ତାଇଓ୍ବାନ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଭୟ କରୁଛନ୍ତି ଜିନପିଙ୍ଗ୍‌…

ବେଜିଂ/ତାଇପେ/ଓ୍ବାଶିଂଟନ,୨୭।୨ : ରୁଷିଆ ୟୁକ୍ରେନରେ ଯୁଦ୍ଧ ଆରମ୍ଭ କରିବା ଭୁଲ ହୋଇଥିବା ଚର୍ଚ୍ଚା ହେଉଛି। ଅନେକ ରିପୋର୍ଟରେ କୁହାଯାଇଛି ଯେ ରାଷ୍ଟ୍ରପତି ଭ୍ଳାଡିମିର ପୁଟିନ ନିଜେ ଜାଣି ନ ଥିଲେ ଯେ ଏହି ଯୁଦ୍ଧ ଏତେ ଦିନ ପର୍ଯ୍ୟନ୍ତ ଚାଲିବ ଏବଂ ରୁଷିଆକୁ ବହୁ କ୍ଷତି ସହିବାକୁ ପଡିବ। ଏହି ଯୁଦ୍ଧ ଚାଇନାକୁ ତାଇୱାନ ପ୍ରସଙ୍ଗରେ ମଧ୍ୟ ଚିନ୍ତା କରିବାକୁ ବାଧ୍ୟ କରିଛି।

ସିଆଇଏ ନିର୍ଦ୍ଦେଶକ ୱିଲିୟମ ବର୍ନସ କହିଛନ୍ତି ଯେ ୟୁକ୍ରେନରେ ରୁଷିଆର ଅଭିଜ୍ଞତା ପରେ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ ଏବଂ ତାଙ୍କର ସାମରିକ ନେତୃତ୍ୱ ତାଇୱାନ ଉପରେ ଆକ୍ରମଣ କରିବାର କ୍ଷମତା ଉପରେ ସନ୍ଦେହ କରୁଛନ୍ତି। ତାଇଓ୍ବାନ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଜିନପିଙ୍ଗ ଭୟ କରୁଛନ୍ତି। ଏକ ଟେଲିଭିଜନ ସାକ୍ଷାତକାରରେ ଆମେରିକାର ଜଣେ ବରିଷ୍ଠ ଗୁପ୍ତଚର ଅଧିକାରୀ କହିଛନ୍ତି ଯେ ତାଇୱାନକୁ ନିୟନ୍ତ୍ରଣ କରିବା ପାଇଁ ଆମେରିକା ଚାଇନା ଯୋଜନାକୁ ଗୁରୁତ୍ୱ ପ୍ରଦାନ କରି ସୁରକ୍ଷା ବ୍ୟବସ୍ଥା ଉପରେ ଧ୍ୟାନ ଦେଉଛି। ତେବେ ସେ ଏହା ମଧ୍ୟ ସ୍ପଷ୍ଟ କରିଛନ୍ତି ଯେ ଏହା ପ୍ରତ୍ୟକ୍ଷ ସାମରିକ ବିବାଦ ପାଇଁ ଉଦ୍ଦିଷ୍ଟ ନୁହେଁ।

ସିଆଇଏ ମୁଖ୍ୟ କହିଛନ୍ତି ଯେ ଚାଇନ ରାଷ୍ଟ୍ରପତି ଶି ଜିନପିଙ୍ଗ ୨୦୨୭ ସୁଦ୍ଧା ତାଇୱାନ ଉପରେ ଆକ୍ରମଣ କରିବାକୁ ପ୍ରସ୍ତୁତ ରହିବାକୁ ଚାଇନ ସୈନିକଙ୍କୁ କହିଛନ୍ତି। ତେବେ ଏହାର ଅର୍ଥ ନୁହେଁ ଯେ ଚାଇନା ୨୦୨୭ କିମ୍ବା ଅନ୍ୟ କୌଣସି ବର୍ଷରେ ତାଇୱାନ ଉପରେ ସାମରିକ ଆକ୍ରମଣ କରିବାକୁ ନିଷ୍ପତ୍ତି ନେଇଛି। ସେ କହିଛନ୍ତି ଯେ ୟୁକ୍ରେନରେ ରୁଷିଆର ସ୍ଥିତିକୁ ଦୃଷ୍ଟିରେ ରଖି ସେ ତାଇୱାନ ଉପରେ ଆକ୍ରମଣକୁ ସମ୍ପୂର୍ଣ୍ଣ କରିପାରିବେ କି ନାହିଁ ଚାଇନା ରାଷ୍ଟ୍ରପତି ସନ୍ଦେହ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri