ଯଦୁମଣି ହେଲେ ଜିଲା କଂଗ୍ରେସ ଓବିସି ବିଭାଗ ଅଧ୍ୟକ୍ଷ

କେନ୍ଦୁଝର,୭।୧୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ଯଦୁମଣି ବାରିକ ପୁଣି ଜିଲା କଂଗ୍ରେସ ପଛୁଆବର୍ଗ ବିଭାଗ ଅଧ୍ୟକ୍ଷ ଭାବେ ମନୋନୀତ ହେଇଛନ୍ତି। ଯଦୁମଣି ପୂର୍ବରୁ ଯୋଡ଼ା ବ୍ଲକର ଭଦ୍ରାସାହି ପଞ୍ଚାୟତ ସମିତି ସଭ୍ୟ ଭାବେ ନିର୍ବାଚିତ ହୋଇଥିଲେ। ବର୍ତ୍ତମାନ ସେ ପିସିସି ସଦସ୍ୟ ଅଛନ୍ତି।

ଆଗରୁ ଯଦୁମଣି ଯୋଡ଼ା ବ୍ଲକ ଯୁବ କଂଗ୍ରେସ ସଭାପତି, ଯୋଡ଼ା ବ୍ଲକ କଂଗ୍ରେସ ସଭାପତି, ଜିଲା କଂଗ୍ରେସ ସାଧାରଣ ସମ୍ପାଦକ ଓ ଉପସଭାପତି ଏବଂ ୨୦୧୯ ସାଧାରଣ ନିର୍ବାଚନରେ ଚମ୍ପୁଆ ବିଧାନସଭା ଆସନରୁ କଂଗ୍ରେସ ବିଧାୟକ ପ୍ରାର୍ଥୀ ଭାବେ ଲଢି ଥିଲେ।

ନିଯୁକ୍ତିରେ ପରେ ଯଦୁମଣି ପୂର୍ବତନ ପିସିସି ସଭାପତି ତଥା ମନ୍ତ୍ରୀ ନିରଞ୍ଜନ ପଟ୍ଟନାୟକ, ଓଡ଼ିଶା ପ୍ରଭାରୀ ଡ଼ଃ ଅଜୟ କୁମାର, ପିସିସି ସଭାପତି ଶରତ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ଅଖିଳ ଭାରତୀୟ କଂଗ୍ରେସ ପଛୁଆବର୍ଗ ବିଭାଗ ଅଧ୍ୟକ୍ଷ କ୍ୟାପଟେନ ଅଜୟ ସିଂହ ଯାଦବ, ପିସିସି ସାଧାରଣ ସମ୍ପାଦକ ଆଲୋକ ମିଶ୍ର, ପିସିସି ସମ୍ପାଦକ ସଂଗ୍ରାମ ଦାସ, ଓଡ଼ିଶା ପ୍ରଦେଶ କଂଗ୍ରେସ ପଛୁଆବର୍ଗ ବିଭାଗ ଅଧ୍ୟକ୍ଷ ବିଜୟାନନ୍ଦ ଚାଉଳିଆ ଏବଂ କେନ୍ଦୁଝର ଜିଲା କଂଗ୍ରେସ ସଭାପତି ମୋହନ ପରିଡାଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି: ୨ ମୃତ, ୩୦ ରୁ ଅଧିକ ଅସୁସ୍ଥ

ହେମଗିର, ୨୪।୫ (ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାର ହେମଗିର ବ୍ଲକ ଅନ୍ତର୍ଗତ ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗାଁର ୩୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ…

କାଲିଠାରୁ ୯ଦିନ ପ୍ରଚଣ୍ଡ ଖରା; ହେଲେ ୪ ରାଶିଙ୍କ ଉପରେ ହେବ ଧନର ବର୍ଷା…!

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଗ୍ରହମାନଙ୍କ ରାଜା ସୂର୍ଯ୍ୟଦେବଙ୍କ ନକ୍ଷତ୍ର ପରିବର୍ତ୍ତନ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଘଟଣା। ସୂର୍ଯ୍ୟଦେବ ପ୍ରତିମାସରେ ନିଜର ରାଶି ପରିବର୍ତ୍ତନ କରନ୍ତି, ମାତ୍ର…

ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, କହିଲେ ମୋ’ ରାଜନୈତିକ ଜୀବନ…

ଭୁବନେଶ୍ୱର,୨୪ା୫: ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନୀଳମଣି ରାଉତରାୟଙ୍କ ଜନ୍ମଜୟନ୍ତୀରେ ଯୋଗଦେବାକୁ ଆସୁଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ସମୟରେ ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ…

ସାବଧାନ! ଆପଣ ବି ଦିନରାତି AC ଚଲାଉଛନ୍ତି କି? ଫାଟିବା ପୂର୍ବରୁ ଜାଣି ନିଅନ୍ତୁ ଏହି ଜରୁରୀ ନିୟମ

ନୂଆଦିଲ୍ଲୀ,୨୪।୫: ରାଜ୍ୟ ତଥା ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଗରମ ଏବଂ ଗୁଳୁଗୁଳିରୁ ରକ୍ଷା ପାଇବା ପାଇଁ ଲୋକମାନେ ଘର ଓ…

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ସ୍ୱାମୀ କି ପିଲା ନାହାନ୍ତି? ମହିଳାଙ୍କ ମୃତ୍ୟୁ ପରେ କାହାକୁ ମିଳିବ ସମ୍ପତ୍ତି; ବାପଘର ନା ଶାଶୁଘର? ଆଶ୍ଚର୍ଯ୍ୟ କରିବ ଆଇନ!

ନୂଆଦିଲ୍‌ଲୀ,୨୪।୫: ଭାରତୀୟ ସମାଜରେ ମହିଳାମାନଙ୍କ ଆର୍ଥିକ ସୁରକ୍ଷା ଏବଂ ସମ୍ପତ୍ତି ଅଧିକାରକୁ ନେଇ ଅନେକ ସମୟରେ ବିଭିନ୍ନ ପ୍ରଶ୍ନ ଉଠିଥାଏ। ସାଧାରଣତଃ ବିବାହ ପରେ ଜଣେ ମହିଳାଙ୍କ…

ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri