ପାହାଳରେ ୟାମାହାର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୧୪।୮(ଅଭୟ ଦାଶ): ଦେଶର ପ୍ରମୁଖ ୨ଚକିଆ ଯାନ ନିର୍ମାତା ‘ୟାମାହା ମୋଟର ଇଣ୍ଡିଆ’ର ଆଉ ଏକ ଏକ୍ସକ୍ଲୁସିଭ ଆଉଟଲେଟ ରବିବାର ଭୁବନେଶ୍ୱର ନିକଟସ୍ଥ ପାହାଳଠାରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ଇଷ୍ଟର୍ନ ଇଣ୍ଡିଆରେ ଏହା ସର୍ବବୃହତ ୟାମାହା ଦୁଇ ଚକିଆ ଗାଡି ଶୋ’ରୁମ୍‌ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ଉଲ୍ଲେଖଯୋଗ୍ୟ ମାନୋର ଏଣ୍ଟରପ୍ରାଇଜେସ୍‌ ପ୍ରାଇଭେଟ ଲିମିଟେଡର ଅଗ୍ରଣୀ ସଂସ୍ଥା ‘ଟର୍କ ମୋଟର୍ସ’ ଆନୁକୂଲ୍ୟରେ ୟାମାହା ଦୁଇ ଚକିଆ ଗାଡି ଶୋ’ରୁମ୍‌ର ଶୁଭାରମ୍ଭ କରାଯାଇଛି। ବିଶେଷ କରି ୧୩,୦୦୦ ବର୍ଗଫୁଟ ଜମିରେ ଗଢ଼ି ଉଠିଥିବା ଏହି ସର୍ବବୃହତ ଶୋ’ରୁମରେ ୟାମାହାର ସମସ୍ତ ସାଧାରଣ ବାଇକଠାରୁ ଆରମ୍ଭ କରି ପ୍ରିମିୟମ ବାଇକ ଏବଂ ସ୍କୁଟର ଉପଲବ୍ଧ। ଅପରପକ୍ଷରେ ଗାଡି ବିକ୍ରି ସହିତ ବିକ୍ରି ପରବର୍ତ୍ତୀ ସେବା ସହ ଅତ୍ୟାଧୁନିକ ସୁବିଧା ଉକ୍ତ ଶୋ’ରୁମ୍‌ରେ ଉପଲବ୍ଧ ରହିଥିବାବେଳେ ଉଭୟ ବିକ୍ରି ଏବଂ ଅନ୍ୟାନ୍ୟ ସେବା ପାଇଁ ଆବଶ୍ୟକତାରୁ ଅଧିକ କର୍ମଚାରୀ କାର୍ଯ୍ୟ କରୁଛନ୍ତି। ସେହିପରି ଶୋ’ରୁମରେ ଆଧୁନିକ ବାଇକ୍‌ ଏବଂ ୟାମାହା ସ୍କୁଟର ସହିତ ସମସ୍ତ ପ୍ରକାରର ୟାମାହା ଆନୁଷଙ୍ଗିକ ପାର୍ଟସର ବ୍ୟାପକ ସମ୍ଭାର ସହ ଗ୍ରାହକଙ୍କୁ ସମୟାନୁବର୍ତ୍ତିତ ସେବା ଓ ସର୍ଭିସ ଯୋଗାଇ ଦେବାକୁ ଶୋ’ରୁମ ଲକ୍ଷ୍ୟ ରଖିଛି। ଏହି ପରିପ୍ରେକ୍ଷୀରେ ଟର୍କ ମୋଟର୍ସ ପକ୍ଷରୁ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଉକ୍ତ ସମ୍ମିଳନୀରେ ମାନୋର ଏଣ୍ଟରପ୍ରାଇଜେସ୍‌ ପ୍ରାଇଭେଟ ଲିମିଟେଡର ନିର୍ଦ୍ଦେଶିକା ରିନା ବିଶ୍ବାଳ, ଜିଏମ୍‌ ଶ୍ରୀମନ୍ତ ସାମନ୍ତ, ଟର୍କ ମୋଟର୍ସର ଏମ୍‌ଡି ଶ୍ରୀତେଜ ବିଶ୍ବାଳ,ଜିଏମ୍‌ ଶ୍ରୀମନ୍ତ ସାମନ୍ତ, ଟର୍କ ମୋଟର୍ସ ଜିଏମ୍‌ ସୁଜିତ ଧଳ, କର୍ପୋରେଟ୍‌ ପରଚେଜ୍‌ ହେଡ୍‌ ବିକାଶ ଚନ୍ଦ୍ର ମିଶ୍ର ଏବଂ ଫାଇନାନ୍ସ ହେଡ ରବୀନ୍ଦ୍ରନାଥ ମଲ୍ଲିକ ପ୍ରମୁଖ ଉପସ୍ଥିତ ରହି ଉଭୟ ଶୋ’ରୁମ ଓ କାରବାର ଏବଂ ସେବା ସମ୍ପର୍କରେ ବିସ୍ତୃତ ସୂଚନା ପ୍ରଦାନ କରିଥିଲେ। ଅପରପକ୍ଷରେ ରବିବାର ସନ୍ଧ୍ୟାରେ ଏକ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ଓଡିଶାର ଲୋକପ୍ରିୟ ଅଭିନେତା ସିଦ୍ଧାନ୍ତ ମହାପାତ୍ରଙ୍କ ସମେତ ଅନ୍ୟମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ କନକ ଦୁର୍ଗାଙ୍କ ଚନ୍ଦ୍ରଘଣ୍ଟା ବେଶ: ଭକ୍ତଙ୍କ ଭିଡ଼

ଦେବଗଡ,୨୧।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ତୃତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶନିବାର ମା’ କନକ…

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ଖବର: ଏମାନଙ୍କୁ ଏପ୍ରିଲରେ ମିଳିବ ୩ ମାସର…

ନୂଆଦିଲ୍ଲୀ,୨୧।୩: ଦେଶରେ ଲକ୍ଷ ଲକ୍ଷ ରାଶନ କାର୍ଡଧାରୀ ଅଛନ୍ତି। ଯେଉଁମାନେ ପ୍ରତି ମାସରେ ରାଶନ କାର୍ଡ ମାଧ୍ୟମରେ ରାଶନ ପାଆନ୍ତି। କିନ୍ତୁ ଏହି ଏପ୍ରିଲ ମାସରେ ରାଶନ…

ବର୍ଷେ ହେଲା ପ୍ରେମିକାଙ୍କ ସହ ରଖୁଥିଲେ ଶାରିରୀକ ସମ୍ପର୍କ: ଗର୍ଭବତୀ ହେବାରୁ…

ନୀଳଗିରି,୨୧।୩(ପ୍ରଶାନ୍ତ ବିଶ୍ୱାଳ):ପ୍ରେମିକାଙ୍କୁ ଗର୍ଭବତୀ ପରେ ପ୍ରତାରଣା। ବିବାହର ମିଛ ପ୍ରତିଶ୍ରୁତି ଦେଇ ବର୍ଷେ ହେଲା ପ୍ରେମିକାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ପ୍ରେମିକା ଗର୍ଭବତୀ ହେବା ପରେ…

ଘରେ ପଶି ମହିଳାଙ୍କୁ ଗୁଳି ମାରିଲେ ମୁଖା ପିନ୍ଧା ଯୁବକ: ସ୍ବାମୀଙ୍କୁ ଲାତ ମାରି…

ଝାରସୁଗୁଡା,୨୧।୩(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ସରବାହାଲ ତଳିପଡାଠାରେ ଭଡା ରହୁଥିବା ଧୀରେନ୍ଦ୍ର ମହାରଣାଙ୍କ ଘରକୁ ଶୁକ୍ରବାର ରାତିରେ ଜଣେ ଯୁବକ ମୁଖା ପିନ୍ଧି ଏକ ବାଇକରେ…

Gold Rate: ଲକ୍ଷେ ତଳକୁ ଖସିଆସିବ ସୁନା ଦର? ବିଶେଷଜ୍ଞ କହିଦେଲେ ତାରିଖ!

ସୁନା ଦର ଲକ୍ଷେ ଟଙ୍କା ତଳକୁ ଖସିବ? ବିଶେଷଜ୍ଞମାନେ କହିଛନ୍ତି ଯେ ଯଦି ବଜାରରେ ଅସ୍ଥିରତା ରହିଥାଏ, ତେବେ ଆହୁରି ଟିକିଏ ହ୍ରାସ ହୋଇପାରେ। ତଥାପି, ହଠାତ୍…

ଦଶମ ପାସ ଯୁବବର୍ଗଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ: ରେଳବାଇରେ ଆସିଲା ବମ୍ପର ନିଯୁକ୍ତି

ନୂଆଦିଲ୍ଲୀ,୨୧।୩: ଦକ୍ଷିଣ କେନ୍ଦ୍ରୀୟ ରେଳବାଇ ହଜାର ହଜାର ଶିକ୍ଷାର୍ଥୀ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଏହି ସୁଯୋଗ ବିଶେଷ ଭାବରେ ଦଶମ ଶ୍ରେଣୀ ପାସ କରିଥିବା…

ପ୍ଲାଷ୍ଟିକ ବ୍ୟବହାରକୁ ନା: ଦାରିଙ୍ଗବାଡିକୁ ସବୁଜ ସୁନ୍ଦର କରିବାକୁ ଅଣ୍ଟା ଭିଡ଼ିଲା ପ୍ରଶାସନ

ଦାରିଙ୍ଗବାଡ଼ି,୨୧।୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପ୍ରଶାସନ ପକ୍ଷରୁ ପ୍ଲାଷ୍ଟିକ ବ୍ୟବହାରକୁ ନା କହିବା ଓ ହୋଟେଲ ରେଷ୍ଟୁରାଣ୍ଟରେ ପ୍ଲାଷ୍ଟିକ ବଦଳରେ ଶିଆଳି ଖଲିପତ୍ର ବ୍ୟବହାର…

ବସରେ ଚାଲାଣ ହେଉଥିଲା ଦେଶୀ ମଦ: ରହସ୍ୟ ଖୋଲିଦେଲା ନାବାଳକଙ୍କ ବ୍ୟାଗ୍‌

ଉଦଳା,୨୧।୩(ସନ୍ତୋଷ କୁମାର ବାଛିନୀ): ଦାମିକା ବ୍ୟାଗ ଆଉ ବ୍ୟାଗ ଉପରେ ଚିହ୍ନିବା ପାଇଁ ଦିଆଯାଇଛି କୋର୍ଡ। ଆଉ ସେହି ବ୍ୟାଗ ଭିତରେ ରଖାଯାଇଛି ଦେଶୀ ମଦ। ତାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri