ୟାଟ୍‌ସ ବିଜେତା ସମ୍ବର୍ଦ୍ଧିତ

ଭୁବନେଶ୍ୱର,୧୪।୧୨: ଟାଟା ଷ୍ଟିଲ୍‌ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ (ୟାଟ୍‌ସ) ର ୧୬ତମ ସଂସ୍କରଣର ଗ୍ରାଣ୍ଡ ଫିନାଲେ ମଙ୍ଗଳବାର ଭୁବନେଶ୍ୱରସ୍ଥ ପଠାଣି ସାମନ୍ତ ପ୍ଲାନେଟାରିୟମରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜରିଆରେ ଛାତ୍ରୀଛାତ୍ରଙ୍କୁ ସମ୍ବୋଧିତ କରିବା ସହ ପଠାଣି ସାମନ୍ତ ପ୍ଲାନେଟାରିୟମ ସହଯୋଗିତାରେ ଆୟୋଜିତ ଉକ୍ତ ପ୍ରତିଯୋଗିତାର ବିଜେତାମାନଙ୍କୁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି। ଏପରିକି ଟାଟା ଷ୍ଟିଲ୍‌ର ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶାର ୩୦ ଜିଲାର ୩୦୦ ସ୍କୁଲରୁ ୭୭,୫୦୦ରୁ ଅଧିକ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ଚଳିତ ବର୍ଷର ବିଷୟବସ୍ତୁ ‘ଟାଇମ୍‌ ଟୁ ଅନ୍‌ରାଭେଲ୍‌ ଦି ୟୁନିଭର୍ସ’(ବ୍ରହ୍ମାଣ୍ଡକୁ ଉନ୍ମୋଚନ କରିବାର ସମୟ) ରହିଥିଲା। ଉକ୍ତ ପ୍ରତିଯୋଗିତାର ବିଜେତାମାନେ ୨୦୨୩ ମେ’ରେ ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର (ଇସ୍ରୋ)ର ଅନ୍ୟତମ ପ୍ରମୁଖ ବ୍ୟବସ୍ଥାକୁ ପରିଦର୍ଶନ କରିବା ଏବଂ ମହାକାଶ ବିଜ୍ଞାନୀଙ୍କ ବିଷୟରେ ପ୍ରତ୍ୟକ୍ଷ ଅନୁଭୂତି ହାସଲ କରିବାର ସୁଯୋଗ ପାଇବେ ବୋଲି ଜଣାପଡ଼ିଛି। ଏହି ଅବସରରେ ଓଡ଼ିଶା ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତି ବିଭାଗର କମିଶନର ତଥା ସଚିବ ଭାସ୍କରଜ୍ୟୋତି ଶର୍ମା, ବିଭାଗୀୟ ଅତିରିକ୍ତ ସଚିବ ଓ ପଠାଣି ସାମନ୍ତ ପ୍ଲାନେଟାରିୟମର ନିର୍ଦ୍ଦେଶିକା ସଞ୍ଜୁଲତା ବେହେରା, ଭୁବନେଶ୍ୱରର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଫିଜିକ୍ସର ନିର୍ଦ୍ଦେଶକ ଡ. କରୁଣାକର ନନ୍ଦ ଏବଂ ଟାଟା ଷ୍ଟିଲ୍‌ର କର୍ପୋରେଟ୍‌ କମ୍ୟୁନିକେଶନ ମୁଖ୍ୟ ସର୍ବେଶ କୁମାର ଉପସ୍ଥିତ ଥିଲେ।
ଗତ ୧୬ ବର୍ଷ ମଧ୍ୟରେ ରାଜ୍ୟର ୨ଲକ୍ଷରୁ ଅଧିକ ଯୁବବିଜ୍ଞାନ ଉତ୍ସାହୀ ୟାଟ୍‌ସରେ ଅଂଶଗ୍ରହଣ କରିଛନ୍ତି ଏବଂ ୧୬୦ ଜଣ ବିଜେତା ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର (ଇସ୍ରୋ)ର ସାରା ଦେଶରେ ଥିବା ବିଭିନ୍ନ ବ୍ୟବସ୍ଥା ପରିଦର୍ଶନ କରିବାର ସୁଯୋଗ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ମ୍ୟାଚ ପିଛା ୪.୮ କୋଟି ଟଙ୍କା… ଟିମ ଇଣ୍ଡିଆ ପାଇଁ ବଡ଼ ଲାଭ; ବିସିସିଆଇ (BCCI) ପାଇଲା…

ନୂଆଦିଲ୍ଲୀ,୨୪।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ ପୂର୍ବରୁ ଟିମ ଇଣ୍ଡିଆର ‘ଟାଇଟଲ ସ୍ପନ୍ସର’ (ମୁଖ୍ୟ ପ୍ରାୟୋଜକ) ସମ୍ବନ୍ଧୀୟ ତଥ୍ୟ ସାମ୍ନାକୁ ଆସିଛି। ବିଭିନ୍ନ ସୂତ୍ରରୁ ମିଳିଥିବା ଖବର…

ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଲା ଲଘୁଚାପ ବର୍ଷା

ଛତ୍ରପୁର,୨୪।୯(ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ଖରିଫ ଋତୁ ଫସଲ ପରେ ନୂଆ ଫସଲ ଚାଷ କରିବା ପାଇଁ ଚାଷୀମାନେ…

ଇସ୍ତଫା ଦେବେ ଅଜିତ ଅଗରକର; ଏହି ତାରିଖରେ ନୂଆ ମୁଖ୍ୟ ଚୟନକର୍ତ୍ତାଙ୍କ ନାମ ଘୋଷଣା କରିବ BCCI

ନୂଆଦିଲ୍ଲୀ,୨୪।୯: ବର୍ତ୍ତମାନ ‘ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ’ (BCCI) ସମ୍ମୁଖରେ ଥିବା ସବୁଠାରୁ ବଡ଼ ସମସ୍ୟା ହେଉଛି ଜଣେ ନୂଆ ମୁଖ୍ୟ ଚୟନକର୍ତ୍ତାଙ୍କ…

‘ଜ୍ଞାନେଶ ତୁରନ୍ତ ଇସ୍ତଫା ଦିଅନ୍ତୁ, ଷଡ଼ଯନ୍ତ୍ରରେ ସାମିଲ ଅଛନ୍ତି ପ୍ରଧାନମନ୍ତ୍ରୀ ମୋଦ-ଶାହା’, ରାହୁଲଙ୍କ କଡ଼ା ସମାଲୋଚନା

ନୂଆଦିଲ୍ଲୀ,୨୪।୯: ନିର୍ବାଚନ ଆୟୋଗକୁ ନେଇ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

ଖରସ୍ରୋତା ନଦୀକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ଯାଜପୁର,୨୪।୯: ଯାଜପୁର ଜିଲା ବିଞ୍ଝାରପୁର ଖରସ୍ରୋତା ନଦୀ ବ୍ରିଜ ଉପରୁ ଗୁରୁବାର ଜଣେ ମହିଳା ଡେଇଁ ପଡିଥିଲେ। ମହିଳା ଜଣକ ବ୍ରିଜ୍‌ ଉପରେ ଚପଲ ଓ ଛତା…

ପ୍ରସୂତିଙ୍କୂ ମିଳିଲାନି ଆମ୍ବୁଲାନ୍ସ ସେବା: ଅଧାବାଟରେ ଚାଲିଗଲା ଜୀବନ

କେନ୍ଦ୍ରାପଡ଼ା,୨୪।୯(ଜଗନ୍ନାଥ ଧଳ): ଆମ୍ବୁଲାନ୍ସ ସେବା ନ ପାଇ କେନ୍ଦ୍ରାପଡ଼ା ବ୍ଲକ ଇନ୍ଦୁପୁର ସିଏଚ୍‌ସି ଅଧୀନ ନିକିରାଇ ଥାନା ଅନ୍ତର୍ଗତ ପୂର୍ବ ନିକିରାଇ ଗ୍ରାମରେ ଗୁରୁବାର ଜଣେ ପ୍ରସୂତୀଙ୍କ…

ଗାଜଲବାଡି ଘାଟିରେ ଭୂସ୍ଖଳନ, ପୂର୍ବରୁ ସିଲ୍ କରିଥିଲା ପ୍ରଶାସନ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିରେ ଭୂସ୍ଖଳନ ହୋଇଛି । ଏକାଧିକ…

ଅଜଣା ଜୀବ କାମୁଡ଼ାରେ ଅନୁଭବ ମଲ୍ଲିକଙ୍କ ମୃତ୍ୟୁ, ମାଣ୍ଡିପାଙ୍କାରେ ଶୋକାକୁଳ ପରିବେଶ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଅଜଣା ବିଷାକ୍ତ ଜୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?