ଜନଆନ୍ଦୋଳନ ଆଗରେ ମୁଣ୍ଡ ନୋଇଲେ ଜିନପିଙ୍ଗ, ବଦଳିବ ଶୂନ କୋଭିଡ ନୀତି…

ବେଜିଂ,୨୯।୧୧ : ଚାଇନାର ଅନେକ ସହରରେ ଶୂନ କୋଭିଡ ନୀତିକୁ ନେଇ ବିରୋଧ ପରେ ବର୍ତ୍ତମାନ ରାଷ୍ଟ୍ରପତି ଶି ଜିନପିଙ୍ଗଙ୍କ କମ୍ୟୁନିଷ୍ଟ ପାର୍ଟି ସରକାର ଜନ ଆନ୍ଦୋଳନ ଆଗରେ ମୁଣ୍ଡ ନୋଇଛନ୍ତି। ଏବେ ସରକାର କୋଭିଡ ନିୟନ୍ତ୍ରଣ ନୀତିରେ ବଡ଼ ପରିବର୍ତ୍ତନ ଘୋଷଣା କରିବାକୁ ଯାଉଛନ୍ତି। ନୂତନ ନୀତିରେ ସଂକ୍ରମଣ ରୋକିବା ଅପେକ୍ଷା ସଂକ୍ରମିତଙ୍କ ଚିକିତ୍ସା ଉପରେ ଅଧିକ ଗୁରୁତ୍ୱ ଦିଆଯିବ।

ୱେବସାଇଟ ଏସିଆ ଟାଇମ୍ସ ଏକ ବିଶେଷ ରିପୋର୍ଟରେ କହିଛି ଯେ ଶୂନ କୋଭିଡ ନୀତ ଉପରେ ଏକ ମାସ ପାଇଁ ବିଚାର କରାଯିବ। ନଭେମ୍ବର ୧୧ ରେ, କୋଭିଡ ନିୟନ୍ତ୍ରଣ ପାଇଁ ନୂତନ ୨୦-ପଏଣ୍ଟ ପଦକ୍ଷେପ ଘୋଷଣା କରାଯାଇଥିଲା। କିନ୍ତୁ ସ୍ଥାନୀୟ କର୍ତ୍ତୃପକ୍ଷ ସେହି ଅନୁଯାୟୀ ସେମାନଙ୍କର ପରିବର୍ତ୍ତନ କରିନଥିଲେ। ଏହାର ଫଳାଫଳ ଅନେକ ସହରରେ ପ୍ରଦର୍ଶନ ଆକାରରେ ସାମ୍ନାକୁ ଆସିଛି। ଏହା ପରେ ରାଷ୍ଟ୍ରପତି ଜିନପିଙ୍ଗଙ୍କ ସରକାର ପାଇଁ ଶୂନ କୋଭିଡ ନୀତିରେ ପରିବର୍ତ୍ତନ ଏବେ ପ୍ରାଥମିକତା ପାଲଟିଛି।

ଏସିଆ ଟାଇମ୍ସ ଖବର ଅନୁଯାୟୀ ଜାନୁଆରୀ ଆରମ୍ଭରୁ କୋଭିଡ ନିୟନ୍ତ୍ରଣ ନୀତି ଆହୁରି କୋହଳ ହେବ। ସେହି ସମୟରେ ସରକାର ଘୋଷଣା କରିବେ ଯେ ମହାମାରୀ ସମାପ୍ତ ହୋଇଛି ଏବଂ ବର୍ତ୍ତମାନ କୋଭିଡ କେବଳ ଏକ ସାଧାରଣ ସଂକ୍ରାମକ ରୋଗ ଭାବରେ ବିଦ୍ୟମାନ ଅଛି। ଏହା ସହିତ ସ୍ଥାନୀୟ ଏବଂ ରାଜ୍ୟ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହେବ, ଯେଉଁମାନେ ୨୦-ପଏଣ୍ଟ ନୂତନ ପଦକ୍ଷେପ ଗ୍ରହଣ କରିବାରେ ଉଦାସୀନତା ଦେଖାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri