ନିଜ ଗୋରୁ ନେଇ ଯାଉଥିବା ଲୋକଙ୍କୁ ଆଣ୍ଠେଇ ଆଣ୍ଠେଇ ରାସ୍ତାରେ ଚଲାଇବା ଘଟଣା: ଥାନା ଘେରାଉ କଲେ ଯାଦବ ସମାଜ, ପୂରା ଘଟଣା ଜାଣିଲେ…

ଚନ୍ଦାହାଣ୍ଡି,୨୭।୫(ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଞ୍ଚଳରୁ ରାଇଘର ଅଞ୍ଚଳକୁ ନିଜ ଗାଈ ଗୋରୁ, ବଳଦକୁ ନେଇ ଯାଉଥିବା କିଛି ଲୋକଙ୍କୁ ବେଆଇନ ଭାବେ ଗୋଚାଲାଣ କରାଯାଉଥିବା ଅଭିଯୋଗ ହୋଇଛି। ସେମାନଙ୍କୁ ଅଟକାଇ ଗାଳିଗୁଲଜ କରିବା ସହ ରାସ୍ତା ଉପରେ ଆଣ୍ଠେଇ ଆଣ୍ଠେଇ ଚଳାଇବା ଘଟଣାରେ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ମଙ୍ଗଳବାର ଅବିଭକ୍ତ କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲାର ଶତାଧିକ ଯାଦବ ସମାଜ ବ୍ୟକ୍ତି ଚନ୍ଦାହାଣ୍ଡି ଥାନା ଘେରାଉ କରିଥିଲେ । ବିଭିନ୍ନ ଜିଲାରୁ ଆସିଥିବା ଶତାଧିକ ଯାଦବ ସମ୍ପ୍ରଦାୟର ବ୍ୟକ୍ତି ଏକତ୍ରିତ ହୋଇ ଚନ୍ଦାହାଣ୍ଡି କଲ୍ୟାଣ ମଣ୍ଡପ ଠାରୁ ଏକ ଶୋଭାଯାତ୍ରାରେ ବାହାରି ଥାନାରେ ପହଞ୍ଚିଥିଲେ। ଦୀର୍ଘ ସମୟ ପର୍ଯ୍ୟନ୍ତ ଥାନା ସମ୍ମୁଖରେ ନାରାବାଜି କରିବାସହ ଘଟଣାକୁ ଦୃଢ଼ ନିନ୍ଦା କରିବା ସହିତ ଚନ୍ଦାହାଣ୍ଡି ଥାନା ଘେରାଉ କରିଥିଲେ। ପୋଲିସ ସମସ୍ତ ଅଭିଯୁକ୍ତକୁ ଗିରଫ ନ କରିବା ପର୍ଯ୍ୟନ୍ତ ଥାନା ସମ୍ମୁଖରୁ ହଟିବୁ ନାହିଁ ବୋଲି ଜିଦ୍‌ରେ ଅଡ଼ି ବସିଥିଲେ। ସୂଚନାନୁଯାୟୀ ରାଇଘର ବ୍ଲକ ଅନ୍ତର୍ଗତ ଭାରସୋଣ୍ଡି ଅଞ୍ଚଳର କିଛି ବଙ୍ଗୀୟ,ଆଦିବାସୀ,ଗୌଡ଼ ସମ୍ପ୍ରଦାୟର କିଛି ଚାଷୀ ନିଜ ଗାଈ ଗୋରୁ ଗୁଡ଼ିକୁ ଚନ୍ଦାହାଣ୍ଡି ବ୍ଲକର ଡହିମାଲ ଗ୍ରାମରେ କିଛି ମାସ ତଳେ ଚରେଇବାକୁ ଦେଇଥିଲେ। ତେବେ ଗତ ୨୧ ତାରିଖ ଗୁରୁବାର ଚାଷ ଋତୁ ପାଖେଇ ଆସିଥିବାରୁ ନିଜ
ଗାଁକୁ ଗାଈ ବଳଦ ସବୁକୁ ନେଇ କି ଯାଉଥିଲେ। ଏହି ସମୟରେ ନିଜକୁ ବଜରଙ୍ଗ ଦଳର ସଦସ୍ୟ ବୋଲି ପରିଚୟ ଦେଇ କିଛି ଯୁବକ ଚାଷୀମାନଙ୍କୁ ବଳଦ ସହ ଚନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ଲଧୁଆପଡ଼ା ଗ୍ରାମ ନିକଟରେ ଅଟକାଇଥିଲେ। ବେଆଇନ ଭାବେ ଗୋ ଚାଲାଣ କରୁଛ ବୋଲି ଅଭିଯୋଗ ସହିତ ସେମାନଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ ପ୍ରଚଣ୍ଡ ଖରାରେ କାନ ଧରି ଆଣ୍ଠେଇବା ଓ ଆଣ୍ଠେଇ ଆଣ୍ଠେଇ ଚଲାଇ ନେଇଥିଲେ। ଏହାସହ ଏହାର ଭିଡ଼ିଓ ଉତ୍ତୋଳନ କରି ବିଭିନ୍ନ ସାମାଜିକ ଗଣମାଧ୍ୟମରେ ଛାଡିଥିଲେ। କିଛି ସମୟ ମଧ୍ୟରେ ଏହି ସବୁ ଭିଡିଓ ଚାରିଆଡେ ପ୍ରଘଟ(ଭାଇରାଲ) ହୋଇଯାଇଥିଲା। ଏହି ଘଟଣା ପରେ ଏହାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଥିବା ସହିତ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଏହି ମାମଲାରେ ସମ୍ପୃକ୍ତ ଥିବା ଦୁଇ ଅଭିଯୁକ୍ତ ଶ୍ରୀମନ୍ତ ରଥ ଓ ଦେବାଶିଷ ରଥକୁ ପୋଲିସ ଗିରଫ କରି ଚୁପ ବସିଥିବା ବେଳେ ସମସ୍ତ ଅଭିଯୁକ୍ତକୁ ଶୀଘ୍ର ଗିରଫ କରିବାକୁ ଦାବି କରିଥିଲେ। ବିକ୍ଷୋଭ ପ୍ରଦର୍ଶନ ସମୟରେ ଜିଲା ପରିଷଦ ସଭ୍ୟା କେତକୀମଲ୍ଲୀ ଗୌଡ଼, ବାସୁଦେବ ଗୌଡ଼, ଦେବଦାସ ମାହାଙ୍କୁଡ, ଜ୍ୟୋତି କଂସ, ଘନଶ୍ୟାମ କଟା, ତରୁଣ ଗୌଡ଼, ହୁମେଶ୍ୱର ହଂସ, ରମେଶ ବାଘ, ପୁରୁଷୋତ୍ତମ ବାଘ, ମାନସ ବାଘ, ନୀଳମଣି ଗୌଡ଼ଙ୍କ ସମେତ ଯାଦବ ସମାଜର ଶତାଧିକ ବ୍ୟକ୍ତି ଉପସ୍ଥିତ ଥିଲେ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri