ୟାଟ୍‌ସ ବିଜେତା ସମ୍ବର୍ଦ୍ଧିତ

ଭୁବନେଶ୍ୱର,୧୪।୧୨: ଟାଟା ଷ୍ଟିଲ୍‌ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ (ୟାଟ୍‌ସ) ର ୧୬ତମ ସଂସ୍କରଣର ଗ୍ରାଣ୍ଡ ଫିନାଲେ ମଙ୍ଗଳବାର ଭୁବନେଶ୍ୱରସ୍ଥ ପଠାଣି ସାମନ୍ତ ପ୍ଲାନେଟାରିୟମରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜରିଆରେ ଛାତ୍ରୀଛାତ୍ରଙ୍କୁ ସମ୍ବୋଧିତ କରିବା ସହ ପଠାଣି ସାମନ୍ତ ପ୍ଲାନେଟାରିୟମ ସହଯୋଗିତାରେ ଆୟୋଜିତ ଉକ୍ତ ପ୍ରତିଯୋଗିତାର ବିଜେତାମାନଙ୍କୁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି। ଏପରିକି ଟାଟା ଷ୍ଟିଲ୍‌ର ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶାର ୩୦ ଜିଲାର ୩୦୦ ସ୍କୁଲରୁ ୭୭,୫୦୦ରୁ ଅଧିକ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ଚଳିତ ବର୍ଷର ବିଷୟବସ୍ତୁ ‘ଟାଇମ୍‌ ଟୁ ଅନ୍‌ରାଭେଲ୍‌ ଦି ୟୁନିଭର୍ସ’(ବ୍ରହ୍ମାଣ୍ଡକୁ ଉନ୍ମୋଚନ କରିବାର ସମୟ) ରହିଥିଲା। ଉକ୍ତ ପ୍ରତିଯୋଗିତାର ବିଜେତାମାନେ ୨୦୨୩ ମେ’ରେ ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର (ଇସ୍ରୋ)ର ଅନ୍ୟତମ ପ୍ରମୁଖ ବ୍ୟବସ୍ଥାକୁ ପରିଦର୍ଶନ କରିବା ଏବଂ ମହାକାଶ ବିଜ୍ଞାନୀଙ୍କ ବିଷୟରେ ପ୍ରତ୍ୟକ୍ଷ ଅନୁଭୂତି ହାସଲ କରିବାର ସୁଯୋଗ ପାଇବେ ବୋଲି ଜଣାପଡ଼ିଛି। ଏହି ଅବସରରେ ଓଡ଼ିଶା ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତି ବିଭାଗର କମିଶନର ତଥା ସଚିବ ଭାସ୍କରଜ୍ୟୋତି ଶର୍ମା, ବିଭାଗୀୟ ଅତିରିକ୍ତ ସଚିବ ଓ ପଠାଣି ସାମନ୍ତ ପ୍ଲାନେଟାରିୟମର ନିର୍ଦ୍ଦେଶିକା ସଞ୍ଜୁଲତା ବେହେରା, ଭୁବନେଶ୍ୱରର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଫିଜିକ୍ସର ନିର୍ଦ୍ଦେଶକ ଡ. କରୁଣାକର ନନ୍ଦ ଏବଂ ଟାଟା ଷ୍ଟିଲ୍‌ର କର୍ପୋରେଟ୍‌ କମ୍ୟୁନିକେଶନ ମୁଖ୍ୟ ସର୍ବେଶ କୁମାର ଉପସ୍ଥିତ ଥିଲେ।
ଗତ ୧୬ ବର୍ଷ ମଧ୍ୟରେ ରାଜ୍ୟର ୨ଲକ୍ଷରୁ ଅଧିକ ଯୁବବିଜ୍ଞାନ ଉତ୍ସାହୀ ୟାଟ୍‌ସରେ ଅଂଶଗ୍ରହଣ କରିଛନ୍ତି ଏବଂ ୧୬୦ ଜଣ ବିଜେତା ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର (ଇସ୍ରୋ)ର ସାରା ଦେଶରେ ଥିବା ବିଭିନ୍ନ ବ୍ୟବସ୍ଥା ପରିଦର୍ଶନ କରିବାର ସୁଯୋଗ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ସହ କାବିଲର ବୁଝାମଣା

ଭୁବନେଶ୍ୱର,୨୫।୪: କାଉନସିଲ ଅଫ୍‌ ସାଇଣ୍ଟିଫିକ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌)ର ପ୍ରମୁଖ ପ୍ରତିଷ୍ଠାନ ନ୍ୟାଶନାଲ ଜିଓଫିଜିକାଲ୍‌ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ ବା ଏନ୍‌ଜିଆର୍‌ଆଇ ଅଥବା ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ଏବଂ...

ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ

ଭୁବନେଶ୍ୱର,୨୫।୪: ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ବିନ୍ଧ୍ୟ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ରିଲାଏନ୍ସ ଜୁଏଲ୍ସ ବିନ୍ଧ୍ୟ...

୫୦୦୦ ଟଙ୍କା କମିଲା ରୁପା, ୧୬୦୦ଟଙ୍କା କମିଲା ସୁନା

ଭୁବନେଶ୍ୱର,୨୫।୪ (ଅଭୟ ଦାଶ): କ୍ରମାଗତ ଭାବେ ସୁନା ଓ ରୁପା ଦରରେ ହ୍ରାସ ଘଟିବାରୁ ଅଳଙ୍କାର ବଜାରରେ ସୁଧାର ଆସିଛି। ଏପରିକି ଦରବୃଦ୍ଧିକୁ ନେଇ ଆଶା...

ଆଧାର ପାନ୍ ଲିଙ୍କ ନେଇ ଆସିଲା ବଡ଼ ଖବର, ୩୧ ମେ ପର୍ଯ୍ୟନ୍ତ TDS ର ସ୍ୱଳ୍ପ ରିହାତି ଉପରେ ହେବନି କୌଣସି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୪ା୪: ଆୟକର ବିଭାଗ ଟିଡିଏସ (ଟିସିଏସ) ରିହାତି ବିଷୟରେ ଟିକସଦାତା ଏବଂ ବ୍ୟବସାୟୀଙ୍କୁ ବଡ଼ ଆରାମ ପ୍ରଦାନ କରିଛି। ଆୟକର ବିଭାଗ କହିଛି ଯେ ଟିକସଦାତା...

ଖୁବଶୀଘ୍ର ମୁକେଶ ଅମ୍ବାନୀଙ୍କ ଦୁନିଆରେ ଜୀବନ ବିତାଇବେ ଆପଣ, ଜାଣନ୍ତୁ କାରଣ

ମୁମ୍ବାଇ,୨୪ା୪: ଭାରତରେ ଏକ ବଡ ସଂଖ୍ୟକ ଲୋକେ ସେମାନଙ୍କର ଦୈନନ୍ଦିନ ଜୀବନ ଖୁବ ଶୀଘ୍ର ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଦ୍ୱାରା ପରିଚାଳିତ...

କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଉପରେ କଟକଣା ଲଗାଇଲା ଆରବିଆଇ: ନୂଆ ଗ୍ରାହକ ଯୋଡ଼ିବା, କ୍ରେଡିଟ୍ କାର୍ଡ ଦେବା ଉପରେ ଲାଗିଲା ରୋକ

ମୁମ୍ବାଇ,୨୨ା୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ବୁଧବାର ମହିନ୍ଦ୍ରା ବଡ଼ କଟକଣା ଲଗାଇଛନ୍ତି। କଟକଣା ଲାଗିବା ପରେ ବ୍ୟାଙ୍କ ଏବେ ଅନଲାଇନ୍, ମୋବାଇଲ ବ୍ୟାଙ୍କିଙ୍ଗ ମାଧ୍ୟମରେ ଆଉ...

ଜୋକୋଭିଚ୍‌, ବୋନମାଟିଙ୍କୁ ଲୌରିଅସ ପୁରସ୍କାର

ମାଡ୍ରିଡ୍‌, ୨୪ା୪ (ଏପି): ସମ୍ମାନଜନକ ଲୌରିଅସ୍‌ ଓ୍ବାଲର୍‌ଡ ସ୍ପୋଟର୍‌ସ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ପ୍ରଥମଥର ମହିଳା ବିଶ୍ୱକପ୍‌ ଜିତିଥିବା ସ୍ପେନ୍‌ ଦୁଇଟି ପୁରସ୍କାର...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri