ଚାଇନା-ଆରବ ଶିଖର ବୈଠକରେ ଯୋଗଦେବାକୁ ସୌଦି ଆରବ ଯିବେ ଜିନପିଙ୍ଗ

ବେଜିଂ,୬ ।୧୨: ଚାଇନା ଓ ସୌଦି ଆରବ ସହ ଆମେରିକାର ଶତ୍ରୁତା ବଢିଚାଲିଥିବା ବେଳେ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ ଗୁରୁବାର ରିୟାଦ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି । ସେ ସୌଦି ଆରବର ରାଜଧାନୀ ରିୟାଦରେ ଚାଇନା-ଆରବ ଶିଖର ସମ୍ମିଳନୀରେ ଭାଗ ନେବେ । ଏଥିରେ ୧୪ ଆରବ ଦେଶର ରାଷ୍ଟ୍ରାଧ୍ୟକ୍ଷ ସାମିଲ ହେବାର ସମ୍ଭାବନା ରହିଛି ।

ସିଏନଏନ ମଙ୍ଗଳବାର ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଆଧାରରେ ଜିନପିଙ୍ଗ ରିୟାଦ ଯାତ୍ରା କରିବାର ସୂଚନା ଦେଇଛି । ଜିନପିଙ୍ଗଙ୍କ ଦୁଇ ଦିନିଆ ଯାତ୍ରା ସମୟରେ ଚାଇନା-ଜିସିସି କନଫରେନ୍ସ ବି ହେବାର ସମ୍ଭାବନା ରହିଛି । ସୌଦି ଆରବ ଆମେରିକା ସହ ବଢି ଚାଲିଥିବା ଶତ୍ରୁତା ପରେ ମଧ୍ୟପୂର୍ବରେ ଆମେରିକାର ସବୁଠାରୁ ବଡ ସହଯୋଗ । ଜିନପିଙ୍ଗଙ୍କ ସୌଦି ଆରବ ଯାତ୍ରାକୁ ନେଇ ମାସ ମାସ ହେବ ଅନୁମାନ ଲଗାଯାଉଛି । ତେବେ ଏପର୍ଯ୍ୟନ୍ତ ନା ସୌଦି ଆରବ ନା ଚାଇନା ସରକାର ଜିନପିଙ୍ଗଙ୍କ ଯାତ୍ରାକୁ ନେଇ କୌଣସି ସ୍ପଷ୍ଟ ସୂଚନା ଦେଇ ନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା

ଭୁବନେଶ୍ବର,୩ା୭: ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି…

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି।…

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri