ଜିନ୍‌ପିଙ୍ଗ୍‌ ଆସିବେନି

ବେଜିଂ,୫ା୯: ଜି୨୦ ସମିଟ୍‌ରେ ଯୋଗଦେବା ଲାଗି ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଭାରତ ଗସ୍ତରେ ଆସିବେ ନାହିଁ। ନୂଆଦିଲ୍ଲୀରେ ହେବାକୁ ଥିବା ଏହି ସମ୍ମିଳନୀରେ ଚାଇନା ପ୍ରଧାନମନ୍ତ୍ରୀ ଲି କିଆଙ୍ଗ ଯୋଗଦେବେ ବୋଲି ଏହାର ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସୋମବାର ଏକ ବିବୃତିରେ କୁହାଯାଇଛି। ବେଜିଂ ଏକ ସଙ୍ଗେ ଦୁଇ ସବୁଠୁ ପ୍ରଭାବଶାଳୀ ନେତାଙ୍କୁ ବିଦେଶକୁ ପଠାଇପାରିବ ନାହିଁ। ସେଥିପାଇଁ ଭାରତ ସରକାରଙ୍କ ଆମନ୍ତ୍ରଣକ୍ରମେ ଚାଇନା ପ୍ରଧାନମନ୍ତ୍ରୀ ୧୮ତମ ଜି୨୦ ସମିଟ୍‌ରେ ଯୋଗଦେବେ ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ କହିଛି। ଆସନ୍ତା ୯ ଓ ୧୦ ତାରିଖରେ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ନୂଆଦିଲ୍ଲୀରେ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ଜୋର୍‌ଦାର ଆୟୋଜନ ଚାଲିଛି।
ଜି୨୦ ଭଳି କାର୍ଯ୍ୟକ୍ରମରେ ଚାଇନା ସବୁବେଳେ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ନେବା ସହ ସକ୍ରିୟ ଅଂଶଗ୍ରହଣ କରିଥାଏ। ପ୍ରଧାନମନ୍ତ୍ରୀ ଲି କିଆଙ୍ଗ ଜି୨୦ ସହଯୋଗ ଉପରେ ଚାଇନା ଚିନ୍ତାଧାରା ଏବଂ ସ୍ଥିତି ସମ୍ପର୍କରେ ଜଣାଇବେ। ଉକ୍ତ ସଂଗଠନରେ ଏକତା ଓ ସହଯୋଗ ବଢ଼ାଇବା ଲାଗି ବେଜିଂ ପଦକ୍ଷେପ ନେବ ବୋଲି ଏହାର ବହିର୍ବ୍ୟାପାର ମୁଖପାତ୍ର ମାଓ ନିଙ୍ଗ୍‌ କହିଛନ୍ତି। ଜିନ୍‌ପିଙ୍ଗ୍‌ଙ୍କ ଅନୁପସ୍ଥିତିକୁ ନେଇ ବେଜିଂ କୌଣସି ନିର୍ଦ୍ଦିଷ୍ଟ କାରଣ ଜଣାଇନାହିଁ। ଚଳିତ ସପ୍ତାହରେ ଇଣ୍ଡୋନେସିଆର ଜାକର୍ତ୍ତାଠାରେ ଅନୁଷ୍ଠିତ ହେବାକୁ ଥିବା ଆସୋସିଏଶନ ଅଫ୍‌ ସାଉଥ୍‌ଇଷ୍ଟ ଏସିଆନ ନେଶନ୍ସ ଏବଂ ଇଷ୍ଟ୍‌ ଏସିଆ ସମିଟ୍‌ରେ ମଧ୍ୟ ଜିନ୍‌ପିଙ୍ଗ ଯୋଗଦେଇ ନ ପାରନ୍ତି। ଉଭୟ କାର୍ଯ୍ୟକ୍ରମରେ କିଆଙ୍ଗ ଚାଇନାର ପ୍ରତିନିଧିତ୍ୱ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri