓ ୱାର୍ଡ ନଂ ୩ର ସଭ୍ୟା ଶୈଳେନ୍ଦ୍ରୀ ବେହେରା ପ୍ରତିଦ୍ୱନ୍ଦ୍ୱିତା କରୁଥିଲେ। ଏଥିରେ ସରପଞ୍ଚଙ୍କୁ ମିଶାଇ ୧୨ ଜଣ ମତଦାନ କରିଥିଲେ। ସେଥିମଧ୍ୟରୁ ହରପ୍ରିୟା ୬ଟି ଭୋଟ ପାଇଥିବା ବେଳେ ଶୈଳେନ୍ଦ୍ରୀ ୫ଟି ଭୋଟ ପାଇଥିଲେ। ଗୋଟିଏ ଭୋଟ ନାକଚ ହୋଇଥିବା ନେଇ ନିର୍ବାଚନ ଦାୟିତ୍ୱରେ ଥିବା ପ୍ରିଜାଇଡିଂ ଅଫିସର ଅରୁଣ କୁମାର ସାହୁ ଘୋଷଣା କରିଥିଲେ। ଏହା ପରେ ଲୋକେ ଯାଇ ଦେଖିବା ବେଳେ ହରପ୍ରିୟା ୪ ଭୋଟ, ଶୈଳେନ୍ଦ୍ରୀ ୫ ଭୋଟ ପାଇଥିବା ବେଳେ ୩ଗୋଟି ଭୋଟ ନାକଚ ହୋଇଥିବାର ଅଭିଯୋଗ କରିଛନ୍ତି। ଏହାର ପ୍ରତିବାଦ କରି ପ୍ରିଜାଇଡିଂ ଅଫିସର ଅନିୟମିତତା କରିଥିବାର ଅଭିଯୋଗ କରି ୩ଘଣ୍ଟା ଅଟକ ରଖିଥିଲେ। ଫଳରେ ସେଠାରେ ଉପସ୍ଥିତ ଥିବା ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ପୁରୁଷୋତ୍ତମପୁର ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ଓ ଆଇଆଇସି ପୀୟୂଷ ରଞ୍ଜନ ଛୋଟରାୟ ଘଟଣାସ୍ଥଳକୁ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିବା ପରେ ସେମାନେ ପ୍ରିଜାଇଡିଂ ଅଫିସରଙ୍କୁ ଛାଡ଼ିଥିଲେ। ଏହି ଧସ୍ତାଧସ୍ତି ସମୟରେ କେହି ପଞ୍ଚାୟତ ସିସିଟିଭି ଭାଙ୍ଗି ହାର୍ଡଡିସ୍କଟିକୁ ଲୁଟି ନେବା ସହ ଦୁଇଟି ବାଲଟ ପେପରରେ ପୁନଃ ସିଲମାରି ଦେଇଥିବାର ପ୍ରିଜାଇଡିଂ ଅଫିସର ଅଭିଯୋଗ କରିଛନ୍ତି। ପୋଲିସ ସୁରକ୍ଷା ମଧ୍ୟରେ କର୍ମଚାରୀମାନଙ୍କୁ ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ୟାଳୟକୁ ଆଣିଥିଲେ। ଖବର ଲେଖା ସୁଦ୍ଧା ଥାନାରେ କେସ୍‌ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri